Posted inଜାତୀୟ

‘ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନିଅନ୍ତୁ, ନଚେତ୍ କଥା ଆପଣଙ୍କ ଇସ୍ତଫା ପର୍ଯ୍ୟନ୍ତ ଯିବ’: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖୋଲା ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୩ା୭: କକ୍ରୋଚ ଜନତା ପାର୍ଟି (ସିଜେପି)ର ସଂସ୍ଥାପକ ଅଭିଜିତ ଦୀପକେ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଦିଲ୍ଲୀର ଜନ୍ତରମନ୍ତରକୁ ଏକ ‘ୱାର୍ ଜୋନ୍’ରେ ପରିଣତ କରାଯାଇଛି ବୋଲି ଅଭିଯୋଗ କରି ସେ ପ୍ରଧାନମନ୍ତ୍ରୀଙ୍କୁ ସିଧାସଳଖ ଚେତାବନୀ ଦେଇଛନ୍ତି ଯେ, ଯଦି ସେ ସମୟ ଥାଉଁ ଥାଉଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନ ନିଅନ୍ତି, ତେବେ କଥା ଆପଣଙ୍କ ଇସ୍ତଫା ପର୍ଯ୍ୟନ୍ତ ଯିବ।

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଟାର୍ଗେଟ୍ କରି ଅଭିଜିତ ଦୀପକେ କହିଛନ୍ତି ଯେ ଦେଶର କୋଟି କୋଟି ଛାତ୍ରଛାତ୍ରୀଙ୍କଠାରୁ ଜଣେ ଅଯୋଗ୍ୟ ଏବଂ ବିଫଳ ମନ୍ତ୍ରୀ କେବେ ହେଁ ବଡ଼ ହୋଇପାରିବେ ନାହିଁ। ଯଦି ସରକାର ଜଣେ ମନ୍ତ୍ରୀଙ୍କୁ ଏତେ ଗୁରୁତ୍ୱ ଦେଉଛନ୍ତି,ତେବେ ଆଗାମୀ ନିର୍ବାଚନରେ ଏହି ଛାତ୍ରମାନେ ଆଉ ଭୋଟ୍ ଦେବେ ନାହିଁ ବୋଲି ସେ ଚେତାବନୀ ଦେଇଛନ୍ତି।

ସମାଚାର ଏଜେନ୍ସି ପିଟିଆଇର ତଥ୍ୟ ଅନୁଯାୟୀ, ଦୀପକେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ପ୍ରଥମଥର ପାଇଁ ଏହି ପ୍ରତିବାଦକୁ ନେଇ କିଛି ପ୍ରତିକ୍ରିୟା ଦେଇଛନ୍ତି, ଯାହାକି ସରକାରଙ୍କ ଭୟକୁ ସ୍ପଷ୍ଟ କରୁଛି। ୨୦ରୁ ଅଧିକ ପିଲା ଆତ୍ମହତ୍ୟା କରିବା ସମୟରେ କିମ୍ବା ସୋନମ ୱାଙ୍ଗଚୁକ ଜୀବନ ବାଜି ରଖି ଅନଶନରେ ବସିଥିବା ସମୟରେ ପ୍ରଧାନମନ୍ତ୍ରୀଙ୍କ ମୁହଁରୁ କୌଣସି ପ୍ରତିକ୍ରିୟା ଆସି ନ ଥିଲା ବୋଲି ସେ କ୍ଷୋଭ ପ୍ରକାଶ କରିଛନ୍ତି। ସୋନମ ୱାଙ୍ଗଚୁକଙ୍କ ଅନଶନର ୨୬ ଦିନ ପୂରିଥିଲେ ମଧ୍ୟ ସରକାର ଏବେ ବି ଧର୍ମେନ୍ଦ୍ର ପ୍ରଧାନଙ୍କୁ ସୁରକ୍ଷା ଦେଉଥିବା ଅତ୍ୟନ୍ତ ଲଜ୍ଜାଜନକ ବୋଲି ସେ କହିଛନ୍ତି।

ଜନ୍ତରମନ୍ତରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ପ୍ରସଙ୍ଗରେ ସେ କହିଛନ୍ତି ଯେ ସେଠାରେ ଇଣ୍ଟରନେଟ୍ ସେବା ଠିକ୍ ଭାବେ କାମ କରୁନାହିଁ ଏବଂ ସରକାର ସେହି ଅଞ୍ଚଳକୁ ଏକ ଯୁଦ୍ଧକ୍ଷେତ୍ରରେ ପରିଣତ କରିଛନ୍ତି। ପେପର ଲିକ୍ ରୋକିବାରେ ଯେତିକି ପରିଶ୍ରମ କରାଯାଇଥାନ୍ତା, ସେତିକି ପରିଶ୍ରମ ବ୍ୟାରିକେଡ୍ ଲଗାଇବା ଏବଂ ପୋଲିସ ମୁତୟନ କରିବାରେ କରାଯାଇଛି ବୋଲି ସେ ବ୍ୟଙ୍ଗ କରିଛନ୍ତି। ଦିଲ୍ଲୀର କନଟ୍ ପ୍ଲେସ୍ ସମେତ ସାରା ଦେଶର ବିଭିନ୍ନ ସହର ଯଥା ମୁମ୍ବାଇ, ଜୟପୁର, ଭୋପାଳ, ଚେନ୍ନାଇ ଏବଂ ବାଙ୍ଗାଲୋରରେ ମଧ୍ୟ ଏହି ପ୍ରତିବାଦ ଜାରି ରହିଛି ବୋଲି ସେ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଳାସପୂର୍ଣ୍ଣ ଫ୍ଲାଟ କିଣି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ଏହି କ୍ରିକେଟର, ଦାମ ଜାଣିଲେ…

ନୂଆଦିଲ୍ଲୀ,୫।୧୧: ଅଜିଙ୍କ୍ୟ ରାହାଣେଙ୍କ ପତ୍ନୀ ରାଧିକା ମୁମ୍ବାଇରେ ମୋଟ ୨୪.୭୫ କୋଟି ଟଙ୍କା ମୂଲ୍ୟର ଦୁଇଟି ଆଲିସାନ ଫ୍ଲାଟ କିଣିଛନ୍ତି। ଆନ୍ତର୍ଜାତୀୟ ଏବଂ ଲିଗ କ୍ରିକେଟରୁ ଅବସର…

୪ ଉଇକେଟ୍‌, ୮ ମେଡେନ୍‌ ଓଭର: ପୁଣି ଚମକିଲେ ମହମ୍ମଦ ଶାମି

ନୂଆଦିଲ୍ଲୀ,୫।୧୧: ଭାରତୀୟ ଦଳର ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ଶାମି ପୁଣିଥରେ ନିଜ ବୋଲିଂର ଯାଦୁ ଦେଖାଇଛନ୍ତି। ୨୦୨୬-୨୭ ରଣଜୀ ଟ୍ରଫିରେ ବଙ୍ଗଳା ପକ୍ଷରୁ ଖେଳୁଥିବା ଶାମି…

ନ୍ୟୁଜିଲାଣ୍ଡକୁ ହରାଇବା ପରେ ICC ରାଙ୍କିଂରେ ଭାରତର ଦବଦବା, ବଢ଼ିଲା ରେଟିଂ ପଏଣ୍ଟ

ଅକଲାଣ୍ଡ,୫।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଆରମ୍ଭ ହୋଇଛି । ନଭେମ୍ବର ୪ ତାରିଖରେ ଅକଲାଣ୍ଡର ଇଡେନ୍‌ ପାର୍କରେ ଖେଳାଯାଇଥିବା…

ଭଞ୍ଜନଗରରେ ଚାଞ୍ଚଲ୍ୟ: ଗୁଣି ସନ୍ଦେହରେ ତ୍ରିନାଥଙ୍କୁ ପଥର ଛେଚି ହତ୍ୟା

ଭଞ୍ଜନଗର, ୫।୧୧ (ବାବୁଲା ପ୍ରଧାନ): ଆଧୁନିକ ସମାଜରେ ବିଜ୍ଞାନ ଓ ଶିକ୍ଷାର ପ୍ରସାର ସତ୍ତ୍ୱେ ଗ୍ରାମାଞ୍ଚଳରୁ ଅନ୍ଧବିଶ୍ୱାସ ଦୂର ହୋଇପାରୁନାହିଁ। ଗୁଣିଗାରେଡ଼ି ସନ୍ଦେହରେ ଜଣେ ୮୦ ବର୍ଷୀୟ…

ଅନାଥ ଝାନ୍‌ସୀଙ୍କୁ ପୋଷ୍ୟକନ୍ୟା ଭାବେ ଘୋଷଣା କଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ, ଭୂସ୍ଖଳନରେ ମା’-ବାପାଙ୍କୁ ହରାଇ…

ରାଇକିଆ,୫ା୧୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗିସି ଗ୍ରାମରେ ଭୂସ୍ଖଳନରେ ମାଟି ତଳେ ପୋତି ହୋଇ ଅଚ୍ୟୁତ ପ୍ରଧାନ, ସ୍ତ୍ରୀ ମାନସୀ ଓ…

ଦେଶବ୍ୟାପୀ ୨୦୦ରୁ ଅଧିକ ଯୁବ କଂଗ୍ରେସ ନେତା ନିଲମ୍ବିତ, କାହିଁକି ନିଆଯାଇଛି ଏମିତି କାର୍ଯ୍ୟାନୁଷ୍ଠାନ ଜାଣନ୍ତୁ…

ନୂଆଦିଲ୍ଲୀ, ୫।୧୧: ଭାରତୀୟ ଯୁବ କଂଗ୍ରେସ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନିଜର ୨୦୦ରୁ ଅଧିକ ସଦସ୍ୟଙ୍କୁ ନିଲମ୍ବିତ କରିଛି। ଦେଶର ରାଜଧାନୀରେ ବିରୋଧୀ ଦଳଗୁଡ଼ିକର ‘ଇଣ୍ଡିଆ’…

ଫେଲ୍‌ ମାରିବ ଟେକ୍ନୋଲୋଜି, ୮୦ ବୟସରେ ଥକି ପଡ଼ିନାହାନ୍ତି ତ୍ରିନାଥ, ୩ ଦିନରେ ତିଆରି କରୁଛନ୍ତି…

ଜଗନ୍ନାଥପ୍ରସାଦ,୫ା୧୧(ବିଭୁ ପ୍ରସାଦ ପଟ୍ଟନାୟକ): ଆଜିର ବୈଷୟିକ ଜ୍ଞାନକୌଶଳ(ଟେକ୍ନୋଲୋଜି) ଯୁଗରେ ଯେଉଁଠି ପାରମ୍ପରିକ ହସ୍ତଶିଳ୍ପ ହଜିଯିବାକୁ ବସିଲାଣି, ସେଭଳି ସମୟରେ ଜଣେ ୮୦ ବର୍ଷର ବୃଦ୍ଧ ନିଜର କୌଳିକ…

‘ତାଙ୍କୁ ଜନସାଧାରଣଙ୍କ ସାମ୍ନାକୁ ଆଣି ଗୁଳି କରିଦେବା ଉଚିତ’, ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ କିଏ ଆଉ କାହିଁକି କହିଲେ ଏମିତି, ଜାଣନ୍ତୁ

ନୂଆଦିଲ୍ଲୀ,୫।୧୧: ବାଗେଶ୍ୱର ଧାମର ମୁଖ୍ୟ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ, ପ୍ରଭୁ ରାମ ଏବଂ ପ୍ରଭୁ କୃଷ୍ଣଙ୍କ ବିଷୟରେ ଦେଇଥିବା ମନ୍ତବ୍ୟ ପାଇଁ କ୍ଷମା ମାଗିସାରିଥିଲେ ମଧ୍ୟ, ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?