୨୩ ନଂ ଜୋନ୍‌ରୁ ନାମାଙ୍କନପତ୍ର ଦାଖଲ କଲେ ଅବିନାଶ

ଖୋର୍ଦ୍ଧା ଅଫିସ, ୧୮।୧ : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ନାମାଙ୍କନ ଦାଖଲର ଦ୍ବିତୀୟ ଦିନରେ ବେଗୁନିଆ ବ୍ଲକ ଅନ୍ତର୍ଗତ ୨୩ ନଂ ଜୋନ୍‌ରୁ ଏସ୍‌ୟୁସିଆଇ ପ୍ରାର୍ଥୀ ଅବିନାଶ ମହାପାତ୍ର ଦଳୀୟ ସମର୍ଥକଙ୍କ ସହ ଆସି ଖୋର୍ଦ୍ଧା ଉପ ଜିଲାପାଳ ଆଇ ଗୌରବ ଶିବାଜୀଙ୍କ ନିକଟରେ ଦୁଇ ସେଟ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ତାଙ୍କ ସମର୍ଥକ ଭାବେ ସନ୍ଦିପ ସାହୁ ଓ ପ୍ରସ୍ତାବକ ଭାବେ ପ୍ରକାଶ ଚନ୍ଦ୍ର ସାହୁ, ଏସୟୁସିଆଇ ଜିଲା ସଭାପତି ଅଶୋକ ସାହୁ, ଆଇନଜିବୀ ବିକ୍ରମ ଚମ୍ପତିରାୟ ପ୍ରମୁଖ ଉପସ୍ଥିତ ଥିଲେ। ଅବିନାଶଙ୍କ ନାମରେ କୌଣସି ସ୍ଥାବର ଅସ୍ଥାବର ସମ୍ପତି ନ ଥିବା ବେଳେ ସେ କୌଣସି ଅପରାଧିକ ମାମଲାରେ ଜଡିତ ନ ଥିବା ସେ ସତ୍ୟପାଠରେ ଉଲ୍ଲେଖ କରିଛନ୍ତି। ସେ ଛାତ୍ର ଜୀବନରୁ ରାଜନୀତି ସହ ଜଡ଼ିତ ଥିଲେ। ୨୦୧୫ରେ ସେ ପ୍ରାଣନାଥ ସୟଂଶାସିତ ମହାବିଦ୍ୟାଳୟ ଏବଂ ୨୦୧୭ ଉତ୍କଳ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ଲଢିଛନ୍ତି। ଏବେ ସେ ଏସ୍‌ୟୁସିଆଇର ଛାତ୍ରନେତା ଭାବେ କାର୍ଯ୍ୟରତ ଅଛନ୍ତି। ନିର୍ବାଚନରେ ବିଜେତା ହେଲେ ୨୩ ନଂ ଜୋନରେ ଦୀର୍ଘ ଦିନ ଧରି ରହିଥିବା ସମସ୍ୟା ଉପରେ ସେ ଗୁରୁତ୍ୱ ଦେବେ। ଏଥିସହ ସେ ଗ୍ରାମାଞ୍ଚଳ ବିକାଶ, ପାନୀୟଜଳ ଏବଂ ଚାଷୀଙ୍କ ସମସ୍ୟା ଉପରେ ଧ୍ୟାନ ଦେଇ ସମାଧାନ କରିବେ ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri