Posted inଖେଳ

କିଏ ସେ ଅଭିଷେକ ଶର୍ମା? ଯିଏ ବନ୍ଧୁଙ୍କ ଅଧିନାୟକତ୍ୱରେ ଭାରତ ପାଇଁ ଡେବ୍ୟୁ କରି ଚର୍ଚ୍ଚାରେ, ହେଲେ ଖେଳାଳି ନମ୍ବର-୧୧୧

ହରାରେ,୬।୭: ଟି୨୦ ବିଶ୍ୱକପ୍‌ ୨୦୨୪ ଜିତିବାର ୭ ଦିନ ପରେ ଟିମ୍‌ଇଣ୍ଡିଆରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି। କହିବାର ତାତ୍ପର୍ଯ୍ୟ ଶୁଭମନ ଗିଲଙ୍କ ନେତୃତ୍ୱରେ ଟିମ୍‌ ଇଣ୍ଡିଆ ଜିମ୍ବାଓ୍ବେ ବିପକ୍ଷରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମୁକାବିଲା ଖେଳୁଛି। ଏଥିରେ ଭାରତ ପକ୍ଷରୁ ୩ ଯୁବ ଖେଳାଳି ଡେବ୍ୟୁ କରୁଛନ୍ତି।

ଏହି ୩ ଖେଳାଳିଙ୍କ ମଧ୍ୟରେ ରହିଛନ୍ତି ଯୁବରାଜ ସିଂଙ୍କ ଶିଷ୍ୟ ଭାବେ ପରିଚିତ ଅଭିଷେକ ଶର୍ମା। ସେ ଗତ ଆଇପିଏଲ୍‌ରେ ସନରାଇଜର୍ସ ହାଇଦ୍ରାବାଦ ପକ୍ଷରୁ ଓପନିଂ କରି ଚର୍ଚ୍ଚାକୁ ଆସିଥିଲେ। ସେବେଠାରୁ ତାଙ୍କର ଜାତୀୟ ଦଳରେ ସ୍ଥାନ ପକ୍କା ବୋଲି କୁହାଯାଉଥିଲା। ଶେଷରେ ସେ ଜିମ୍ବାଓ୍ବେ ବିପକ୍ଷରେ ନିଜର ଡେବ୍ୟୁ କରିଛନ୍ତି।

ପିଲାଦିନର ବନ୍ଧୁ ଶୁଭମନ ଗିଲଙ୍କ ଅଧିନାୟକତ୍ୱରେ ଅଭିଷେକ ନିଜର ଅନ୍ତର୍ଜାତୀୟ ଡେବ୍ୟୁ କରିଛନ୍ତି। ସେ ଭାରତ ପାଇଁ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ୍‌ ଖେଳିଥିବା ୧୧୧ତମ ଖେଳାଳି ପାଲଟିଛନ୍ତି। ଶାହାବାଜ ଅହମ୍ମଦ ଭାରତର ୧୧୦ତମ ଟି୨୦ ଖେଳାଳି ଥିଲେ। ଏବେ ଅଭିଷେକଙ୍କୁ ୧୧୧ନଂ କ୍ୟାପ୍‌ ମିଳିଛି ଯାହାକି ଏକ ସ୍ବତନ୍ତ୍ର ନମ୍ବର ଅଟେ।

ଆଇପିଏଲ୍‌ ପ୍ରଦର୍ଶନକୁ ଦେଖଇଲେ ଅଭିଷେକ ୧୬ ମ୍ୟାଚ୍‌ର ୧୬ ଇନିଂସରେ ଥରେ ଅପରାଜିତ ରହି ୨୦୪.୨୧ ଷ୍ଟ୍ରାଇକ୍‌ ରେଟ୍‌ ସହ ୪୮୪ ରନ୍‌ କରିଥିଲେ। ଏଥିରେ ୩ ଅର୍ଦ୍ଧଶତକ ସାମିଲ ଥିଲା। ତାଙ୍କର ସର୍ବଶ୍ରେଷ୍ଠ ପ୍ରଦର୍ଶନ ଅପରାଜିତ ୭୫ ରନ୍‌ ଥିଲା। ସେ ଟୁର୍ନାମେଣ୍ଟରେ ସର୍ବାଧିକ ଛକା ମାରିଥିବା ଖେଳାଳି ମଧ୍ୟ ଥିଲେ। ସେ ୩୬ ଚୌକା ଏବଂ ୪୨ ଛକା ମାରିଥିଲେ। ସର୍ବାଧିକ ରନ୍‌ କରିଥିବା ଖେଳାଳି ତାଲିକାରେ ଅଭିଷେକ ୧୦ମ ସ୍ଥାନରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri