Posted inTrending, ଖେଳ

ଇତିହାସ ବଦଳାଇବେ ଅଭିଷେକ ଶର୍ମା: କରିବେ ଏହି ବଡ଼ ବିଶ୍ୱ ରେକର୍ଡ

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ ଆଜି ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ବିସ୍ଫୋରକ ବ୍ୟାଟର୍‌ ଅଭିଷେକ ଶର୍ମାଙ୍କ ପାଖରେ ଏକ ବଡ଼ ବିଶ୍ୱ ରେକର୍ଡ ନିଜ ନାମରେ କରିବାର ସୁଯୋଗ ରହିଛି। ମାତ୍ର ୫୩ ରନ କରିପାରିଲେ ସେ ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ୨୦୦୦ ରନ ପୂରଣ କରିବେ।
ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ସବୁଠାରୁ କମ ବଲ୍‌ରେ ୨୦୦୦ ରନ ପୂରଣ କରିବାର ରେକର୍ଡ ସୂର୍ଯ୍ୟକୁମାର ଯାଦବଙ୍କ ନାମରେ ରହିଛି। ସେ ମାତ୍ର ୧୧୬୪ଟି ବଲ୍‌ରେ ଏହି ସଫଳତା ହାସଲ କରିଥିଲେ। ଏହି ତାଲିକାରେ ଅଷ୍ଟ୍ରେଲିଆର ଆରୋନ ଫିଞ୍ଚ ୧୨୮୩ଟି ବଲ୍‌ରେ ୨୦୦୦ ରନ ପୂରଣ କରିଥିଲେ।

ଅନ୍ୟପଟେ, ଅଭିଷେକ ଏପର୍ଯ୍ୟନ୍ତ ୯୯୭ଟି ବଲ୍‌ରେ ୧୯୪୭ ରନ କରିଛନ୍ତି। ତେଣୁ ତାଙ୍କୁ ଆଉ ୫୩ ରନ ଆବଶ୍ୟକ। ଯଦି ସେ ୧୬୬ଟି କିମ୍ବା ତା’ଠାରୁ କମ ବଲ୍‌ରେ ଏହି ରନ କରିଦିଅନ୍ତି, ତେବେ ସୂର୍ଯ୍ୟକୁମାରଙ୍କ ରେକର୍ଡ ଭାଙ୍ଗି ନୂଆ ଇତିହାସ ରଚିପାରିବେ। ଅଭିଷେକ ତାଙ୍କର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ବେଶ ପରିଚିତ। ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ତାଙ୍କର ଷ୍ଟ୍ରାଇକ ରେଟ ୧୯୫.୨୯ ରହିଥିବା ବେଳେ ସେ ଏପର୍ଯ୍ୟନ୍ତ ୧୩୫ଟି ଛକା ମାରିଛନ୍ତି।

ପଡ଼ିଆକୁ ଓହ୍ଲାଇବା ମାତ୍ରେ ବଡ଼ ଶଟ ଖେଳିବାର କ୍ଷମତା ତାଙ୍କୁ ଅନ୍ୟ ବ୍ୟାଟରଙ୍କଠାରୁ ସ୍ବତନ୍ତ୍ର କରିଛି। ଏହି କାରଣରୁ ଆଜିର ମ୍ୟାଚ୍‌ରେ ତାଙ୍କଠାରୁ ଏକ ବଡ଼ ଇନିଂସ୍‌ର ଆଶା ରଖିଛନ୍ତି କ୍ରିକେଟ ପ୍ରଶଂସକ। ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଦଳ ୮ ଉଇକେଟ୍‌ରେ ବିଜୟ ହାସଲ କରି ୧-୦ରେ ଆଗୁଆ ରହିଛି। ଲକ୍ଷ୍ନୌର ଏକାନା କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଭାରତ ୧୭୨ ରନ୍‌ର ଲକ୍ଷ୍ୟକୁ ସହଜରେ ହାସଲ କରିଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌

ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର…

ପୁଣି ନୋବେଲ ଶାନ୍ତି ପୁରସ୍କାର ଦାବିକଲେ ଟ୍ରମ୍ପ୍‌, ୮ଯୁଦ୍ଧ ରୋକିଥିବା ଦାବି ଦୋହରାଇଲେ

ଓ୍ବାଶିଂଟନ,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ପୁଣି ଥରେ ଦାବି ଉପସ୍ଥାପନ କରିଛନ୍ତି । ସେ ୮ଟି ଯୁଦ୍ଧର ସମାଧାନ କରିଛନ୍ତି…

ଭାରତର ନୂଆ କ୍ରିକେଟ୍‌ ବିସ୍ମୟ ତନ୍ମୟ: ଗୋଟିଏ ଟେଷ୍ଟରେ ୧୪ ଉଇକେଟ ନେଇ ରଚିଲେ ଇତିହାସ

ଅହମ୍ମଦାବାଦ,୯।୧୦: କ୍ରିକେଟ ପଡ଼ିଆରେ ଭାରତୀୟ ଯୁବ ସ୍ପିନର ତନ୍ମୟ ବଲୋଦାଙ୍କ କମାଲ। ଅଷ୍ଟ୍ରେଲିଆର ଅଣ୍ଡର-୧୯ ଦଳ ବିପକ୍ଷରେ ଦ୍ୱିତୀୟ ଅନୌପଚାରିକ ଟେଷ୍ଟ ମ୍ୟାଚ୍‌ରେ ନିଜର ଘାତକ ବୋଲିଂରେ…

ପଶ୍ଚିମବଙ୍ଗରୁ ତାମିଲନାଡୁ…. ଆଜି ୬ ଆସନର ରେଜଲ୍ଟ, କିଏ ମାରିବ ବାଜି?

ନୂଆଦିଲ୍ଲୀ,୯।୧୦: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ ଓ ପୁଡୁଚେରୀରେ ଅକ୍ଟୋବର ୬ ତାରିଖରେ ହୋଇଥିବା ନିର୍ବାଚନର ଫଳାଫଳ ଆଜି ପ୍ରକାଶ ପାଇବ । ଏଥିରେ ୫ଟି ବିଧାନସଭା ଆସନ…

ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ

ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ…

ସାହିତ୍ୟ ପାଇଁ କାନାଡା କବି ଆନେ କାର୍ସନଙ୍କୁ ନୋବେଲ ପୁରସ୍କାର

ଷ୍ଟକ୍‌ହୋମ,୯।୧୦(ଏ.ପି.): କାନାଡାର ପ୍ରସିଦ୍ଧ କବି ତଥା ପ୍ରାବନ୍ଧିକା ଆନେ କାର୍ସନଙ୍କୁ ୨୦୨୬ ମସିହାର ସାହିତ୍ୟ (ଲିଟରେଚର) ନୋବେଲ ପୁରସ୍କାର ପ୍ରଦାନ କରାଯିବ। ପ୍ରାଚୀନ ପରମ୍ପରା ସହ ସମକାଳୀନ…

IPL 2027 ପୂର୍ବରୁ ରିଷଭ ପନ୍ତଙ୍କୁ ବଡ଼ ଝଟ୍‌କା, ଦିଲ୍ଲୀ କ୍ୟାପିଟାଲ୍ସରେ ମିଳିବନି ଏହି ଦାୟିତ୍ୱ!

ନୂଆଦିଲ୍ଲୀ,୯।୧୦: ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିବା ପରେ ରିଷଭ ପନ୍ତଙ୍କ ବ୍ୟାଟିଂ ପୋଜିସନକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। IPL 2027ରେ ପନ୍ତଙ୍କୁ ଟପ୍ ଅର୍ଡରରେ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?