Posted inଜାତୀୟ

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା ଭାରୀ ପଡ଼ିଲା। ସମର୍ଥକଙ୍କ ସହ ପାର୍କରେ ବୈଠକ ଆରମ୍ଭ କରିବା ମାତ୍ରେ ସ୍ଥାନୀୟ ଲୋକେ ସେଠାରେ ପହଞ୍ଚି ଏହାକୁ ବିରୋଧ କରିଥିଲେ। ଲୋକେ ସ୍ପଷ୍ଟ ଭାବେ କହିଥିଲେ ଯେ, ସୋସାଇଟିର ପାର୍କ ଧାରଣା କିମ୍ବା ରାଜନୈତିକ କାର୍ଯ୍ୟକଳାପ ପାଇଁ ନୁହେଁ। ବିରୋଧ ବଢ଼ିବାରୁ ପୋଲିସକୁ ମଧ୍ୟସ୍ଥତା କରିବାକୁ ପଡ଼ିଥିଲା। ଶେଷରେ ଦୀପକେ ତାଙ୍କ ସାଥୀମାନଙ୍କ ସହ ସେଠାରୁ ଫେରିବାକୁ ବାଧ୍ୟ ହୋଇଥିଲେ।

ଏହା ପୂର୍ବରୁ ଅଭିଜିତ ଦୀପକେ ଅଭିଯୋଗ କରିଥିଲେ ଯେ, ଦିଲ୍ଲୀରେ ଭଲଣ୍ଟିୟରମାନଙ୍କ ସହ ବୈଠକ କରିବା ପାଇଁ ତାଙ୍କ ଟିମକୁ ସ୍ଥାନ ମିଳୁନାହିଁ। ସେ କହିଥିଲେ ଯେ, ଇନଡୋର୍‌ ହଲ ପାଇଁ ଅନେକ ଲୋକଙ୍କ ସହ ଯୋଗାଯୋଗ କରାଯାଇଥିଲା, କିନ୍ତୁ କେହି ମଧ୍ୟ ସ୍ଥାନ ଦେବାକୁ ରାଜି ହୋଇନଥିଲେ। ଦୀପକେଙ୍କ ଅନୁସାରେ, କିଛି ଲୋକ ସ୍ପଷ୍ଟ ଭାବେ କହିଥିଲେ ଯେ, ସେମାନଙ୍କ ଉପରେ ଉପରୁ ଚାପ ରହିଛି ଏବଂ ସେମାନେ ‘କକରୋଚ ଜନତା ପାର୍ଟି’ର ବୈଠକ ପାଇଁ ହଲ ଉପଲବ୍ଧ କରାଇପାରିବେ ନାହିଁ।

ଦୀପକେ କହିଥିଲେ ଯେ, ବହୁତ ଚେଷ୍ଟା ପରେ ଏକ ହଲ ମିଳିଥିଲା ଏବଂ ଏଥିପାଇଁ ନିୟମ ଅନୁଯାୟୀ ଟଙ୍କା ମଧ୍ୟ ପୈଠ କରାଯାଇଥିଲା। ସେ ଏହାର ରସିଦ ମଧ୍ୟ ଦେଖାଇଥିଲେ। କିନ୍ତୁ ପରଦିନ ସକାଳେ ହଲ ଦେବାକୁ ଥିବା ଲୋକମାନେ ମଧ୍ୟ ବୈଠକ ପାଇଁ ଦିଆଯାଇଥିବା ଅନୁମତି ଫେରାଇ ନେଇଥିଲେ। ଦୀପକେଙ୍କ ଦାବି ଅନୁଯାୟୀ, ତାଙ୍କୁ ଧମକ ଦିଆଯାଇଥିଲା ଏବଂ କୁହାଯାଇଥିଲା ଯେ, ସେଠାରେ ଯଦି ‘କକରୋଚ ଜନତା ପାର୍ଟି’ର ବୈଠକ ହୁଏ, ତେବେ ତାଙ୍କୁ ଓଲଟା ଟାଙ୍ଗି ଦିଆଯିବ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା

କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?