Posted inଜାତୀୟ

ରାଜଭବନ ସମ୍ମୁଖରେ ଧାରଣାରେ ବସିଲେ ଅଭିଷେକ ବାନାର୍ଜୀ

କୋଲକାତା,୬।୧୦: ତୃଣମୂଳ କଂଗ୍ରେସର ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀ କେନ୍ଦ୍ର ଦ୍ୱାରା ପଶ୍ଚିମବଙ୍ଗର ମନରେଗା ପାଣ୍ଠି ବନ୍ଦ କରି ଦିଆଯାଇଥିବା ଅଭିଯୋଗରେ କୋଲକାତାର ରାଜଭବନ ନିକଟରେ ଧାରଣାରେ ବସିଛନ୍ତି। ଦିଲ୍ଲୀର ଜନ୍ତର ମନ୍ତରରେ ଦୁଇ ଦିନ ଧରି କେନ୍ଦ୍ର ବିରୋଧରେ ବିରୋଧ କରିବା ପରେ ଏବେ ସେ ରାଜ ଭବନ ନିକଟରେ ଧାରଣାରେ ବସିଛନ୍ତି।
ଅଭିଷେକ କହିଛନ୍ତି ଯେ, ରାଜ୍ୟପାଳ ସି.ଭି ଆନନ୍ଦ ବୋଷ ମନରେଗା ସମ୍ବନ୍ଧୀୟ ଦୁଇଟି ପ୍ରଶ୍ନର ଉତ୍ତର ନ ଦେବା ପର୍ଯ୍ୟନ୍ତ ସେ ଏଠାରେ ରହିବେ। ତାଙ୍କ ସହ ଦଳର ନେତାମାନେ ମଧ୍ୟ ବହୁ ସଂଖ୍ୟାରେ ବିରୋଧ ମଞ୍ଚରେ ଉପସ୍ଥିତ ଅଛନ୍ତି।
ଏହାପୂର୍ବରୁ ଗୁରୁବାର ତୃଣମୂଳ କଂଗ୍ରେସ ମଧ୍ୟ ରବୀନ୍ଦ୍ର ସଦନରୁ କୋଲକାତାର ରାଜ ଭବନ ପର୍ଯ୍ୟନ୍ତ ଏକ ବିଶାଳ ସମାବେଶ କରିଥିଲା। ଏହାର ନେତୃତ୍ୱ ନେଇଥିଲେ ଡାଇମଣ୍ଡ ହାର୍ବର ଏମ୍‌ପି ଅଭିଷେକ ବାନାର୍ଜୀ। ତାଙ୍କ ସହ କୋଲକାତାର ମେୟର, ମମତା କ୍ୟାବିନେଟରେ ମନ୍ତ୍ରୀ ଫିରହାଦ ହାକିମ ଏବଂ ଅନ୍ୟ ନେତାମାନେ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri