୨୩ ନଂ ଜୋନ୍‌ରୁ ନାମାଙ୍କନପତ୍ର ଦାଖଲ କଲେ ଅବିନାଶ

ଖୋର୍ଦ୍ଧା ଅଫିସ, ୧୮।୧ : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ନାମାଙ୍କନ ଦାଖଲର ଦ୍ବିତୀୟ ଦିନରେ ବେଗୁନିଆ ବ୍ଲକ ଅନ୍ତର୍ଗତ ୨୩ ନଂ ଜୋନ୍‌ରୁ ଏସ୍‌ୟୁସିଆଇ ପ୍ରାର୍ଥୀ ଅବିନାଶ ମହାପାତ୍ର ଦଳୀୟ ସମର୍ଥକଙ୍କ ସହ ଆସି ଖୋର୍ଦ୍ଧା ଉପ ଜିଲାପାଳ ଆଇ ଗୌରବ ଶିବାଜୀଙ୍କ ନିକଟରେ ଦୁଇ ସେଟ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ତାଙ୍କ ସମର୍ଥକ ଭାବେ ସନ୍ଦିପ ସାହୁ ଓ ପ୍ରସ୍ତାବକ ଭାବେ ପ୍ରକାଶ ଚନ୍ଦ୍ର ସାହୁ, ଏସୟୁସିଆଇ ଜିଲା ସଭାପତି ଅଶୋକ ସାହୁ, ଆଇନଜିବୀ ବିକ୍ରମ ଚମ୍ପତିରାୟ ପ୍ରମୁଖ ଉପସ୍ଥିତ ଥିଲେ। ଅବିନାଶଙ୍କ ନାମରେ କୌଣସି ସ୍ଥାବର ଅସ୍ଥାବର ସମ୍ପତି ନ ଥିବା ବେଳେ ସେ କୌଣସି ଅପରାଧିକ ମାମଲାରେ ଜଡିତ ନ ଥିବା ସେ ସତ୍ୟପାଠରେ ଉଲ୍ଲେଖ କରିଛନ୍ତି। ସେ ଛାତ୍ର ଜୀବନରୁ ରାଜନୀତି ସହ ଜଡ଼ିତ ଥିଲେ। ୨୦୧୫ରେ ସେ ପ୍ରାଣନାଥ ସୟଂଶାସିତ ମହାବିଦ୍ୟାଳୟ ଏବଂ ୨୦୧୭ ଉତ୍କଳ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ଲଢିଛନ୍ତି। ଏବେ ସେ ଏସ୍‌ୟୁସିଆଇର ଛାତ୍ରନେତା ଭାବେ କାର୍ଯ୍ୟରତ ଅଛନ୍ତି। ନିର୍ବାଚନରେ ବିଜେତା ହେଲେ ୨୩ ନଂ ଜୋନରେ ଦୀର୍ଘ ଦିନ ଧରି ରହିଥିବା ସମସ୍ୟା ଉପରେ ସେ ଗୁରୁତ୍ୱ ଦେବେ। ଏଥିସହ ସେ ଗ୍ରାମାଞ୍ଚଳ ବିକାଶ, ପାନୀୟଜଳ ଏବଂ ଚାଷୀଙ୍କ ସମସ୍ୟା ଉପରେ ଧ୍ୟାନ ଦେଇ ସମାଧାନ କରିବେ ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ଏକହୋଇ ଲଢ଼ିବାକୁ ପ୍ରଣବଙ୍କ ପରାମର୍ଶ

ଚଣ୍ଡିଖୋଲ,୨୦ା୪(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲାର ବଡ଼ଚଣା ଏକ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ। ହେଲେ ଏ ପର୍ଯ୍ୟନ୍ତ ବିଜେଡି ଏଠାରେ ପ୍ରାର୍ଥୀ ଘୋଷଣା କରିନାହିଁ। ଶୁକ୍ରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri