ଛତ୍ରପୁର ବ୍ଲକ ଟପ୍ପର ହେଲେ ଅଭିପ୍ସା

ଛତ୍ରପୁର,୨୬।୫(ଦିଲ୍ଲୀପ ସାମଲ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ୨୦୨୪ ମାଟ୍ରିକ ପରୀକ୍ଷା ଫଳାଫଳ ରବିବାର ପ୍ରକାଶ ପାଇଛି । ଏଥିରେ ଛତ୍ରପୁର ବ୍ଲକର ୯୯.୧୬ ପ୍ରତିଶତ ପାସ ହାର ରହିଛି। ଚଳିତ ବର୍ଷ ଛତ୍ରପୁର ବ୍ଲକ ଅନ୍ତର୍ଗତ ସମସ୍ତ ହାଇସ୍କୁଲରୁ ୧୭୮୨ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ୧୭୬୭ ଜଣ ଛାତ୍ରୀଛାତ୍ର ପାସ ହୋଇଛନ୍ତି। ଚଳିତ ବର୍ଷ ଛତ୍ରପୁର ବ୍ଲକରେ ଫଳାଫଳ ଭଲ ହୋଇଥିବାରୁ ଛାତ୍ରୀଛାତ୍ର ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ଛତ୍ରପୁର ସହରର ଅଭିପ୍ସା ପ୍ରିୟଦର୍ଶିନୀ ନେପାକ ମୋଟ ୬୦୦ ରୁ ୫୬୧ ନମ୍ବର ମାର୍କ ରଖି ଛତ୍ରପୁର ବ୍ଲକ ଟପ୍ପର ହୋଇଛନ୍ତି। ଏନେଇ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ଅଭିପ୍ସା ଛତ୍ରପୁର ଶ୍ରୀରାମନଗର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ଅଟନ୍ତି। ତାଙ୍କ ବାପା ଓ ମା ଦୁହେଁ ଶିକ୍ଷକ। ବାପା ରବିନ୍ଦ୍ରନାଥ ନେପାକ ଗଞ୍ଜାମ ବାଳିକା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକତା କରୁଥିବା ବେଳେ ମା’ ଗୀତାଞ୍ଜଳି ମହାନ୍ତି ଛତ୍ରପୁର ବ୍ଲକ ଅନ୍ତର୍ଗତ ରୁକୁଣି ଗାଁ ୟୁପି ସ୍କୁଲରେ ଶିକ୍ଷକତା କରନ୍ତି। ଅଭିପ୍ସାଙ୍କ ସଫଳତାର ଶ୍ରେୟ ପ୍ରଥମେ ବାପା, ମା’, ବିଦ୍ୟାଳୟର ସମସ୍ତ ଗୁରୁଜୀ ଗୁରୁମାଙ୍କୁ ପ୍ରଦାନ କରିଥିବା ବେଳେ ଭଗବାନଙ୍କ ଆଶୀର୍ବାଦରୁ ସେ ଏହି ସଫଳତାର ଶୀର୍ଷରେ ପହଞ୍ଚି ପାରିଥିବା କହିଛନ୍ତି। ସେ ଦିନକୁ ୬ ରୁ ୭ ଘଣ୍ଟା ପରିଶ୍ରମ କରୁଥିବା ବେଳେ ଆଗାମୀ ଦିନରେ ଜଣେ ଭଲ ଡାକ୍ତର ହୋଇ ରୋଗୀଙ୍କ ସେବା କରିବା ପାଇଁ ଲକ୍ଷ୍ୟ ରଖିଥିବା କହିଛନ୍ତି। ଏନେଇ ତାଙ୍କ ବିଦ୍ୟାଳୟ ଏବଂ ଘରେ ମିଠା ବାଣ୍ଟି ଖୁସି ଜାହିର କରିଥିବା ଦେଖିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ: ‘କିଷାନ ସମ୍ମାନ ନିଧି ଯୋଜନା’ର କିସ୍ତି ଟଙ୍କା ବଣ୍ଟନ ଉତ୍ସବରେ ଦେବେ ଯୋଗ

ବରଗଡ଼,୧୭ା୬(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ଟଙ୍କା ବଣ୍ଟନ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହେବ। ଏହି କ୍ରମରେ ବରଗଡ଼ରେ ହେବାକୁ...

ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼: ବରିଷ୍ଠ ଅଧିକାରୀ, ଅତିରିକ୍ତ ଫୋର୍ସ ଗଲେ ପୁରୀ

ପୁରୀ,୧୭ା୬: ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଯିବା ପରେ ଅପ୍ରତ୍ୟାଶିତ ଭାବେ ଶ୍ରଦ୍ଧାଳୁଙ୍କ ଆଗମନ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରବିବାର ରାଜ୍ୟ ସରକାର ଅତିରିକ୍ତ ଫୋର୍ସ...

ପାହାଡ଼ରେ ପିଟିହେଲା ବସ୍‌

ବଣାଇ,୧୭ା୬: ସୁନ୍ଦରଗଡ଼ ଜିଲା ବଣାଇ ଘାଟିରେ ପାହାଡ଼ରେ ଏକ ବସ୍‌ ପିଟି ହୋଇଛି। ଫଳର ବସ୍‌ରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୧୫ ଜଣ ଆହତ ହୋଇଥିବା...

ରାୟଗଡ଼ାରେ ଡିପ୍‌ଥେରିଆ ଆତଙ୍କ

ଭୁବନେଶ୍ୱର/ ରାୟଗଡ଼ା,୧୭ା୬(ଅସମାପିକା ସାହୁ/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମନୁଷପଦର  ଗାଁରେ ଅଜଣା ରୋଗରେ ୫ ଶିଶୁଙ୍କ ମୃତ୍ୟୁ ପରେ କାରଣ...

ମଜୁରି ବୃଦ୍ଧି ଯୋଗୁ ଚାଷୀ ଅଣନିଃଶ୍ୱାସୀ

ପଟ୍ଟାମୁଣ୍ଡାଇ,୧୭ା୬ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ନିଅଣ୍ଟିଆ ବର୍ଷା ଏବଂ ଚାଷଖର୍ଚ୍ଚ ବୃଦ୍ଧିକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ଏପରି କି ଅନେକ...

ଗଜାମରୁଡ଼ି ଆଶଙ୍କା, ବିହନ ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା,୧୭ା୬ (ଜଗନ୍ନାଥ ଧଳ): ଓଡ଼ିଶାକୁ ମୌସୁମୀ ଆସିବାରେ ବିଳମ୍ବ ହୋଇଥିବା ପାଣିପାଗ ବିଶେଷଜ୍ଞ ପ୍ରକାଶ କରିଛନ୍ତି। କେନ୍ଦ୍ରାପଡ଼ା ଜିଲାରେ ଖରିଫ ଚାଷ ପାଇଁ ଆଶାନୁରୂପକ ବର୍ଷା...

ଅନ୍ତର୍ଦ୍ୱନ୍ଦ୍ୱ, ଆତ୍ମଘାତୀ କାର୍ଯ୍ୟ ପରାଜୟର କାରଣ

ବାଲେଶ୍ୱର,୧୭।୬(ମାନସ ବିଶ୍ୱାଳ): ବାଲେଶ୍ୱର ବିଧାନସଭା କ୍ଷେତ୍ରରେ ବିଜେଡିର ପରାଜୟ ପରେ ଦଳ ପକ୍ଷରୁ ରବିବାର ସ୍ଥାନୀୟ ଷ୍ଟେଶନ କ୍ଲବଠାରେ ଏକ ସମୀକ୍ଷା ବୈଠକ କରାଯାଇଥିଲା। ଏଥିରେ...

ବଣରେ ରହୁଛି ୧୦୮ ଆମ୍ବୁଲାନ୍ସ, କ୍ଲବ ଘରେ ଷ୍ଟାଫ୍‌

ଗୋପ,୧୭।୬(ଭାରତୀ ଭୂଷଣ ଉପାଧ୍ୟାୟ): ସରକାର ସ୍ବାସ୍ଥ୍ୟସେବାକୁ ନେଇ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ନାଗପୁର ଉପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri