Posted inଖେଳ

ହଠାତ କଳା କାର୍‌ରେ କୁଆଡେ ଗଲେ ଅଭିଷେକ ଶର୍ମା-ଗୌତମ ଗମ୍ଭୀର? ମ୍ୟାଚ୍‌ର କିଛି ଘଣ୍ଟା ପୂର୍ବରୁ ଏଭଳି ପଦକ୍ଷେପକୁ ନେଇ ଚର୍ଚ୍ଚା…

ଅହମ୍ମଦାବାଦ,୨୨।୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏକ ହାଇ-ଭୋଲଟେଜ୍‌ ସୁପର-୮ ମ୍ୟାଚ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପୂର୍ବରୁ ଯୁବ ଓପନର୍‌ ଅଭିଷେକ ଶର୍ମାଙ୍କ ଫର୍ମକୁ ନେଇ ସାରା ଦେଶରେ ଚର୍ଚ୍ଚା ଚାଲିଛି। ଚଳିତ ଟୁର୍ନାମେଣ୍ଟରେ ସେ ଏପର୍ଯ୍ୟନ୍ତ ନିଜର ଖାତା ଖୋଲି ପାରିନାହାନ୍ତି। ଲଗାତାର ତିନୋଟି ମ୍ୟାଚ୍‌ରେ ସେ ଶୂନ୍ୟ (୦) ରନ୍‌ରେ ଆଉଟ ହୋଇଛନ୍ତି।
ମ୍ୟାଚ ଆରମ୍ଭ ହେବାର ମାତ୍ର କିଛି ଘଣ୍ଟା ପୂର୍ବରୁ ଅଭିଷେକ ଶର୍ମା ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମିଡିଆ ରିପୋର୍ଟ ଅନୁଯାୟୀ, ଯେଉଁ ସମୟରେ ଦଳର ଅନ୍ୟ ସମସ୍ତ ଖେଳାଳି ହୋଟେଲରେ ମାନସିକ ସ୍ତରରେ ନିଜକୁ ପ୍ରସ୍ତୁତ କରୁଥିଲେ, ସେହି ସମୟରେ ଅଭିଷେକ ଏବଂ ମୁଖ୍ୟ କୋଚ ଗୌତମ ଗମ୍ଭୀର ଏକ କଳା ରଙ୍ଗର SUV ଗାଡ଼ିରେ ହୋଟେଲରୁ ବାହାରି ଷ୍ଟାଡିୟମକୁ ଯାଇଥିଲେ।
ଷ୍ଟାଡିୟମରେ ଅଭିଷେକଙ୍କ ପାଇଁ ଏକ ସ୍ବତନ୍ତ୍ର ଏବଂ ଗୁପ୍ତ ଅଭ୍ୟାସ ଅଧିବେଶନ (Secret Practice Session) ର ଆୟୋଜନ କରାଯାଇଥିଲା। ସେ ସେଠାରେ ସ୍ଥାନୀୟ ବୋଲରଙ୍କ ସହାୟତାରେ ଏକ ଇଣ୍ଡୋର ନେଟ୍‌ ସେସନ କରିଥିଲେ। ଏହି ଅଭ୍ୟାସକୁ ତିନୋଟି ଭାଗରେ ବିଭକ୍ତ କରାଯାଇଥିଲା, ଯେଉଁଥିରେ ସେ ଦକ୍ଷିଣ ଆଫ୍ରିକା ବୋଲରଙ୍କ ରଣନୀତିକୁ ସାମ୍ନା କରିବା ପାଇଁ ରିବ୍‌-ଲାଇନ ବୋଲିଂ ଏବଂ ଅଫ୍‌-ସ୍ପିନରଙ୍କ ବିରୋଧରେ ବ୍ୟାଟିଂ ଅଭ୍ୟାସ କରିଥିଲେ।
ଯଦିଓ ଅଭିଷେକଙ୍କ ପ୍ରଦର୍ଶନ ଖରାପ ରହିଛି, ତଥାପି ଟିମ ମ୍ୟାନେଜମେଣ୍ଟ ତାଙ୍କ ଉପରେ ଭରସା ରଖିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ଆଜିର ମ୍ୟାଚ୍‌ରେ ସେ ପ୍ଲେଇଂ-୧୧ରେ ରହିବା ନିଶ୍ଚିତ ବୋଲି ଜଣାପଡ଼ିଛି। ନିଜର ଆତ୍ମବିଶ୍ୱାସ ଫେରାଇ ଆଣିବା ପାଇଁ ଅଭିଷେକ କରିଥିବା ଏହି ’ସିକ୍ରେଟ ପ୍ରାକ୍ଟିସ’ କେତେ ସଫଳ ହେଉଛି, ତାହା ଆଜିର ମ୍ୟାଚ୍ରେ ଦେଖିବାକୁ ମିଳିବ।
ଆଜିର ମ୍ୟାଚ ଅପଡେଟ:
ଭାରତ ବନାମ ଦକ୍ଷିଣ ଆଫ୍ରିକା
ସମୟ:ସା(ଭାରତୀୟ ସମୟ)
ସ୍ଥାନ:ନରେନ୍ଦ୍ର ମୋଦୀ ଷ୍ଟାଡିୟମ, ଅହମ୍ମଦାବାଦ
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?