ଅସ୍ବାଭାବିକ ସ୍ଥିତି: ଦିନରେ ତାତି, ରାତିରେ କାକର

ଧରାକୋଟ,୧୧ା୩(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ରାଜ୍ୟରେ ଗତ କିଛିଦିନ ହେଲା ଅଧିକାଂଶ ସ୍ଥାନରେ ତାପମାତ୍ରା ୩୭ଂ ଡିଗ୍ରୀ ସେଲସିୟସ ଉପରେ ରହୁଛି। ହେଲେ ଗଞ୍ଜାମ ଜିଲାର ଧରାକୋଟ ଅଞ୍ଚଳରେ ପାଣିପାଗରେ ଅସ୍ବାଭାବିକ ସ୍ଥିତି ଦେଖିବାକୁ ମିଳୁଛି। ଦିନରେ ଉତ୍ତାପ ଅନୁଭୂତ ହେଉଥିବା ବେଳେ ରାତିରେ ଥଣ୍ତା ଅନୁଭୂତ ହେଉଛି। ଏଭଳି ସ୍ଥିତି ଆଗରୁ ଦେଖିବାକୁ ମିଳି ନ ଥିଲା।

ଗତ ଫେବୃଆରୀରେ ଦିନରେ ଖରା ଅନୁଭୂତ ହେଉଥିବା ବେଳେ ରାତିରେ ମଧ୍ୟ ଥଣ୍ଡା କମି ଯାଇଥିଲା। ହେଲେ ମାତ୍ର ମାର୍ଚ୍ଚ ମାସର ପ୍ରଥମ ସପ୍ତାହରେ ପାଣିପାଗ ଓ ଜଳବାୟୁ ପରିବର୍ତ୍ତନର ପ୍ରଭାବ ହେତୁ ଅଞ୍ଚଳରେ ଏଭଳି ଦେଖିବାକୁ ମିଳିଛି।

ଦିନରେ ଉତ୍ତାପ ବଢିବା ଯୋଗୁ ରାସ୍ତା ଘାଟ ଶୂନଶାନ ହୋଇ ପଡୁଛି। ହେଲେ ରାତି ୮ଟା ପରେ ଅଞ୍ଚଳରେ କାକର ପଡୁଛି। ଏହାର ପ୍ରଭାବରେ ଥଣ୍ଡା ଅନୁଭୂତ ହେଉଛି। ଏହା ସକାଳ ପର୍ଯ୍ୟନ୍ତ ଜାରି ରହୁଛି। ରାତିରେ ବାହାରକୁ ଗଲେ ଦେହ ଥରୁଛି।

ସୂଚନା ଯୋଗ୍ୟ, ସୋମବାର ଟିଟିଲାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୩୮ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସେହିପରି ବଲାଙ୍ଗୀର ଓ ଝାରସୁଗୁଡ଼ାରେ ୩୭.୪, ସୋନପୁର ୩୭.୨, ଭବାନୀପାଟଣା ୩୭, ସୁନ୍ଦରଗଡ଼ ଓ ସମ୍ବଲପୁରରେ ତାପମାତ୍ରା ୩୬.୯ ଡିଗ୍ରୀ ରହିଥିଲା। ତେବେ ଆଗକୁ ପାରଦ ୪୦ ଡିଗ୍ରୀ ଟପିଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପଟେ ଆସନ୍ତା ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ହିଟ ଓ୍ବେଭ ନେଇ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri