Posted inଖେଳ

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି। ମାତ୍ର ୩୦ ବଲରେ ଶତକ ହାସଲ କରି ଅଭିଷେକ ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରେ ଦ୍ରୁତତମ ଶତକର ରେକର୍ଡ କରିଥିବା ଉଲ୍ଲେଖ ରହିଛି। ଏହି ଇନିଂସ ପାଇଁ ସେ ପ୍ଲେୟର ଅଫ ଦି ମ୍ୟାଚ ମଧ୍ୟ ହୋଇଥିଲେ। ୩୪ ବଲରେ ୧୦୮ ରନର ଧୂଆଁଧାର ଇନିଂସରେ ଅଭିଷେକ ୧୧ଟି ଛକା ଓ ୯ଟି ଚୌକା ମାରିଥିଲେ। ତାଙ୍କ ଷ୍ଟ୍ରାଇକ ରେଟ୍‌ ୩୧୭.୬୫ ଥିଲା। ୧୬ ବଲରେ ଅର୍ଦ୍ଧଶତକ ପୂରଣ କରିବା ପରେ ମାତ୍ର ୧୪ ବଲରେ ଶତକରେ ପହଞ୍ଚିଥିଲେ। ଶତକ ପୂରଣ କରିବା ପରେ ଅଭିଷେକ ମଇଦାନରେ ବସି ଧ୍ୟାନ ମୁଦ୍ରାରେ ସେଲିବ୍ରେଶନ କରିଥିଲେ। ଏହି ବିଶେଷ ମୁହୂର୍ତ୍ତ ପରେ ତାଙ୍କ ମେଡିଟେଶନ ଅଭ୍ୟାସକୁ ନେଇ ମଧ୍ୟ ଚର୍ଚ୍ଚା ଆରମ୍ଭ ହୋଇଛି।

ଅଭିଷେକଙ୍କ ବାପା ରାଜକୁମାର ଶର୍ମା ତାଙ୍କ ପୁଅର ଦୈନନ୍ଦିନ ଅଭ୍ୟାସ ବିଷୟରେ ଖୁଲାସା କରିଛନ୍ତି। ପିଟିଆଇ ଅନୁସାରେ ସେ କହିଛନ୍ତି ଯେ ଅଭିଷେକ ସକାଳ ପ୍ରାୟ ୪ଟାରେ ଉଠି ମେଡିଟେଶନ କରନ୍ତି। ତାଙ୍କ ମତରେ, ଏହା ଅଭିଷେକଙ୍କ ମନକୁ ଏକାଗ୍ର ରଖିବାରେ ସହାୟକ ହେଉଛି।

ରାଜକୁମାର ଶର୍ମା କହିଛନ୍ତି , ଅଭିଷେକଙ୍କ ଭିତରେ କ୍ରିକେଟ ପାଇଁ ଏତେ ଉତ୍ସାହ ରହିଛି ଯେ ତାଙ୍କୁ ଏବେ ପ୍ରାକ୍ଟିସ ବ୍ୟତୀତ ଅନ୍ୟ କିଛି ଦେଖାଯାଏନି। ପରିବାର ପକ୍ଷରୁ ଘରକୁ ଡାକିଲେ ମଧ୍ୟ ସେ ଅନେକ ସମୟରେ ପ୍ରାକ୍ଟିସ୍‌ରେ ହିଁ ବ୍ୟସ୍ତ ରହୁଥିଲେ।
ସେ କହିଛନ୍ତି , ଅଭ୍ୟାସ ହିଁ ଅଭିଷେକଙ୍କୁ ଆଗକୁ ନେଉଛି। ଆଗକୁ ମଧ୍ୟ ସେ ଏହିଭଳି ପରିଶ୍ରମ ଜାରି ରଖି ଭାରତ ପାଇଁ ଭଲ ଇନିଂସ ଖେଳନ୍ତୁ ବୋଲି ସେ ଆଶା ପ୍ରକାଶ କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

୩୧ ଦିନ ପରେ ଉଦୟ ହେଲେ ବୁଧ: ବୃଷ ସମେତ ୫ ରାଶିଙ୍କ ଉପରେ ଧନବର୍ଷା! ଘର-ଗାଡ଼ି କିଣିବାର ରହିଛି ଯୋଗ

ଭୁବନେଶ୍ୱର: ୩୧ ଦିନ ଅସ୍ତ ରହିବା ପରେ ୨୦୨୬ ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟା ୬ଟା ୫୫ ମିନିଟରେ ଉଦୟ ହୋଇଛନ୍ତି ବୁଧ। ଜ୍ୟୋତିଷାଚାର୍ଯ୍ୟଙ୍କ ମତରେ, ମଙ୍ଗଳ…

ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?