ଏନଏସ୍‌ଏସ୍‌ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ ମନୋନୀତ ହେଲେ ଅଭିଶେଖ, ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୧୨।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଏନଏସଏସ ଛାତ୍ର ଅଭିଶେଖ ମହାପାତ୍ର ଶ୍ରେଷ୍ଠ ସ୍ବେଚ୍ଛାସେବୀ ଭାବେ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ଅଭିଶେଖ ଏନଏସଏସ ମାଧ୍ୟମରେ ନିଜ ଅଞ୍ଚଳରେ ଅନେକ ସଚେତନତାମୂଳକ କାର୍ଯ୍ୟ କରିବା ସହ ଅନେକ ସମୟରେ ସରକାରଙ୍କ ଦ୍ୱାରା ନିର୍ଦ୍ଦେଶିତ ସମସ୍ତ କାର୍ଯ୍ୟକୁ ଶୃଙ୍ଖଳା ଓ ସଫଳତାର ସହ ତୁଳାଇ ଛାତ୍ରମାନଙ୍କୁ ପ୍ରେରଣା ଦେଇଥାନ୍ତି। ୨୦୨୨-୨୩ ଆର୍ଥିକ ବର୍ଷରୁ ୨୦୨୪-୨୫ ପର୍ଯ୍ୟନ୍ତ କରିଥିବା ସମସ୍ତ କାର୍ଯ୍ୟକୁ ମାନଦଣ୍ଡ ଭାବରେ ଗ୍ରହଣ କରି ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗର ରାଜ୍ୟ ଏନଏସଏସ. ସେଲ ତାଙ୍କୁ ଏହି ରାଜ୍ୟସ୍ତରୀୟ ପୁରସ୍କାରରେ ସମ୍ମାନିତ କରିବାର ନିଷ୍ପତ୍ତି ନେଇଛି। ଏହି ସଫଳତା ପାଇଁ ଅଭିଶେଖଙ୍କୁ ଜିଲାର ବିଭିନ୍ନ ମହଳରୁ ଶୁଭେଚ୍ଛାର ସୁଅ ଛୁଟିଛି। ସେହିପରି ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପବନ କୁମାର ଅଗ୍ରୱାଲ, ସେଣ୍ଟ୍ରାଲ ପିଜି କାଉନ ସିଲ ଅଧ୍ୟକ୍ଷା ଡ. ନିବେଦିତା ନାଥ, କୁଳସଚିବ ଡ. ଗୁଣନିଧି ନାଏକ, ପୂର୍ବତନ ଏନଏସଏସ. ବ୍ୟୁରୋ ସଂଯୋଜକ ଡ. ଚିତ୍ତରଞ୍ଜନ ଖୁଣ୍ଟିଆ, ଏନଏସଏସ. ବ୍ୟୁରୋ ସଂଯୋଜକ ଜୟନ୍ତ ଦଣ୍ଡସେନା ଓ ସହକର୍ମୀମାନେ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଆଗକୁ ଆହୁରି ଅଧିକ ଜନହିତକାରୀ କାର୍ଯ୍ୟ କରିବା ପାଇଁ ପ୍ରେରଣା ଦେଇଛନ୍ତି। ଅଭିଶେଖ ଭବାନୀପାଟଣା ସହର ନକଟିଗୁଡାର ଧରଣୀଧର ମହାପାତ୍ର ଓ ସୁଶାନ୍ତି ମହାପାତ୍ରଙ୍କ ପୁଅ ଅଟନ୍ତି।

 

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

IND vs NZ: ଦ୍ୱିତୀୟ ଦିନିକିଆରେ ମାତ୍ର ଗୋଟିଏ ରନ ସଂଗ୍ରହ କରି ବଡ଼ ରେକର୍ଡ ଭାଙ୍ଗିବେ ବିରାଟ କୋହଲି…

ନୂଆଦିଲ୍ଲୀ,୫।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚରେ ଭାରତର ମହାନ ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ପାଖରେ ଆଉ ଏକ ରେକର୍ଡ ଭାଙ୍ଗିବାର ସୁଯୋଗ ରହିଛି। ମାତ୍ର ଗୋଟିଏ…

ବିଳାସପୂର୍ଣ୍ଣ ଫ୍ଲାଟ କିଣି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ଏହି କ୍ରିକେଟର, ଦାମ ଜାଣିଲେ…

ନୂଆଦିଲ୍ଲୀ,୫।୧୧: ଅଜିଙ୍କ୍ୟ ରାହାଣେଙ୍କ ପତ୍ନୀ ରାଧିକା ମୁମ୍ବାଇରେ ମୋଟ ୨୪.୭୫ କୋଟି ଟଙ୍କା ମୂଲ୍ୟର ଦୁଇଟି ଆଲିସାନ ଫ୍ଲାଟ କିଣିଛନ୍ତି। ଆନ୍ତର୍ଜାତୀୟ ଏବଂ ଲିଗ କ୍ରିକେଟରୁ ଅବସର…

୪ ଉଇକେଟ୍‌, ୮ ମେଡେନ୍‌ ଓଭର: ପୁଣି ଚମକିଲେ ମହମ୍ମଦ ଶାମି

ନୂଆଦିଲ୍ଲୀ,୫।୧୧: ଭାରତୀୟ ଦଳର ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ଶାମି ପୁଣିଥରେ ନିଜ ବୋଲିଂର ଯାଦୁ ଦେଖାଇଛନ୍ତି। ୨୦୨୬-୨୭ ରଣଜୀ ଟ୍ରଫିରେ ବଙ୍ଗଳା ପକ୍ଷରୁ ଖେଳୁଥିବା ଶାମି…

ନ୍ୟୁଜିଲାଣ୍ଡକୁ ହରାଇବା ପରେ ICC ରାଙ୍କିଂରେ ଭାରତର ଦବଦବା, ବଢ଼ିଲା ରେଟିଂ ପଏଣ୍ଟ

ଅକଲାଣ୍ଡ,୫।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଆରମ୍ଭ ହୋଇଛି । ନଭେମ୍ବର ୪ ତାରିଖରେ ଅକଲାଣ୍ଡର ଇଡେନ୍‌ ପାର୍କରେ ଖେଳାଯାଇଥିବା…

ଭଞ୍ଜନଗରରେ ଚାଞ୍ଚଲ୍ୟ: ଗୁଣି ସନ୍ଦେହରେ ତ୍ରିନାଥଙ୍କୁ ପଥର ଛେଚି ହତ୍ୟା

ଭଞ୍ଜନଗର, ୫।୧୧ (ବାବୁଲା ପ୍ରଧାନ): ଆଧୁନିକ ସମାଜରେ ବିଜ୍ଞାନ ଓ ଶିକ୍ଷାର ପ୍ରସାର ସତ୍ତ୍ୱେ ଗ୍ରାମାଞ୍ଚଳରୁ ଅନ୍ଧବିଶ୍ୱାସ ଦୂର ହୋଇପାରୁନାହିଁ। ଗୁଣିଗାରେଡ଼ି ସନ୍ଦେହରେ ଜଣେ ୮୦ ବର୍ଷୀୟ…

ଅନାଥ ଝାନ୍‌ସୀଙ୍କୁ ପୋଷ୍ୟକନ୍ୟା ଭାବେ ଘୋଷଣା କଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ, ଭୂସ୍ଖଳନରେ ମା’-ବାପାଙ୍କୁ ହରାଇ…

ରାଇକିଆ,୫ା୧୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗିସି ଗ୍ରାମରେ ଭୂସ୍ଖଳନରେ ମାଟି ତଳେ ପୋତି ହୋଇ ଅଚ୍ୟୁତ ପ୍ରଧାନ, ସ୍ତ୍ରୀ ମାନସୀ ଓ…

ଦେଶବ୍ୟାପୀ ୨୦୦ରୁ ଅଧିକ ଯୁବ କଂଗ୍ରେସ ନେତା ନିଲମ୍ବିତ, କାହିଁକି ନିଆଯାଇଛି ଏମିତି କାର୍ଯ୍ୟାନୁଷ୍ଠାନ ଜାଣନ୍ତୁ…

ନୂଆଦିଲ୍ଲୀ, ୫।୧୧: ଭାରତୀୟ ଯୁବ କଂଗ୍ରେସ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନିଜର ୨୦୦ରୁ ଅଧିକ ସଦସ୍ୟଙ୍କୁ ନିଲମ୍ବିତ କରିଛି। ଦେଶର ରାଜଧାନୀରେ ବିରୋଧୀ ଦଳଗୁଡ଼ିକର ‘ଇଣ୍ଡିଆ’…

ଆଇପିଏଲ ୨୦୨୭ ପାଇଁ ସିଏସ୍‌କେର ମାଷ୍ଟରଷ୍ଟ୍ରୋକ, ୨ ଖେଳାଳିଙ୍କ ବଦଳରେ ଦଳରେ ସାମିଲ ହେଲେ ଆଉ ୨ ନୂଆ ଷ୍ଟାର ଖେଳାଳି

ନୂଆଦିଲ୍ଲୀ, ୫।୧୧: ଆଇପିଏଲ ୨୦୨୭ ପାଇଁ ସମସ୍ତ ଫ୍ରାଞ୍ଚାଇଜିଙ୍କୁ ନିଜ ନିଜର ରିଟେନ ଓ ରିଲିଜ ଖେଳାଳିଙ୍କ ତାଲିକା ନଭେମ୍ବର ୧୭ ତାରିଖ ସୁଦ୍ଧା ବିସିସିଆଇକୁ ଦାଖଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?