ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅଭିଜିତ ଦିପ୍‌କେ, ସିଧା କହିଦେଲେ ଏମିତି…ଜାତୀୟ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୫।୭:ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଥିବା କହିଛନ୍ତି।
ଧର୍ମେନ୍ଦ୍ର ପ୍ରଧାନଙ୍କ ଏହି ଇସ୍ତଫା ପଛରେ ଦେଶବ୍ୟାପୀ ଛାତ୍ର ଆନ୍ଦୋଳନର ଚାପ ରହିଛି। ତେବେ ସିଜେପି ଆନ୍ଦୋଳନର ୩୬ ଦିନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି।
ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଅଭିଜିତ୍ ଦୀପକେଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ପ୍ରଧାନଙ୍କ ଇସ୍ତଫା ଉପରେ ଅଭିଜିତ୍ ଦୀପକେ କହିଛନ୍ତି ଯେ, “ଦୁନିଆ ନଇଁଥାଏ, ବସ୍ ନୁଆଁଇବା ବାଲା ଦରକାର।” CJP ଫାଉଣ୍ଡର କହିଛନ୍ତି, “କୁହାଯାଉଥିଲା ଯେ ଏହି ସରକାରରେ ଇସ୍ତଫା ହୁଏନାହିଁ। କିନ୍ତୁ ଇସ୍ତଫା ହୋଇଛି। କହୁଥିଲେ, କେତେ ଦିନ ବସିବ? ୩୬ ଦିନ ଧରି ପ୍ରତିଦିନ ମୋତେ ପ୍ରଶ୍ନ ପଚରାଯାଉଥିଲା ଯେ ଇସ୍ତଫା ହେବନାହିଁ। କିନ୍ତୁ ସରକାର ନଇଁଗଲେ। କ’ଣ କହୁଥିଲେ ଯେ କ୍ରାନ୍ତି ହେବନାହିଁ? କିନ୍ତୁ କ୍ରାନ୍ତି ହୋଇଗଲା।” ଅଭିଜିତ୍ ଦୀପକେ ଏବଂ ତାଙ୍କ ସମର୍ଥକମାନେ ଦିଲ୍ଲୀର ଜନ୍ତର-ମନ୍ତରରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର ଉତ୍ସବ ପାଳନ କରୁଛନ୍ତି। ଆନ୍ଦୋଳନ ସ୍ଥଳରେ ଖୁସିର ପରିବେଶ ରହିଛି।

ଅଭିଜିତ୍ ଦୀପକେ ଜନ୍ତର-ମନ୍ତରରୁ କହିଛନ୍ତି, “ମୁଁ ଯେତେବେଳେ ଆମେରିକାରୁ ବାହାରିଥିଲି, ସେତେବେଳେ କୁହାଯାଉଥିଲା ଯେ କ’ଣ ହେବ। କିନ୍ତୁ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଇସ୍ତଫା ଦେବାକୁ ପଡ଼ିଲା।” ଅଭିଜିତ୍ ଦୀପକେ ଏବଂ ତାଙ୍କ ସହଯୋଗୀମାନେ ବର୍ତ୍ତମାନ ଜନ୍ତର-ମନ୍ତରରେ ଖୁସି ମନାଉଛନ୍ତି। ଏହା ପୂର୍ବରୁ ପ୍ରଧାନ ଇସ୍ତଫା ସହିତ ଏକ ଚିଠି ମଧ୍ୟ ସେୟାର କରିଛନ୍ତି।

ସୂଚନାଯୋଗ୍ୟ ଯେ, କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ଇସ୍ତଫା ପତ୍ର ପ୍ରଧାନମନ୍ତ୍ରୀ ମୋଦୀଙ୍କ ପାଖକୁ ପଠାଇ ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ରରେ କହିଛନ୍ତି ଯେ, “ଦେଶବିରୋଧୀ ତତ୍ତ୍ୱ ଯେପରି ଜନ୍ତର-ମନ୍ତର ଏବଂ ସାରା ଦେଶର ସ୍ଥିତିର ଅନୁଚିତ ଫାଇଦା ନ ନେଇପାରିବେ, ଦେଶ ଯେପରି ଏକଜୁଟ୍ ରହିବ, ଭାରତର ଛାତ୍ରଛାତ୍ରୀମାନେ ଯେପରି କୌଣସି ଆଇନଗତ ଅସୁବିଧାରେ ନ ଫସି ନିଜ ପାଠପଢ଼ା ଓ କ୍ୟାରିୟର ଉପରେ ଧ୍ୟାନ ଦେଇପାରିବେ, ସେଥିପାଇଁ ମୁଁ ପ୍ରଧାନମନ୍ତ୍ରୀଙ୍କୁ ନିଜର ଇସ୍ତଫା ପତ୍ର ପଠାଇ ଦେଇଛି।”


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri