Posted inଜାତୀୟ

ପଶ୍ଚିମବଙ୍ଗରେ ବେଆଇନ ନିଯୁକ୍ତି ରଦ୍ଦ

କୋଲକାତା,୨୩ା୪: ପଶ୍ଚିମବଙ୍ଗର ସରକାରୀ ତଥା ଅନୁଦାନପ୍ରାପ୍ତ ସ୍କୁଲ୍‌ଗୁଡ଼ିକ ପାଇଁ ୨୦୧୬ର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ କାଲ୍‌କାଟା ହାଇକୋର୍ଟ ସୋମବାର ରଦ୍ଦ କରିଦେଇଛନ୍ତି। ଫଳରେ ୨୫,୭୫୩ ଜଣ ଶିକ୍ଷକ ନିଯୁକ୍ତି ହରାଇବାକୁ ଯାଉଥିବାବେଳେ ସେମାନଙ୍କୁ ୧୨ ପ୍ରତିଶତ ସୁଧ ସହ ବେତନ ଫେରାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟଙ୍କ ଏଭଳି ରାୟ ମମତା ବାନାର୍ଜୀ ସରକାରଙ୍କ ପାଇଁ ଶକ୍ତ ଧକ୍କା ହୋଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ମମତା ବେଆଇନ କହିବା ସହ ଏହାକୁ ଚ୍ୟାଲେଞ୍ଜ କରିବେ ବୋଲି କହିଛନ୍ତି। ଭାଜପା ନେତାମାନେ କେତେକ ନ୍ୟାୟିକ ନିଷ୍ପତ୍ତିକୁ ପ୍ରଭାବିତ କରୁଥିବା ମମତା ଅଭିଯୋଗ କରିଛନ୍ତି। ଯେଉଁମାନେ ନିଯୁକ୍ତି ହରାଇବାକୁ ଯାଉଛନ୍ତି, ଆମେ ସେମାନଙ୍କ ସହ ରହିଛୁ ଏବଂ ରାୟକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିବୁ ବୋଲି ଏକ ନିର୍ବାଚନୀ ରାଲିକୁ ସମ୍ବୋଧନ କରିବା ଅବସରରେ ମମତା ପ୍ରତିଶ୍ରୁତି ଦେଇଛନ୍ତି।
୨୦୧୬ରେ ରାଜ୍ୟସ୍ତରୀୟ ଚୟନ ପରୀକ୍ଷାର ନିଯୁକ୍ତି ପ୍ରକ୍ରିୟା ବେଆଇନ ହୋଇଥିବାରୁ ସମସ୍ତ ନିଯୁକ୍ତିକୁ ରଦ୍ଦ କରିବା ପାଇଁ ଜଷ୍ଟିସ ଦେବାଂଶୁ ବାସକ ଏବଂ ମହମ୍ମଦ ଶାବ୍ବରଙ୍କ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଥିଲେ। ସମ୍ପୃକ୍ତ ଶିକ୍ଷକମାନଙ୍କୁ ୪ ସପ୍ତାହ ମଧ୍ୟରେ ବେତନ ଅର୍ଥ ଫେରାଇବାକୁ ହେବ। ଅର୍ଥ ଫେରାଇ ଆଣିବା ଦାୟିତ୍ୱ ହାଇକୋର୍ଟ ଜିଲାପାଳମାନଙ୍କୁ ଦେଇଛନ୍ତି। ତେବେ କ୍ୟାନ୍‌ସରରେ ଆକ୍ରାନ୍ତ ଥାଇ ଚିକିତ୍ସିତ ହେଉଥିବା ସୋମା ଦାସ ନାମ୍ନୀ ଶିକ୍ଷକଙ୍କ ନିଯୁକ୍ତିକୁ ମାନବିକତା ଦୃଷ୍ଟିକୋଣରୁ କାଏମ ରଖିବା ନିମନ୍ତେ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଖଣ୍ଡପୀଠ ନିଯୁକ୍ତି ପ୍ରକ୍ରିୟାର ଅଧିକ ତଦନ୍ତ ପାଇଁ ସିବିଆଇକୁ ନିର୍ଦ୍ଦେଶ ଦେବା ସହ ୩ ମାସ ମଧ୍ୟରେ ରିପୋର୍ଟ ଦାଖଲ ଲାଗି କହିଛନ୍ତି। ସାନି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବା ନିମନ୍ତେ ପଶ୍ଚିମବଙ୍ଗ ସ୍କୁଲ୍‌ ସେବା ଆୟୋଗ (ଡବ୍ଲ୍ୟୁବିଏସ୍‌ଏସ୍‌ସି)କୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ହାଇକୋର୍ଟଙ୍କ ନିର୍ଦ୍ଦେଶନାମାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯିବ ବୋଲି ଡବ୍ଲ୍ୟୁବିଏସ୍‌ଏସ୍‌ସି ଅଧ୍ୟକ୍ଷ ସିଦ୍ଧାର୍ଥ ମଜୁମଦାର କହିଛନ୍ତି।
ସୂଚନାଯୋଗ୍ୟ, ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ସମ୍ପୃକ୍ତ ପୂର୍ବତନ ଶିକ୍ଷାମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ସମେତ କେତେଜଣ ତୃଣମୂଳ କଂଗ୍ରେସ ନେତା, ପୂର୍ବତନ ଅଧିକାରୀ ଜେଲରେ ଅଛନ୍ତି। ଏକ ରାଲିକୁ ଉଦ୍‌ବୋଧନ ଦେବା ଅବସରରେ ମମତା କହିଛନ୍ତି, ଅଦାଲତ ରାୟକୁ ଭାଜପା ନେତାମାନେ ପ୍ରଭାବିତ କରୁଛନ୍ତି। ଏକ ରାଜନୈତିକ ବିସ୍ଫୋରଣ ହେବ ବୋଲି ଗତ ସପ୍ତାହରେ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ପୂର୍ବାନୁମାନ କରିଥିଲେ ବୋଲି ମମତା କହିଛନ୍ତି। ତେବେ ୨୫ ହଜାରରୁ ଊର୍ଦ୍ଧ୍ୱ ଶିକ୍ଷକଙ୍କ ନିଯୁକ୍ତି ଛଡ଼ାଇନେଇ ସେମାନଙ୍କୁ ମୃତ୍ୟୁ ମୁଖକୁ ଠେଲିଦେବା କ’ଣ ରାଜନୈତିକ ବିସ୍ଫୋରଣ କି ବୋଲି ଟିଏମ୍‌ସି ଅଧ୍ୟକ୍ଷା ପ୍ରଶ୍ନ କରିଛନ୍ତି। ଯଦି ସେମାନେ ପ୍ରଭାବ ପକାଇନାହାନ୍ତି, ତେବେ କୋର୍ଟ କ’ଣ ରାୟ ଦେବେ ତାହା ସେମାନେ ଜାଣିଲେ କିପରି ବୋଲି ମମତା ପ୍ରଶ୍ନ କରିଛନ୍ତି।
୨୦୧୬ରେ ରାଜ୍ୟସ୍ତରୀୟ ଶିକ୍ଷକ ନିଯୁକ୍ତି ପରୀକ୍ଷାରେ ୨୪,୬୪୦ ଖାଲି ପଦବୀ ପାଇଁ ୨୩ ଲକ୍ଷରୁ ଊର୍ଦ୍ଧ୍ୱ ଆଶାୟୀ ପରୀକ୍ଷା ଦେଇଥିଲେ। ୨୫,୭୫୩ ଜଣଙ୍କ ପାଖକୁ ନିଯୁକ୍ତିପତ୍ର ପଠାଯାଇଥିଲା। ଗତବର୍ଷ କାଲ୍‌କାଟା ହାଇକୋର୍ଟ ଡବ୍ଲ୍ୟୁବିଏସ୍‌ଏସ୍‌ସି ଦ୍ୱାରା ଗଠିତ ପ୍ୟାନେଲଗୁଡ଼ିକ ବାତିଲ କରିବା ସହ ୩୬,୦୦୦ ଅଣତାଲିମପ୍ରାପ୍ତ ପ୍ରାଥମିକ ଶିକ୍ଷକଙ୍କ ନିଯୁକ୍ତିକୁ ବାତିଲ କରିଥିଲେ। ପରେ ଏହି ସଂଖ୍ୟାକୁ ସଂଶୋଧନ କରାଯାଇ ୩୨,୦୦୦ କରାଯାଇଥିଲା। ଶିକ୍ଷକ ନିଯୁକ୍ତିର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଥିବା ବିଚାରପତି ଅଭିଜିତ ଗଙ୍ଗୋପାଧ୍ୟାୟ ନିଜ ପଦବୀରୁ ଇସ୍ତଫା ଦେଇ ଭାଜପାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri