ସରିଲା ରିମାଣ୍ଡ ଅବଧି, ଜେଲ ଫେରିଲେ ଅଭିଜିତ୍‌

ଭୁବନେଶ୍ୱର,୧୨।୭(ସତ୍ୟଜିତ୍‌ ରାଉତ): ପାକିସ୍ତାନ ଗୋଇନ୍ଦା ସଂସ୍ଥା ଇଣ୍ଟର ସର୍ଭିସେସ୍‌ ଇଣ୍ଟେଲିଜେନ୍‌ସ(ଆଇଏସ୍‌ଆଇ)ର ଏଜେଣ୍ଟଙ୍କୁ ଓଟିପି ଶେୟାରିଂ ମାମଲାରେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଦ୍ୱାରା ରିମାଣ୍ଡରେ ଆସି ଜେରା ହେଉଥିବା ଅଭିଜିତ ସଞ୍ଜୟ ଜମ୍ବୁରେ ମଙ୍ଗଳବାର ପୁଣି ଜେଲକୁ ଫେରିଯାଇଛନ୍ତି। ୪ ଦିନିଆ ରିମାଣ୍ଡ ଅବଧି ସରିବା ପରେ ଅଭିଯୁକ୍ତ ଅଭିଜିତ୍‌ଙ୍କୁ କୋର୍ଟରେ ହାଜର କରିଥିଲା ଏସ୍‌ଟିଏଫ୍‌। କୋର୍ଟଙ୍କ ଅନୁମତି ପରେ ଅଭିଜିତ୍‌ ଜେଲକୁ ଫେରିଥିଲେ। ତେବେ ଆଉ ଥରେ ଏସ୍‌ଟିଏଫ୍‌ ରିମାଣ୍ଡରେ ଆଣିପାରେ ବୋଲି ଚର୍ଚ୍ଚା ହେଉଥିଲା। ହେଲେ ଅଭିଜିତ୍‌ଙ୍କୁ ଆଉ ଥରେ ରିମାଣ୍ଡରେ ଆଣିବାକୁ ଏସ୍‌ଟିଏଫ୍‌ ଆବେଦନ କରିନାହିଁ। ଏହି ରିମାଣ୍ଡ ଅବଧି ସମୟରେ ଏସ୍‌ଟିଏଫ୍‌କୁ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଥିଲେ ମଧ୍ୟ ଏନେଇ ଏଜେନ୍ସି ପକ୍ଷରୁ ଗଣମାଧ୍ୟମକୁ କୌଣସି ସୂଚନା ଦିଆଯାଇନାହିଁ। ଆବଶ୍ୟକ ପଡ଼ିଲେ ଅଭିଜିତ୍‌ଙ୍କୁ ପରବର୍ତ୍ତୀ ସମୟରେ ରିମାଣ୍ଡରେ ଆଣିବାକୁ ନେଇ ବିଚାର କରାଯିବ ବୋଲି ଏସ୍‌ଟିଏଫ୍‌ ଏସ୍‌ପି କେ.କେ. ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ଅଭିଜିତ୍‌ଙ୍କୁ ଜେରା କରି ଜାତୀୟ ତଦନ୍ତ ସଂସ୍ଥା (ଏନ୍‌ଆଇଏ) ଏବଂ ମହାରାଷ୍ଟ୍ର ଆଣ୍ଟି ଟେରରିଷ୍ଟ୍‌ ସ୍କ୍ବାଡ୍‌ (ଏଟିଏସ୍‌) ଫେରିଯାଇଛି। ଏପରିକି ଆତଙ୍କବାଦୀ ଲିଙ୍କ୍‌ରେ ତଦନ୍ତ କରୁଥିବା ଏଟିଏସ୍‌ ପରବର୍ତ୍ତୀ ସମୟରେ ଅଭିଜିତ୍‌ଙ୍କୁ ଟ୍ରାଞ୍ଜିଟ୍‌ ରିମାଣ୍ଡରେ ମହାରାଷ୍ଟ୍ର ନେଇପାରେ ବୋଲି ସୂଚନା ମିଳିଛି। ତେବେ ଏହି ମାମଲାରେ ଅଭିଯୁକ୍ତଙ୍କ ବିରୋଧରେ ଦେଶଦ୍ରୋହ ଦଫା ଲାଗିବା ଭଳି ପ୍ରମାଣ ଏସ୍‌ଟିଏଫ୍‌ ହାତରେ ଏପର୍ଯ୍ୟନ୍ତ ଲାଗିନାହିଁ। ଏହି ମାମଲାରେ ଓଡ଼ିଶାରୁ ଆଇଟିଆଇ ଶିକ୍ଷକ ପଠାଣିସାମନ୍ତ ଲେଙ୍କାଙ୍କ ସମେତ ୫ ଏବଂ ପୁଣେରୁ ଅଭିଜିତ୍‌ଙ୍କୁ ମିଶାଇ ୬ଜଣ ଗିରଫ ହୋଇଥିବାବେଳେ ଅନ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ଏସ୍‌ଟିଏଫ୍‌ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri