Posted inଖେଳ

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ ରହିଥିଲା। ଅଭିଷେକ ଶର୍ମାଙ୍କ ବିସ୍ଫୋରକ ୮୨ ରନର ପାଳି ବଳରେ ଟିମ ଇଣ୍ଡିଆ ମାତ୍ର ୧୨ ଓଭରରେ ଲକ୍ଷ୍ୟ ହାସଲ କରିନେଇଥିଲା। ଅଭିଷେକ ମାତ୍ର ୩୨ ବଲରେ ୮୨ ରନ କରି ମ୍ୟାଚର ହିରୋ ପାଲଟିଥିଲେ।
ଏହି ଇନିଂସ ସମୟରେ ଅଭିଷେକ ଶର୍ମା ଟି-୨୦ କ୍ରିକେଟରେ ୩ଟି ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ଟି-୨୦ କ୍ରିକେଟରେ ସବୁଠାରୁ କମ୍‌ ବଲ ଖେଳି ୬,୦୦୦ ରନ ପୂରଣ କରିଥିବା ବ୍ୟାଟରଙ୍କ ତାଲିକାରେ ଅଭିଷେକ ଦ୍ୱିତୀୟ ସ୍ଥାନକୁ ଉଠିଛନ୍ତି। ସେ ମାତ୍ର ୩,୪୨୦ ବଲରେ ୬,୦୦୦ ଟି-୨୦ ରନ ପୂରଣ କରିଛନ୍ତି।
ଏହି ତାଲିକାରେ ନ୍ୟୁଜିଲାଣ୍ଡର ଫିନ ଆଲେନ ୩,୩୮୬ ବଲରେ ୬ ହଜାର ରନ ପୂରଣ କରି ପ୍ରଥମ ସ୍ଥାନରେ ଅଛନ୍ତି। ଆନ୍ଦ୍ରେ ରସେଲ ୩,୫୫୦ ବଲରେ ଏହି ମାଇଲଷ୍ଟୋନ୍‌ ଛୁଇଁଥିଲେ। ଭାରତୀୟ ବ୍ୟାଟରଙ୍କ ମଧ୍ୟରେ ଏହି ରେକର୍ଡ ପୂର୍ବରୁ ସୂର୍ଯ୍ୟକୁମାର ଯାଦବଙ୍କ ନାମରେ ଥିଲା। ସେ ୪,୦୧୭ ବଲରେ ୬ ହଜାର ରନ କରିଥିଲେ।

ରେକର୍ଡ ତାଲିକା:
ଫିନ ଆଲେନ ୩,୩୮୬ ବଲ
ଅଭିଷେକ ଶର୍ମା ୩,୪୨୦ ବଲ
ଆନ୍ଦ୍ରେ ରସେଲ ୩,୫୫୦ ବଲ

ଆଫଗାନିସ୍ତାନ ବିପକ୍ଷରେ ଅଭିଷେକ ମାତ୍ର ୨୨ ବଲରେ ଅର୍ଦ୍ଧଶତକ ପୂରଣ କରିଥିଲେ। ଅନ୍ତର୍ଜାତୀୟ ଟି-୨୦ରେ ଅଭିଷେକଙ୍କ ନାମରେ ଏବେ ୧୪ଟି ୫୦+ ସ୍କୋର ରହିଛି। ଏଥିରୁ ୧୨ ଥର ସେ ୨୫ ବଲରୁ କମ୍ରେ ଅର୍ଦ୍ଧଶତକ ହାସଲ କରିଛନ୍ତି।
ଏହି ମାମଲାରେ ଅଭିଷେକ ଅନ୍ୟ ସମସ୍ତ ବ୍ୟାଟରଙ୍କୁ ପଛରେ ପକାଇଛନ୍ତି। ଭାରତର ଷ୍ଟାର ବ୍ୟାଟର ସୂର୍ଯ୍ୟକୁମାର ଯାଦବ ୯ ଥର ୨୫ ବଲରେ କମ୍ରେ ଟି-୨୦ ଅର୍ଦ୍ଧଶତକ ହାସଲ କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ସୃଷ୍ଟି ହେଲା ୪ ବଡ଼ ରାଜଯୋଗ: କନ୍ୟା ସମେତ ଏହି ସବୁ ରାଶିଙ୍କର ସୁବର୍ଣ୍ଣ ସମୟ ଆରମ୍ଭ, ଧନବର୍ଷା ସହ ଚାକିରିରେ ପଦୋନ୍ନତି

ଭୁବନେଶ୍ୱର: ଆଜି ୧୪ ସେପ୍ଟେମ୍ବର ୨୦୨୬, ସୋମବାର। ଭାଦ୍ରବ ମାସ ଶୁକ୍ଳପକ୍ଷ ତୃତୀୟା ତିଥି ସହ ଚତୁର୍ଥୀ ତିଥି ମଧ୍ୟ ରହିଛି। ଏହି କାରଣରୁ ଆଜି ଗଣେଶ…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?