Posted inଖେଳ

ରେକର୍ଡ ବୁକ ହଲାଇ ଦେଲେ ଅଭିଷେକ

ହରାରେ,୭।୭: ଭାରତୀୟ ଦଳର ଯୁବ ଓପନର୍‌ ଅଭିଷେକ ଶର୍ମା ତାଙ୍କ ଟି -୨୦ ଅନ୍ତର୍ଜାତୀୟ କ୍ୟାରିୟରର ପ୍ରଥମ ଶତକ ସ୍କୋର କରି ରେକର୍ଡ ବୁକକୁ ହଲାଇ ଦେଇଛନ୍ତି। ରବିବାର ଜିମ୍ବାୱେ ବିପକ୍ଷ ଦ୍ୱିତୀୟ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚରେ ଶର୍ମା ମାତ୍ର ୪୬ ଟି ବଲରେ ସାତ ଚୌକା ଓ ୮ ଛକା ସହାୟତାରେ ଏକ ଶତକ ହାସଲ କରିଛନ୍ତି। ବାମହାତୀ ବ୍ୟାଟ୍ସମ୍ୟାନ ୪୭ବଲରେ ୧୦୦ ରନ ସ୍କୋର କରିବା ପରେ ପାଭିଲିୟନକୁ ଫେରିଥିଲେ। ଅଭିଷେକଙ୍କ ଇନିଂସ ଆଧାରରେ ଭାରତୀୟ ଦଳ ଧାର୍ଯ୍ୟ ୨୦ ଓଭରରେ ଦୁଇଟି ୱିକେଟ ହରାଇବା ପରେ ୨୩୪ ରନ ସଂଗ୍ରହ କରିଥିଲା।
ହରାରେରେ ଖେଳାଯାଇଥିବା ଦ୍ୱିତୀୟ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚରେ ପଞ୍ଜାବର ଅଭିଷେକ ଶର୍ମା ୩୩ ବଲରେ ୫ ଚୌକା ଓ ୩ ଛକା ସହାୟତାରେ ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ। ସେ ତାଙ୍କର ପଚାଶ ପୂରଣ କରିବା ମାତ୍ରେ ଏକ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରିଥିଲେ ଏବଂ ପରବର୍ତ୍ତୀ ୧୩ବଲରେ ୨ଟି ଚୌକା ଓ ୫ଛକା ସହାୟତାରେ ଶତକ ପୂରଣ କରିଥିଲେ। ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ଇନିଂସ ୱେଲିଙ୍ଗଟନ ମାସାକାଡଜାଙ୍କ ଦ୍ୱାରା ଶେଷ ହୋଇଥିଲା।
ସବୁଠାରୁ ଅଳ୍ପ ଇନିଂସରେ ଟି -୨୦ ଅନ୍ତର୍ଜାତୀୟ ଶତକ ହାସଲ କରିବାରେ ଅଭିଷେକ ଶର୍ମା ପ୍ରଥମ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ଶର୍ମା ତାଙ୍କ କ୍ୟାରିୟରର ଦ୍ୱିତୀୟ ଇନିଂସରେ ଏକ ଶତକ ହାସଲ କରିଥିଲେ। ସେ ତାଙ୍କ ଟି -୨୦ ଅନ୍ତର୍ଜାତୀୟ କ୍ୟାରିୟରର ତୃତୀୟ ଇନିଂସରେ ଶତକ ହାସଲ କରିଥିବା ଦୀପକ ହୁଡାଙ୍କ ରେକର୍ଡ ଭାଙ୍ଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତିକୁ ଭାରତର ସ୍ବାଗତ: ପ୍ରଧାନମନ୍ତ୍ରୀ ମୋଦି କହିଲେ, ମୁଁ ଏହି ଚୁକ୍ତିକୁ…

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିକୁ ସ୍ବାଗତ କରିଛନ୍ତି। ଏହି ଚୁକ୍ତି ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା…

ବହୁ ଖୋଜାଖୋଜିି ପରେ ବି ମିଳିଲେନି: ଏବେ ଜଙ୍ଗଲରେ…

ଭଞ୍ଜନଗର, ୧୫।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ତାରସିଂ ଥାନା ପୋଲିସ ସୋମବାର ବ୍ରାହ୍ମଣପଦର ନିକଟସ୍ଥ ଜଙ୍ଗଲରୁ ଜଣେ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ…

ବଡ଼ ଭାଇର ପ୍ରେମ ପାଇଁ ସାନ ଭାଇକୁ ଗୁଳି: ପାଣ୍ଡରାସିଙ୍ଗାରେ ରାସ୍ତାରୋକ, ହତ୍ୟାକାଣ୍ଡକୁ ନେଇ ତୀବ୍ର ଉତ୍ତେଜନା

ଗଣିଆ,୧୫।୬: ନୟାଗଡ଼ ଜିଲାର ଗଣିଆ ଅଞ୍ଚଳରେ ଗ୍ୟାରେଜ ମାଲିକ ରବୀନ୍ଦ୍ରଙ୍କ ହତ୍ୟା ଘଟଣାକୁ ନେଇ ସୋମବାର ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। କଣ୍ଟିଲୋ–ଗଣିଆ ମୁଖ୍ୟ ରାସ୍ତାର ପାଣ୍ଡରାସିଙ୍ଗା…

ପୋଖରୀର ଦୂଷିତ ପାଣି ପିଉଛନ୍ତି ଗ୍ରାମବାସୀ

ମହାକାଳପଡ଼ା,୧୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛେଲା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ମହିଳାମାନେ ପାନୀୟଜଳ ସମସ୍ୟା ଯୋଗୁ ଗଡ଼ିଆ, ପୋଖରୀର…

୧୮ରେ ଖୋଲିବ ସ୍କୁଲ; ଖରା ବଢ଼ିଲେ ପୁନର୍ବିଚାର…

ଭୁବନେଶ୍ୱର,୧୫।୬: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ନେଇ ସ୍କୁଲ ଖୋଲିବା ନ ଖୋଲିବା ଚର୍ଚ୍ଚା ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୋମବାର ମସ୍ପଷ୍ଟ କରିଛନ୍ତି।…

କେନାଲ ଗଛରେ ଝୁଲୁଛି ମେଡିକାଲ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୫।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଉଦେପୁର-ଗୋପିନାଥପୁର କେନାଲ ନିକଟସ୍ଥ ଏକ ଗଛରୁ ସୋମବାର ଜଣେ ମେଡିକାଲ କର୍ମଚାରୀଙ୍କ ଝୁଲନ୍ତା ମୃତ…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ: ୩ ବଖରା ଘର ଜଳିପୋଡ଼ି ଛାରଖାର

ତିହିଡି,୧୫।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ କୋଠାର ପଞ୍ଚାୟତର ମହନ୍ତ ସାହିରେ ସୋମବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁବାସ ଚନ୍ଦ୍ର ସେଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri