ଐଶ୍ୱର୍ଯ୍ୟାଙ୍କ ସହ ଛାଡ଼ପତ୍ର ଚର୍ଚ୍ଚାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଅଭିଷେକ: କହୁ କହୁ କହିଦେଲେ….

ବଲିଉଡ୍‌ର ସ୍ମାର୍ଟ କପଲ୍‌ ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନଙ୍କ ମଧ୍ୟରେ ଛାଡ଼ପତ୍ର ଚର୍ଚ୍ଚା କିଛିଦିନ ହେବ ଜୋର ଧରିଥିଲା। ଯଦିଓ ଉଭୟ ଏନେଇ କୌଣସି ମତ ରଖି ନ ଥିଲେ, କିନ୍ତୁ ସୋସିଆଲ ମିଡିଆରେ ଏନେଇ ଅନେକ ଆଲୋଚନା ଚାଲିଥିଲା। ନିକଟରେ ଅଭିଷେକ ଛାଡ଼ପତ୍ର ଚର୍ଚ୍ଚାକୁ ନେଇ ପ୍ରଥମଥର ମୁହଁ ଖୋଳିଛନ୍ତି।

ଅଭିଷେକଙ୍କ ସଦ୍ୟ ମୁକ୍ତିଲାଭ କରିଥିବା ଚଳଚ୍ଚିତ୍ର କାଳିଧର ଲାପତାର ପ୍ରମୋଶନ ସମୟରେ
ସେ ସ୍ପଷ୍ଟ ଭାବରେ କହିଛନ୍ତି, ସେ ସୋସିଆଲ ମିଡିଆରେ ଚାଲିଥିବା ଆଲୋଚନା ଦ୍ୱାରା ପ୍ରଭାବିତ ନୁହଁନ୍ତି। ସେ ଏପରି ଗୁଜବକୁ ଗୁରୁତ୍ୱ ଦିଅନ୍ତି ନାହିଁ।
ମୁଁ ଏହି ଫିଲ୍ମ ଇଣ୍ଡଷ୍ଟ୍ରିରେ ବଢ଼ିଛି, ତେଣୁ ମୁଁ ଜାଣେ କ’ଣ ଗମ୍ଭୀରତାର ସହ ନିଆଯିବ ଏବଂ କ’ଣ ନୁହେଁ। ସୋସିଆଲ ମିଡିଆରେ ଯାହା ଘଟୁଛି, ମୁଁ ଏଥିରୁ ପ୍ରଭାବିତ ହୁଏ ନାହିଁ।

ଅଭିଷେକ ଏବଂ ଐଶ୍ୱର୍ଯ୍ୟାଙ୍କ ବୈବାହିକ ଜୀବନରେ ଝଡ଼କୁ ନେଇ ଚର୍ଚ୍ଚା ହେବା ନୂଆ କଥା ନୁହେଁ, ଅନେକଥର ଏପରି ହୋଇଛି। ଗତ ବର୍ଷ ଅନନ୍ତ ଅମ୍ବାନୀ ଏବଂ ରାଧିକା ମର୍ଚ୍ଚାଣ୍ଟଙ୍କ ବିବାହରେ ଗଣମାଧ୍ୟମ ସାମ୍ନାରେ ଅଲଗା ଭାବରେ ନଜର ଆସିଥିଲେ। ଏହା ବ୍ୟତୀତ ଐଶ୍ୱର୍ଯ୍ୟା ଝିଅ ଆରାଧ୍ୟାଙ୍କ ଜନ୍ମଦିନ ପାର୍ଟିର ଫଟୋ ଶେୟାର କରିଥିଲେ। କିନ୍ତୁ ବଚ୍ଚନ ପରିବାରର କୌଣସି ସଦସ୍ୟ ସେଠାରେ ନ ଥିଲେ। କାନ୍ସ ସମୟରେ ମଧ୍ୟ ଅଭିଷେକ ଐଶ୍ୱର୍ଯ୍ୟାକୁ ଉତ୍ସାହିତ କରି ନ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ନକ୍‌ଭିଙ୍କ ବଡ଼ ସୂଚନା: ବିନା ଦର୍ଶକରେ ହେବ ପାକିସ୍ତାନ କ୍ରିକେଟ ଲିଗ୍‌

ଲାହୋର, ୨୨ା୩: ମାର୍ଚ୍ଚ ୨୬ରୁ ପାକିସ୍ତାନ କ୍ରିକେଟ ଲିଗ୍‌ (ପିଏସ୍‌ଏଲ) ଅନୁଷ୍ଠିତ ହେବ। ତେବେ ଇରାନ-ୟୁଏସ୍‌ଏ-ଇସ୍ରାଏଲ ଯୁଦ୍ଧ ଯୋଗୁ ପ୍ରତିଯୋଗିତା ବିନା ଦର୍ଶରେ ଅନୁଷ୍ଠିତ ହେବ। ପାକିସ୍ତାନ…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri