ଭୁବନେଶ୍ୱର,୨୫।୧: କଣ୍ଠଶିଳ୍ପୀ ଅଭିଜିତ ମଜୁମଦାରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ।‘ଅଭିଜିତ ମଜୁମଦାରଙ୍କ ବିୟୋଗ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ତାଙ୍କର ବିୟୋଗ ଆମ ସଙ୍ଗୀତ, ସିନେମା ଓ ସଂସ୍କୃତି ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଂଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।’ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଏକ୍ସରେ ପୋଷ୍ଟ କରିଛନ୍ତି।