Posted inଜାତୀୟ

ଜମ୍ମୁ କଶ୍ମୀରରେ ଧାରା ୩୭୦ ରଦ୍ଦ କେବଳ କାଗଜରେ ସୀମିତ: ସଞ୍ଜୟ ରାଉତ

ପୁଣେ,୫।୩: ଶିବସେନା (ୟୁବିଟି) ରାଜ୍ୟ ସଭା ସଦସ୍ୟ ସଞ୍ଜୟ ରାଉତ କଶ୍ମୀରୀ ପଣ୍ଡିତ ହତ୍ୟା ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱାରା ଜମ୍ମୁ କଶ୍ମୀରରେ ଧାରା ୩୭୦ ରଦ୍ଦ କେବଳ କାଗଜରେ ଥିଲା ଏବଂ ଭାରତୀୟ ଜନତା ପାର୍ଟି (ଭାଜପା) ର ରାଜନୈତିକ ସ୍ବାର୍ଥ ପାଇଁ କାର୍ଯ୍ୟ କରାଯାଇଥିବା ରାଉତ ଅଭିଯୋଗ କରିଛନ୍ତି।
ପାର୍ଟି ମୁଖପାତ୍ର ‘ସାମ୍‌ନା’ର ରୋକଟୋକ ସ୍ତମ୍ଭରେ ରାଉତ କହିଛନ୍ତି, ଏହି ପଦକ୍ଷେପ ସତ୍ତ୍ୱେ କଶ୍ମୀର ପଣ୍ଡିତମାନେ ସେମାନଙ୍କର ଅଧିକାର ପାଇ ନାହାଁନ୍ତି ଏବଂ ଭାଜପା ନେତାଙ୍କ ପାଖରେ ସେମାନଙ୍କ ସମସ୍ୟାର କୌଣସି ଉତ୍ତର ନାହିଁ। ନିକଟରେ ପୁଲୱାମାରେ ଆତଙ୍କବାଦୀମାନେ କଶ୍ମୀରୀ ପଣ୍ଡିତଙ୍କୁ ହତ୍ୟା କରିଥିଲେ, କିନ୍ତୁ ଭାଜପା ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି ନେତା ମନୀଷ ସିସୋଡିଆଙ୍କୁ ଏକ ଅବକାରୀ ଦୁର୍ନୀତିରେ ଗିରଫ କରି କଶ୍ମୀରୀ ପଣ୍ଡିତଙ୍କ ହତ୍ୟା ଉପରେ ଲୋକଙ୍କ ଧ୍ୟାନ ହଟାଇ ଦେଇଥିଲା।
ରାଉତ ଆହୁରି ମଧ୍ୟ କହିଛନ୍ତି, ଜମ୍ମୁ କଶ୍ମୀର ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ ଥିଲା ଏବଂ ରହିବ। ଧାରା ୩୭୦ର ଅଧିକାଂଶ ବ୍ୟବସ୍ଥା କେବଳ କାଗଜରେ ରଦ୍ଦ କରାଯାଇଛି ଏବଂ ଏହା ଭାଜପାର ରାଜନୈତିକ ସ୍ବାର୍ଥ ପୂରଣ ପାଇଁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri