Posted inଖେଳ

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ ସୃଷ୍ଟି କରିଛି। ପ୍ରଥମେ ବୋଲିଂରେ ମହମ୍ମଦ ଶାମି ଚମତ୍କାର ପ୍ରଦର୍ଶନ କରିଥିବା ବେଳେ, ପରେ ବ୍ୟାଟିଂରେ ଅଭିଷେକ ପୋରେଲ ଶତକ ହାସଲ କରିଛନ୍ତି। ଦୀର୍ଘ ୩୬ ଦିନ ଜେଲରେ ରହିବା ପରେ ଦଳକୁ ଫେରିଥିବା ପୋରେଲ ପ୍ରଥମ ମ୍ୟାଚରେ ହିଁ ଶତକ ମାରି ଚର୍ଚ୍ଚାକୁ ଆସିଛନ୍ତି। ଶତକ ପରେ ସେ ଭାବବିହ୍‌ବଳ ହୋଇ କାନ୍ଦି ପକାଇଥିବା ଖବର ସାମ୍ନାକୁ ଆସିଛି।

ଅଭିଷେକ ପୋରେଲଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ଏବଂ ଅପରାଧିକ ଧମକ ସମ୍ପର୍କିତ ଏକ ମାମଲା ରହିଥିବାରୁ ତାଙ୍କୁ ୩୬ ଦିନ ଜେଲରେ ରହିବାକୁ ପଡ଼ିଥିଲା ବୋଲି ରିପୋର୍ଟରେ ଦାବି କରାଯାଇଛି। ଏହା ପରେ ବଙ୍ଗଳା ଦଳକୁ ଫେରି ସେ ପ୍ରଥମ ମ୍ୟାଚରେ ଶତକ ହାସଲ କରିଛନ୍ତି।

୨୪ ବର୍ଷୀୟ ପୋରେଲ ଦ୍ୱିତୀୟ ଦିନର ଖେଳ ଶେଷ ସୁଦ୍ଧା ଅପରାଜିତ ରହିଛନ୍ତି। ସେ ୧୬୧ଟି ବଲରେ ୧୧୪ ରନ ସଂଗ୍ରହ କରିଛନ୍ତି। ତାଙ୍କ ଇନିଂସରେ ୧୩ଟି ଚୌକା ଓ ଗୋଟିଏ ଛକା ସାମିଲ ରହିଛି।

ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ଦିଲ୍ଲୀ ୭୭.୩ ଓଭରରେ ୨୪୦ ରନ କରିଥିଲା। ଦିଲ୍ଲୀ ପକ୍ଷରୁ ହ୍ରିତିକ ଶୌକିନ ସର୍ବାଧିକ ୫୬ ରନ କରିଥିଲେ। ସେ ୯୮ଟି ବଲର ସମ୍ମୁଖୀନ ହୋଇଥିଲେ। ସେହିପରି ଆୟୁଷ ଦୋସେଜା ୯୨ଟି ବଲରେ ୪୫ ରନ କରିଥିଲେ। ବଙ୍ଗଳା ପାଇଁ ମହମ୍ମଦ ଶାମି ମଧ୍ୟ ଚମତ୍କାର ବୋଲିଂ କରିଛନ୍ତି। ସେ ୧୭.୩ ଓଭର ବୋଲିଂ କରି ୪ଟି ଉଇକେଟ୍‌ ନେଇଥିଲେ। ଏହି ସମୟରେ ସେ ୯ଟି ମେଡେନ ଓଭର ପକାଇବା ସହ ମାତ୍ର ୧.୭୧ ଇକୋନୋମି ରେଟରେ ରନ ଦେଇଥିଲେ। ତାଙ୍କର ଏହି ପ୍ରଦର୍ଶନ ପରେ ଭାରତୀୟ ଦଳକୁ ପ୍ରତ୍ୟାବର୍ତ୍ତନ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।

ପୋରେଲ ଏଯାଏ ୩୨ଟି ପ୍ରଥମ ଶ୍ରେଣୀ ମ୍ୟାଚ ଖେଳି ୩୧.୨୮ ହାରରେ ୧,୪୦୮ ରନ କରିଛନ୍ତି। ଏଥିରେ ଗୋଟିଏ ଶତକ ଓ ୧୨ଟି ଅର୍ଦ୍ଧଶତକ ରହିଛି। ୨୩ଟି ଲିଷ୍ଟ-ଏ ମ୍ୟାଚ୍ରେ ସେ ୪୩.୮୪ ହାରରେ ୮୩୩ ରନ କରିଥିବା ବେଳେ, ୬୧ଟି ଟି-୨୦ ମ୍ୟାଚରେ ୧,୫୯୦ ରନ ସଂଗ୍ରହ କରିଛନ୍ତି।

ଆଇପିଏଲ ୨୦୨୬ରେ ସେ ଦିଲ୍ଲୀ କ୍ୟାପିଟାଲ୍ସ ପକ୍ଷରୁ ଖେଳିଥିଲେ। ସେହି ସିଜନ୍ରେ ୪ଟି ମ୍ୟାଚକୁ ୧୦୮ ରନ କରିଥିଲେ। ଏହା ପୂର୍ବରୁ ଆଇପିଏଲ ୨୦୨୫ରେ ୧୩ଟି ମ୍ୟାଚରେ ୧୩ଟି ଇନିଂସରେ ୩୦୧ ରନ କରିଥିଲେ।

 

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌, ଜଣେ ଗିରଫ

ହାଟଡିହୀ/ଛେନାପଦୀ, ୧୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ-ଜଳକଳଙ୍ଗ ବଜାରରେ ବ୍ୟାଙ୍କ ନିକଟରେ ଥିବା ଏକ ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା…

ଘୁଞ୍ଚିଲା ଏସିଆନ ଗେମ୍ସ ରିଭ୍ୟୁ ବୈଠକ, କେବେ ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ନିକଟରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଦେଶର ପ୍ରଦର୍ଶନକୁ ରିଭ୍ୟୁ କରିବା ପାଇଁ ଜାତୀୟ କ୍ରୀଡ଼ା ଫେଡେରେଶନମାନଙ୍କ ସହ କ୍ରୀଡ଼ା ମନ୍ତ୍ରଣାଳୟର ଦିନିକିଆ ବୈଠକକୁ ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?