ଦାଦନ ଖଟିବାକୁ କେରଳ ଯାଇଥିଲେ ଅଭିମନ୍ୟୁ, ପାଲଟିଲେ ଶବ

ଚିକିଟି,୫।୫(ପ୍ରକାଶ ଚନ୍ଦ୍ର ସାହୁ): କେରଳସ୍ଥିତ ଥିରୁଭାନନ୍ତପୁରମ ଅଞ୍ଚଳରେ ଏକ ଘରୋଇ କମ୍ପାନୀରେ କାମ କରୁଥିବା ଓଡ଼ିଆ ଶ୍ରମିକଙ୍କ ରବିବାର ମୃତ୍ୟୁ ଘଟିଛି l ସେ ହେଲେ ଗଞ୍ଜାମ ଜିଲା ଚିକିଟି ବ୍ଲକ ନୂଆପଡା ପଞ୍ଚାୟତର ବି ନୂଆପଡା ଗ୍ରାମର ଅଭିମନ୍ୟୁ ପ୍ରଧାନ (୫୭) l ଅଭିମନ୍ୟୁ ଦୀର୍ଘ ବର୍ଷ ଧରି ଯାଜପୁର, ଚେନ୍ନାଇ, ହାଇଦ୍ରାବାଦରେ ଏଭଳି ଘରୋଇ କମ୍ପାନୀରେ ଶ୍ରମିକ ଭାବେ କାମ କରୁଥିଲେ l ଗତ ଏକ ମାସ ତଳେ ନିଜ ଗ୍ରାମରେ ମନ୍ଦିର ପ୍ରତିଷ୍ଠା ଉପଲକ୍ଷେ ଗ୍ରାମକୁ ଆସିଥିଲେ l ପ୍ରତିଷ୍ଠା ସରିବା ପରେ ଗତ ୨୦ ଦିନ ତଳେ କେରଳକୁ ଫେରିଥିଲେ l

ଗତକାଲି ଘରୋଇ କମ୍ପାନୀରେ କାମ ଚାଲିଥିବା ସମୟରେ ହାଇଡ୍ରୋ ଯୋଗେ ପିଲର ପାଇଁ ଜାଲି ଉଠାଉ ଥିବାବେଳେ ହଠାତ୍‌ ହାଇଡ୍ରୋ ଲାଗିଥିବା ବେଲ୍ଟଟି କଟିଯିବା ଫଳରେ ଅଭିମନ୍ୟୁଙ୍କ ଉପରେ ପଡି ଯାଇଥିଲା l ଖବର ପାଇଁ ତାଙ୍କ ସାଙ୍ଗ ଏବଂ ବନ୍ଧୁ ମାନେ ପହଞ୍ଚି ତାଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ସରକାରୀ ଡାକ୍ତର ଖାନାକୁ ନେଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା l କୌଣସି ସୂତ୍ରରୁ ଖବର ପାଇଁ ଥିରୁଭାନନ୍ତପୁରମ ଅଞ୍ଚଳର ପୋଲିସ ଡାକ୍ତରଖାନାରେ ପହଂଚି ମୃତ ଶବକୁ ଜବତ କରି ଆଜି ବ୍ୟବଚ୍ଛେଦ ହେବ ବୋଲି ପରିବାର ପକ୍ଷରୁ କୁହାଯାଇଛି। ସେଠାରେ ଥିବା ଅଭିମନ୍ୟୁଙ୍କ ବନ୍ଧୁ ତଙ୍କ ପରିବାରକୁ ମୃତ୍ୟୁ ଖବର ଜଣାଇବା ପରେ ପରିବାର ଲୋକେ ଭାଙ୍ଗି ପଡ଼ିଛନ୍ତି। ଏହାସହ ଗ୍ରାମରେ ଶୋକର ଛାୟା ଖେଳିଯାଇଛି l ଆଜି ପରିବାର ଲୋକେ କେରଳରେ ପହଞ୍ଚିଥିବା ଜଣାପଡିଛି l ଅଭିମନ୍ୟୁଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?