ପରଲୋକରେ ଅନୁଭବ ମହାନ୍ତିଙ୍କ ବାପା, କିଡନୀ ରୋଗରେ ଥିଲେ ପୀଡ଼ିତ

କଟକ,୧୫।୨: ପରଲୋକରେ ଅଭିନେତା ତଥା କେନ୍ଦ୍ରାପଡ଼ା ଏମପି ଅନୁଭବ ମହାନ୍ତିଙ୍କ ବାପା ଅଭୟ ମହାନ୍ତି।କଟକ ନନ୍ଦିସାହି ସ୍ଥିତ ବାସଭବନରେ ଅଭୟ ମହାନ୍ତିଙ୍କ ପରଲୋକ ଘଟିଥିବା ସୂଚନା ମିଳିଛି । ୭୪ ବର୍ଷ ବୟସରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି ଅନୁଭବଙ୍କ ବାପା।

ଦୀର୍ଘଦିନ ଧରି ଅଭୟ କିଡନୀ ରୋଗରେ ପୀଡ଼ିତ ଥିଲେ। ତାଙ୍କର ଡାଇଲିସିସ୍‌ ଚାଲିଥିଲା। ବାପାଙ୍କର ଚିକିତ୍ସା ପାଇଁ ଅନୁଭବ ନିୟମିତ ହସ୍ପିଟାଲ ନେବା ଆଣିବା କରୁଥିଲେ। ତେବେ ଅନୁଭବଙ୍କର ସବୁ ଉଦ୍ୟମ ପରେ ମଧ୍ୟ ସେ ପିତୃଶୂନ୍ୟ ହୋଇଯାଇଛନ୍ତି। ଅଭୟଙ୍କର ମୃତ୍ୟୁ ଖବର ପାଇ ସମ୍ପର୍କୀୟ ଏବଂ ଆତ୍ମୀୟ ସ୍ୱଜନ ଆସି ଅନୁଭବଙ୍କ ନନ୍ଦିସାହି ସ୍ଥିତ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରୁଛନ୍ତି। ବହୁ ସ୍ଥାନୀୟ ବିଶିଷ୍ଟ ବକ୍ତି ମଧ୍ୟ ତାଙ୍କର ଶେଷ ଦର୍ଶନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri