ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ୮ ଓ୍ବିକେଟରେ ଏସ୍‌ଆର୍‌ଏଚ୍‌ ବିଜୟୀ…

ମୁମ୍ବାଇ, ୯।୪ : ଆଇପିଏଲ୍‌ ସିଜିନ୍‌ର ୧୫ ତମ ସଂସ୍କରଣରେ ୧୭ତମ ମ୍ୟାଚ୍‌ରେ ଶନିବାର ଚେନ୍ନାଇ ସୁପର କିଙ୍ଗ୍‌ସ (ସିଏସ୍‌କେ)କୁ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୮ ଓ୍ବିକେଟରେ ପରାଜିତ କରିଛି। ବିଜୟ ପାଇଁ ୧୫୫ ରନ୍‌ର ଆବଶ୍ୟକତା ଥିବାବେଳେ ଦଳ ୨ ଓ୍ବିକେଟ ହରାଇ ୧୭.୪ ଓଭରରେ ଏହା ହାସଲ କରିଛି।

ଏସ୍‌ଆର୍‌ଏଚ୍‌ ପକ୍ଷରୁ ଅଭିଷେକ ଶର୍ମା ବିସ୍ଫୋରକ ବ୍ୟାଟିଂ କରି ୫୦ ବଲ୍‌ରେ ୭୫ ରନ୍‌ ସଂଗ୍ରହ କରିଥିଲେ। ରାହୁଲ ତ୍ରିପାଠି ୧୫ ବଲ୍‌ରୁ ୩୯ ରନ୍‌ ସଂଗ୍ରହ କରିଥିବାବେଳେ କେନ୍‌ ଓ୍ବିଲମସନ୍‌ ୪୦ ବଲ୍‌ରୁ ୩୨ ରନ୍‌ କରିଥିଲେ।

ମହାରାଷ୍ଟ୍ରର ନଭି ମୁମ୍ବାଇର ଡି.ଓ୍ବାଇ, ପାଟିଲ ସ୍ପୋର୍ଟସ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଏସ୍‌ଆର୍‌ଏଚ୍‌ ଅଧିନାୟକ କେନ୍‌ ଓ୍ବିଲିୟମସନ୍‌ ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବାବେଳେ ସିଏସ୍‌କେ ଅଧିନାୟକ ରବିନ୍ଦ୍ର ଜାଡ଼େଜା ନେତୃତ୍ୱରେ ତାଙ୍କ ଦଳ ବ୍ୟାଟିଂ କରିବାକୁ ପଡ଼ିଆ ଓହ୍ଲାଇ ନିର୍ଦ୍ଧାରିତ ୨୦ ଓଭରରେ ୭ ଓ୍ବିକେଟ ହରାଇ ୧୫୪ ରନ୍‌ କରଥିଲେ।

ଏସ୍‌ଆର୍‌ଏଚ୍‌ ପାଇଁ ୧୫୫ ରନ୍‌ର ବିଜୟ ଲକ୍ଷ୍ୟ ରନ୍‌ ରହିଥିଲା। ସିଏସ୍‌କେ ପକ୍ଷରୁ ମୋଇନ୍‌ ଅଲି ୩୫ ବଲ୍‌ରେ ୪୮ ରନ୍‌ କରିଥିବାବେଳେ ଅମ୍ବାତି ରାୟଡୁ ୨୭ ବଲ୍‌ରେ ୨୭ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି…

ଭାରତ ସହିତ ଖେଳିବାକୁ ପାକିସ୍ତାନ ରାଜି ହେବା ପରେ ରାତାରାତି ଦ୍ୱିଗୁଣିତ ହୋଇଗଲା ଫ୍ଲାଇଟ୍‌ ଟିକେଟ୍‌ ଦାମ୍‌

ନୂଆଦିଲ୍ଲୀ,୧୦।୨: ICC ସହିତ ଏକ ବୈଠକ ପରେ, ପାକିସ୍ତାନ କ୍ରିକେଟ ବୋର୍ଡ ୨୦୨୬ ଟି୨୦ ବିଶ୍ୱକପରେ ଭାରତ ସହିତ ଖେଳିବାକୁ ରାଜି ହୋଇଛି। ମ୍ୟାଚ ୧୫ ଫେବୃଆରୀରେ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା, ଏକାଥରକେ ବଢିଗଲା ଏତେ…

ଭୁବନେଶ୍ୱର,୧୦।୨: NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବରିଷ୍ଠତା ଭିତ୍ତିରେ ୨୦ ହଜାର…

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି…

ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍‌ବି

ଇସଲାମାବାଦ୍‌,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା…

କଳସ ଯାତ୍ରା ସମୟରେ ଦଳାଚକଟା, ମହିଳା ମୃତ

ଗ୍ବାଲିୟର,୧୦।୨: ମଧ୍ୟ ପ୍ରଦେଶ ଗ୍ବାଲିୟରର ନବଗ୍ରହ ପୀଠ ମନ୍ଦିରରେ ଚାଲିଥିବା ପ୍ରାଣ ପ୍ରତିଷ୍ଠା ସମାରୋହ ସମୟରେ କଳସ ଯାତ୍ରା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ଶୋଭାଯାତ୍ରାରେ…

ନଗଦ କାରବାର, ସମ୍ପତ୍ତି ଏବଂ ଯାନବାହାନ କ୍ରୟ ପାଇଁ ପ୍ୟାନ୍ ନିୟମରେ ପରିବର୍ତ୍ତନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୨: ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଆୟକର ନିୟମର ଡ୍ରାଫ୍ଟରେ ଅନେକ ନୂତନ ଏବଂ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନର ପରାମର୍ଶ ଦିଆଯାଇଛି । ନୂତନ ନିୟମ ଅନୁଯାୟୀ, ନଗଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri