Posted inଖେଳ

ଗୁଜରାଟକୁ ୧୯୬ ରନ୍‌ର ବିଜୟ ଲକ୍ଷ୍ୟ

ମୁମ୍ବାଇ,୨୭।୪: ଆଇପିଏଲ୍‌ରେ ୨୦୨୨ରେ ୱାଙ୍ଖେଡେ ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଉଛି। ସନରାଇଜର୍ସ ହାଇଦ୍ରାବାଦ ଗୁଜରାଟ ଟାଇଟାନ୍ସ ସମ୍ମୁଖରେ ୧୯୬ ରନ ଲକ୍ଷ୍ୟ ଧାର୍ଯ୍ୟ କରିଛି। ଟସ ହରାଇବା ପରେ ପ୍ରଥମେ ବ୍ୟାଟିଂ କରି ହାଇଦ୍ରାବାଦ ଦଳ ୨୦ ଓଭରରେ ୬ ଉଇକେଟ ହରାଇ ୧୯୫ ରନ ସଂଗ୍ରହ କରିଥିଲା। ଅଭିଷେକ ଶର୍ମା ୪୨ଟି ବଲ୍‌ରୁ ୬୫ ରନ୍‌, ଏଡେନ୍‌ ମାର୍କରମ୍‌ ୪୦ ବଲ୍‌ରୁ ୫୬ ରନ୍‌ର ପାଳି ଖେଳିଥିଲେ। ସେହିପରି ଆଇପିଏଲ ୨୦୨୨ରେ ନିଜର ପ୍ରଥମ ମ୍ୟାଚ ଖେଳୁଥିବା ଶଶାଙ୍କ ସିଂ ୨୦ ତମ ଓଭରରେ ଲକି ଫର୍ଗୁସନଙ୍କ ଶେଷ ତିନୋଟି ବଲରେ ତିନୋଟି ଛକା ମାରିଥିଲେ। ଏହା ବ୍ୟତୀତ ମାର୍କୋ ୟାନସେନ ମଧ୍ୟ ଗୋଟିଏ ଛକା ମାରିଥିଲେ। ଫର୍ଗୁସନ ଶେଷ ଓଭରରେ ମୋଟ ୨୫ ରନ ଦେଇଥିଲେ। ଶଶାଙ୍କ ୬ଟି ବଲରୁ ୨୫ ରନ୍‌ ଏବଂ ମାର୍କୋ ୟାନସେନ ପାଞ୍ଚଟି ବଲରୁ ୮ରେ ଅପରାଜିତ ରହିଥିଲେ। ଶେଷ ଓଭରରେ ହାଇଦ୍ରାବାଦ ଚାରି ଉଇକେଟ ହରାଇ ୫୫ ରନ ସଂଗ୍ରହ କରିଥିଲା।
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟିକତ୍ୱରେ ଗୁଜରାଟ ଭଲ ପ୍ରଦର୍ଶନ କରିଛି। ଦଳ ଏପର୍ଯ୍ୟନ୍ତ ୭ଟି ମ୍ୟାଚରୁ ମାତ୍ର ଗୋଟିଏ ମ୍ୟାଚ ହାରିଛି। ଦଳ ୧୨ ପଏଣ୍ଟ ସହ ପଏଣ୍ଟ ଟେବୁଲରେ ଦୁଇ ନମ୍ବର ସ୍ଥାନରେ ଅଛି। କେନ ୱିଲିୟମସନଙ୍କ ଅଧିନାୟକତ୍ୱରେ ଥିବା ସନରାଇଜର୍ସ ହାଇଦ୍ରାବାଦରେ ବର୍ତ୍ତମାନ ୧୦ ପଏଣ୍ଟ ରହିଛି। ଯଦି ଦଳ ଆଜି ଗୁଜରାଟକୁ ଏକ ବଡ଼ ବ୍ୟବଧାନରେ ପରାସ୍ତ କରିବାରେ ସଫଳ ହୁଏ ତେବେ ଶୀର୍ଷରେ ପହଞ୍ଚିପାରିବ।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri