Posted inTrending, ଖେଳ

ଅଭିଷେକ-ତିଲକଙ୍କ ଧୂଆଁଧାର ବ୍ୟାଟିଂ: ପାକିସ୍ତାନକୁ ବିଶାଳ ଟାର୍ଗେଟ୍‌ ଦେଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ନିର୍ଦ୍ଧାରିତ ଓଭରରେ ୬ ଉଇକେଟ ହରାଇ ୨୧୧ ର ସଂଗ୍ରହ କରିଛି। ଫଳରେ ଗୋଲ୍ଡ ମେଡାଲ ଜିତିବା ପାଇଁ ପାକିସ୍ତାନକୁ ୨୧୨ ରନ୍‌ର ଟାର୍ଗେଟ ମିଳିଛି। ଭାରତ ପକ୍ଷରୁ ଅଭିଷେକ ଶର୍ମା ଏବଂ ତିଲକ ବର୍ମା ଦମଦାର ବ୍ୟାଟିଂ କରିଛନ୍ତି। ଅଭିଷେକ ୬୧ ରନର ଆକର୍ଷଣୀୟ ଇନିଂସ ଖେଳିଥିବା ବେଳେ ତିଲକ ୫୧ ରନ୍‌ରେ ଅପରାଜିତ ରହିଛନ୍ତି।
ଆରମ୍ଭରୁ ଭାରତକୁ ଦୁଇଟି ଝଟକା ଲାଗିଥିଲେ ମଧ୍ୟ ଅଭିଷେକ ଇନିଂସକୁ ସମ୍ଭାଳିଥିଲେ। ଆକ୍ରମଣାତ୍ମକ ବ୍ୟାଟିଂ କରି ସେ ୬୧ ରନ ସଂଗ୍ରହ କରି ଭାରତର ବଡ଼ ସ୍କୋରରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ କରିଛନ୍ତି।

ଇନିଂସ୍‌ର ଶେଷ ଭାଗରେ ତିଲକ ଦାୟିତ୍ୱ ନେଇ ଦ୍ରୁତ ରନ ସଂଗ୍ରହ କରିଥିଲେ। ସେ ୫୧ ରନ କରି ଅପରାଜିତ ରହିଥିଲେ। ତାଙ୍କ ଏହି ଇନିଂସ ବଳରେ ଭାରତ ୨୦୦ ରନ୍‌ ପାର କରିବାରେ ସଫଳ ହୋଇଥିଲା। ଏବେ ପାକିସ୍ତାନ ସମ୍ମୁଖରେ ୨୧୨ ରନ୍‌ର ବଡ଼ ଲକ୍ଷ୍ୟ ରହିଛି। ଫାଇନାଲରେ ଭାରତୀୟ ବୋଲର୍ମାନେ ଏହି ଲକ୍ଷ୍ୟକୁ କିପରି ରକ୍ଷା କରୁଛନ୍ତି, ତାହା ଉପରେ ସମସ୍ତଙ୍କ ନଜର ରହିବ।
ଏହି ଫାଇନାଲର ବିଜେତା ଦଳ ଗୋଲ୍ଡ ମେଡାଲ ହାସଲ କରିବ। ପରାଜିତ ଦଳକୁ ରୌପ୍ୟ ପଦକରେ ସନ୍ତୁଷ୍ଟ ହେବାକୁ ପଡ଼ିବ। ଭାରତ ପୂର୍ବ ସଂସ୍କରଣରେ ମଧ୍ୟ ଗୋଲ୍ଡ ମେଡାଲ ଜିତିଥିଲା। ଏହା ପୂର୍ବରୁ ଭାରତୀୟ ମହିଳା କ୍ରିକେଟ ଟିମ ମଧ୍ୟ ହରମନପ୍ରୀତ କୌରଙ୍କ ନେତୃତ୍ୱରେ ଗୋଲ୍ଡ ମେଡାଲ ଜିତିସାରିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା

ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

CJP କୁ ନେଇ ଏମିତି କହିଲେ ମମତା ବାନାର୍ଜୀ, ରାଜନୀତି ହେଲାଣି ସରଗରମ

ନୂଆଦିଲ୍ଲୀ,୩।୧୦: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକରୋଚ ଜନତା ପାର୍ଟି’ (CJP) ଦ୍ୱାରା ଚାଲିଥିବା…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ଫାଇନାଲରେ ଧୋକା ଦେଲେ ବୈଭବ ସୂର୍ଯ୍ୟବଂଶୀ: ଭାରତ-ପାକିସ୍ତାନ ମହାମୁକାବିଲାରେ ମାତ୍ର ଏତିକି ରନ୍‌ କରି ଆଉଟ୍‌

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ସ୍ବର୍ଣ୍ଣ ପାଇଁ ହେଉଥିବା ଏହି ବଡ଼ ମୁକାବିଲାରେ ଭାରତୀୟ ଦଳର…

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?