Posted inଖେଳ

ଗୁଜରାଟକୁ ୧୯୬ ରନ୍‌ର ବିଜୟ ଲକ୍ଷ୍ୟ

ମୁମ୍ବାଇ,୨୭।୪: ଆଇପିଏଲ୍‌ରେ ୨୦୨୨ରେ ୱାଙ୍ଖେଡେ ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଉଛି। ସନରାଇଜର୍ସ ହାଇଦ୍ରାବାଦ ଗୁଜରାଟ ଟାଇଟାନ୍ସ ସମ୍ମୁଖରେ ୧୯୬ ରନ ଲକ୍ଷ୍ୟ ଧାର୍ଯ୍ୟ କରିଛି। ଟସ ହରାଇବା ପରେ ପ୍ରଥମେ ବ୍ୟାଟିଂ କରି ହାଇଦ୍ରାବାଦ ଦଳ ୨୦ ଓଭରରେ ୬ ଉଇକେଟ ହରାଇ ୧୯୫ ରନ ସଂଗ୍ରହ କରିଥିଲା। ଅଭିଷେକ ଶର୍ମା ୪୨ଟି ବଲ୍‌ରୁ ୬୫ ରନ୍‌, ଏଡେନ୍‌ ମାର୍କରମ୍‌ ୪୦ ବଲ୍‌ରୁ ୫୬ ରନ୍‌ର ପାଳି ଖେଳିଥିଲେ। ସେହିପରି ଆଇପିଏଲ ୨୦୨୨ରେ ନିଜର ପ୍ରଥମ ମ୍ୟାଚ ଖେଳୁଥିବା ଶଶାଙ୍କ ସିଂ ୨୦ ତମ ଓଭରରେ ଲକି ଫର୍ଗୁସନଙ୍କ ଶେଷ ତିନୋଟି ବଲରେ ତିନୋଟି ଛକା ମାରିଥିଲେ। ଏହା ବ୍ୟତୀତ ମାର୍କୋ ୟାନସେନ ମଧ୍ୟ ଗୋଟିଏ ଛକା ମାରିଥିଲେ। ଫର୍ଗୁସନ ଶେଷ ଓଭରରେ ମୋଟ ୨୫ ରନ ଦେଇଥିଲେ। ଶଶାଙ୍କ ୬ଟି ବଲରୁ ୨୫ ରନ୍‌ ଏବଂ ମାର୍କୋ ୟାନସେନ ପାଞ୍ଚଟି ବଲରୁ ୮ରେ ଅପରାଜିତ ରହିଥିଲେ। ଶେଷ ଓଭରରେ ହାଇଦ୍ରାବାଦ ଚାରି ଉଇକେଟ ହରାଇ ୫୫ ରନ ସଂଗ୍ରହ କରିଥିଲା।
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟିକତ୍ୱରେ ଗୁଜରାଟ ଭଲ ପ୍ରଦର୍ଶନ କରିଛି। ଦଳ ଏପର୍ଯ୍ୟନ୍ତ ୭ଟି ମ୍ୟାଚରୁ ମାତ୍ର ଗୋଟିଏ ମ୍ୟାଚ ହାରିଛି। ଦଳ ୧୨ ପଏଣ୍ଟ ସହ ପଏଣ୍ଟ ଟେବୁଲରେ ଦୁଇ ନମ୍ବର ସ୍ଥାନରେ ଅଛି। କେନ ୱିଲିୟମସନଙ୍କ ଅଧିନାୟକତ୍ୱରେ ଥିବା ସନରାଇଜର୍ସ ହାଇଦ୍ରାବାଦରେ ବର୍ତ୍ତମାନ ୧୦ ପଏଣ୍ଟ ରହିଛି। ଯଦି ଦଳ ଆଜି ଗୁଜରାଟକୁ ଏକ ବଡ଼ ବ୍ୟବଧାନରେ ପରାସ୍ତ କରିବାରେ ସଫଳ ହୁଏ ତେବେ ଶୀର୍ଷରେ ପହଞ୍ଚିପାରିବ।

 


Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?