ବହୁଚର୍ଚ୍ଚିତ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲା: ୬ ଅଭିଯୁକ୍ତଙ୍କୁ ଆଜୀବନ

ଵ୍ରହ୍ମପୁର, ୨୫।୧୧(ସୁବାସ ଚନ୍ଦ୍ର ପାଢ଼ୀ): ବହୁଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲାର ଚୂଡାନ୍ତ ରାୟ ସୋମବାର ପ୍ରକାଶ ପାଇଛି। ଜିଲା ଓ ଦୌରା ଜଜ ୬ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତମାନେ ହେଲେ ଅଭିମନ୍ୟୁଙ୍କୁ ଗୁଳି ମାଡ଼ କରିଥିବା ସାରଫ ସୁଟର ଆସିକା ହରିଡାପଦର ଗ୍ରାମର ଗୋଲକ ଓରଫ ରାମ ନାରାୟଣ ନାହାକ, ଉକ୍ତ ଥାନା ହୁମୁକି ଗ୍ରାମର କାଁହୁ ଚରଣ ସାହୁ, ଆସିକା ବଡ଼ ମୁନୀ ସାହିର ବବୁଲୁ ମୁନୀ ଓ ଜାମିନରେ ଥିବା କନ୍ଧମାଳ ଜିଲା ସୁନାପଙ୍କା ଗ୍ରାମର କେ. ବିଶ୍ୱଜିତ ପାତ୍ର, ଧରାକୋଟ ଥାନା ଅନ୍ତର୍ଗତ ମୁଣ୍ଡମରେଇ ଗ୍ରାମର ଏସ. ବାଲାଜି ପାତ୍ର ଓ ବଡଗଡ ଥାନା ଅନ୍ତର୍ଗତ ବନ୍ଧାଗୁଡା ଗ୍ରାମର ରାସ ବିହାରୀ ଦାସ।

ଆଜୀବନ ଦଣ୍ଡ ସହିତ ପ୍ରତ୍ୟେକ ଅଭିଯୁକ୍ତଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ଜରିମାନା ଦେବାକୁ ନିର୍ଦେଶ ରହିଛି। ମାମଲାର ବିବରଣୀ ରୁ ପ୍ରକାଶ ଯେ, ଅଭିମନ୍ୟୁଙ୍କୁ ଜଗନ୍ନାଥ ମନ୍ଦିର ଜମି ବିବାଦକୁ ନେଇ ହତ୍ୟା ହୋଇଥିଲା। ପୋଲିସ ମାମଲା ନମ୍ବର ୧୮୮/୧୯ରେ ଏକ ମାମଲା ରୁଜୁ କରିଥିଲା। ତତ୍କାଳୀନ ଥାନାଧିକାରୀ ତଥା ତଦନ୍ତକାରୀ ଅଧିକାରୀ ବାବା ଶଙ୍କର ସରାଫ ସାରଫ ସୁଟର ଗୋଲକ ଓରଫ ରାମ ନାରାୟଣ ନାହାକ ସମେତ ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ଉକ୍ତ ୬ ଅଭିଯୁକ୍ତଙ୍କୁ ସେ ଅଭିଯୁକ୍ତ ଦର୍ଶାଇ କୋର୍ଟରେ ଚାର୍ଜସିଟ ଦାଖଲ କରିଥିଲେ। ମାମଲାର ବିଚାରଣା ବେଳେ ସାକ୍ଷୀ ମାନଙ୍କ ବୟାନ କୁ ଆଧାର କରି ସୋମବାର ଜଜ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ଏନେଇ ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ପିପି ତ୍ରିଲୋଚନ ପରିଡା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…

ଥମୁନି ପଶୁ କାମୁଡ଼ା, ଟିକାକରଣ ଭରସାରେ ରୋଗୀ

ଛତ୍ରପୁର, ୧୬।୬ (ଦିଲୀପ ସାମଲ): ଘରେ ନିରୀହ ପଶୁ ପାଳିଲେ ଗୃହ ପରିବାର ଭିତରେ ଆତ୍ମୀୟତା ସହିତ ସେବା ମନୋବୃତ୍ତି ବଢ଼େ ବୋଲି ବିଶାସରେ ଅଛି। କିନ୍ତୁ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଟ୍ରକ୍‌, ୨ ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ,୧୬।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅନ୍ତର୍ଗତ କଇତରା ନିକଟରେ ବିଜୁ ଏକ୍ସପ୍ରେସ ଓ୍ବେରେ ମଙ୍ଗଳବାର ସକାଳେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା…

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri