ଯୁକ୍ତ ୨ ପରୀକ୍ଷାରେ ଚମକିଲେ ବିକାଶ ଛାତ୍ରୀଛାତ୍ର, ବିଜ୍ଞାନରେ ଅଭିଜିତ୍ ସରାଫ କଳାହାଣ୍ଡି ଟପ୍ପର

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି ।ଏଥିରେ
କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ର ପୁଣି ଚମକିଛନ୍ତି । ଯାହାକୁ ନେଇଁ ସ୍ଥାନୀୟ ବିଦ୍ୟାଳୟର ଛାତ୍ରୀଛାତ୍ର , ଶିକ୍ଷକ ଓ ଅଭିଭାବକଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି।

ବିଜ୍ଞାନ ବିଭାଗରେ ଅଭିଜିତ୍ ସରାଫ ୯୮.୩୪ % ପ୍ରତିଶତ ନମ୍ବର ରଖି ଜିଲା ଟପ୍ପର ହୋଇ ଗୌରବ ଅର୍ଜନ କରିଛନ୍ତି । ବିଜ୍ଞାନ ବିଭାଗରେ ସର୍ବମୋଟ ୨୫୫ ଜଣ ପରୀକ୍ଷା ଦେଇଥିବା ବେଳେ ୪ ଜଣ ୯୫% ପ୍ରତିଶତ ରୁ ଉର୍ଦ୍ଧ୍ବ , ୨୪ ଜଣ ୯୦% ପ୍ରତିଶତରୁ ଊର୍ଦ୍ଧ୍ୱ, ୧୫୧ ଜଣ ୮୦% ପ୍ରତିଶତରୁ ଊର୍ଦ୍ଧ୍ୱ ଓ ୨୧୬ ଜଣ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ଚଳିତ ବର୍ଷର ପରୀକ୍ଷା ଫଳାଫଳ ବିଗତ ବର୍ଷ ମାନଙ୍କର ରେକର୍ଡ ଭାଙ୍ଗିଛି ।

ବୋର୍ଡ ପରୀକ୍ଷା ଫଳାଫଳ ପ୍ରକାଶ ପାଇବା ପରେ ଲକ୍ଷ୍ମୀ ବିକାଶ ଅନୁଷ୍ଠାନ ସମୂହର ଚେୟାର ମ୍ୟାନ ଡି ନାଗେଶ୍ୱର ରାଓ, ନିର୍ଦ୍ଦେଶକ ଡି ଶ୍ୟାମ, ନିର୍ଦ୍ଦେଶକ ଡି ରାମ କୁମାର, ମୁଖ୍ୟ ଶିକ୍ଷା ଅଧିକାରୀ ଡି ବିଜୟା, ଡି ପଦ୍ମିନୀ, ପ୍ରିନ୍ସିପାଲ କମ ମୁଖ୍ୟ ପ୍ରଶାସକ ଯୁବରାଜ ନାୟକ, ବିକାଶ ଆବାସିକ ବିଦ୍ୟାଳୟ ଅଧ୍ଯକ୍ଷା ଆରତୀ ମିଶ୍ର, ଉପାଧ୍ୟକ୍ଷ ନାରାୟଣ ମହାନ୍ତି, ଉପାଧ୍ୟକ୍ଷ ପ୍ରସନ୍ନଜିତ ଦତ୍ତ, ପ୍ରବନ୍ଧକ ଗୁପ୍ତେଶ୍ୱର ଖୁଣ୍ଟିଆ ପ୍ରମୁଖ ଛାତ୍ରୀଛାତ୍ରମାନଙ୍କୁ ଅଭିନନ୍ଦନ ଜଣାଇବାସହ ତାଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି। ପରୀକ୍ଷା ଫଳାଫଳକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକ ଖୁସି ବ୍ୟକ୍ତ କରିବା ସହ ଅନୁଷ୍ଠାନର ମ୍ୟାନେଜମେଣ୍ଟ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସାଧୁବାଦ ଜଣାଇଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୁମ୍ଭାରକାନିଠାରେ ବିଜିସିସି ନକ୍‌ଆଉଟ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ: ବାରାକାଉଡ଼ିକୁ ହରାଇ କାଠକୁରା ଚମ୍ପିୟାନ୍

ଥୁଆମୂଳ ରାମପୁର, ୨୦।୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବାଗଡିଆଣି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କୁମ୍ଭାରକାନି ପୁରୁଣା ଖେଳ ପଡ଼ିଆ (କାଶୀପୁର ରୋଡ)…

ଭଞ୍ଜନଗର ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ଶେଷ: ସ୍ଥାୟୀ ମଣ୍ଡପ ଅଭିମୁଖେ ବାହାରିଲେ ଦୁଇ ଭଉଣୀ, ପୁଣି ୩ ବର୍ଷ ପରେ…

ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ)- ଦୀର୍ଘ ୨୫ ଦିନ ଧରି ଚାଲିଥିବା ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ବୁଧବାର ଉଦଯାପିତ ହୋଇଯାଇଛି। ପୁଣି ୩ ବର୍ଷ ପରେ ଦେବୀଙ୍କ…

ଚିକିତ୍ସା ଅବହେଳାରୁ ଗର୍ଭବତୀଙ୍କ ମୃତ୍ୟୁ ଅଭିଯୋଗ: ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରବଳ ଉତ୍ତେଜନା

ବାଣପୁର, ୨୦।୫(ଦିଲ୍ଲୀପ କୁମାର ସ୍ବାଇଁ): ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଗର୍ଭବତୀ ମହିଳାଙ୍କ ଚିକିତ୍ସା ସମୟରେ ମୃତ୍ୟୁକୁ ନେଇ ମେଡିକାଲ ପରିସରରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ଖେମୁଣ୍ଡି କଲେଜ ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ଚନ୍ଦ୍ରକାନ୍ତ-ରୁଦ୍ର ଯୁଗ୍ମ ଟପ୍ପର, କଳାରେ ବାଜି ମାରିଲେ…

ଦିଗପହଣ୍ଡି,୨୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାରେ ଚନ୍ଦ୍ରକାନ୍ତ ବିଷୋୟୀ ଏବଂ ରୁଦ୍ର ପ୍ରସାଦ…

ମଉସାଘରକୁ ବୁଲିବାକୁ ଆସିଥିଲେ, ବୈତରଣୀ ନଦୀରେ ବୁଡି ନାବାଳକ ନିଖୋଜ

ପାଟଣା,୨୦।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ବୈତରଣୀ ନଦୀର ଚଢ଼େଇତଭୋଳ ଫାଣ୍ଡି ଅଞ୍ଚଳ ବୈତରଣୀ ନଦୀରେ ବୁଧବାର ଅପରାହ୍ନରେ ବୁଡି ଜଣେ ନାବାଳକ ନିଖୋଜ ହୋଇଯାଇଛନ୍ତି।…

ଶିକାର କରିବାକୁ ଜଙ୍ଗଲରେ ବୁଲୁଥିଲେ, ମାଡ଼ି ବସିଲା ତାରସିଂ ପୋଲିସ; ବନ୍ଧୁକ ସହ…

ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଡିମିରିଝୋଲି ଜଙ୍ଗଲରୁ ପୋଲିସ ମଙ୍ଗଳବାର ଜଣେ ଶିକାରୀଙ୍କୁ ଗିରଫ କରିଛି। ସେ ହେଲେ ବଡ ଡିମିରିଝୋଲିର ସନ୍ତୋଷ…

କ୍ୟାବିନେଟ୍‌ ବୈଠକ, ୭ ବିଭାଗର ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ବର,୨୦।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ବସିଥିଲା । ଏଥିରେ ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ୭ଟି ବିଭାଗର ୧୦ଟି ପ୍ରସ୍ତାବକୁ…

ବ୍ଲକ ସ୍ତରୀୟ ନାଟକ, ସୁବଳୟା ଖେଳ ପଡିଆରେ ଦୁଲୁକିବ କଳା ସଂସ୍କୃତିକ ମଞ୍ଚର…

ଗଞ୍ଜାମ,୨୦।୫(ବିଦ୍ୟାଧର ସାହୁ ): ୨୦୨୦ରେ ଗଠନ ହୋଇଥିବା ଗଞ୍ଜାମ କଳା ସଂସ୍କୃତିକ ମଞ୍ଚ ନୂତନ ଅଧ୍ୟାୟ ସୃଷ୍ଟି କରିଛି । ଛଅ ବର୍ଷ ଧରି ନିରବିଚ୍ଛିନ୍ନ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri