ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫ ଫୁଟ୍‌ ଗାତରେ ପାଇପ୍‌ ଖଞ୍ଜା କାମ ସମୟରେ ମାଟି ଅତଡ଼ା ଖସି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ସ୍ଥାନୀୟ ସନ୍ତୋଷପୁର ଗାଁର ସୁଦର୍ଶନ ନାଏକ। ଗୁରୁତର ଶ୍ରମିକ ହେଲେ କୁନା ନାଏକ। ମୃତକଙ୍କ ବାପା ସୁଶାନ୍ତ ନାଏକ ଠିକାସଂସ୍ଥାକୁ ଦାୟୀକରି ଥାନାରେ ଅଭିଯୋଗ କରିଛନ୍ତି।
ସୂଚନା ଅନୁଯାୟୀ, ବୁଢ଼ୀକୁଦ ଗାଁ ନିକଟରେ ଠିକାସଂସ୍ଥା ପକ୍ଷରୁ ପ୍ରକଳ୍ପ କାର୍ଯ୍ୟ ଜାରି ରହିଛି। ଶୁକ୍ରବାର ୧୫ଫୁଟ୍‌ ଗଭୀର ଗାତରେ ପାଇପ୍‌ଲାଇନ ଖଞ୍ଜା କାମ ଚାଲିଥିଲା। ଏହି ସମୟରେ ମାଟି ଅତଡ଼ା ଖସି ସୁଦର୍ଶନ ଓ କୁନାଙ୍କ ଉପରେ ପଡ଼ିଥିଲା। ଉଭୟଙ୍କୁ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ସୁଦର୍ଶନଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାକୁ ନେଇ ପରିବାର ଲୋକେ ଠିକାସଂସ୍ଥାକୁ ଦାୟୀ କରିଛନ୍ତି। ବିନା ସୁରକ୍ଷାରେ ଶ୍ରମିକମାନେ ଗର୍ତ୍ତରେ ପଶି ନିଜ ଜୀବନକୁ ବିପଦରେ ପକାଇ ପାଇପ୍‌ଲାଇନ ଖଞ୍ଜୁଥିଲେ। କାର୍ଯ୍ୟସ୍ଥଳରେ ମାଟି ଅତଡ଼ା ପ୍ରତିରୋଧକ ଉପକରଣ ମହଜୁଦ ଥିଲେ ହେଁ କାମରେ ଲଗାଯାଉନାହିଁ।

ଏପରିକି ଶ୍ରମିକ କାମ କରିବା ସମୟରେ ସେଠାରେ ସାଇଡ୍‌ ସୁପରଭାଇଜର ଓ ସୁରକ୍ଷା ଅଧିକାରୀ ମଧ୍ୟ ଅନୁପସ୍ଥିତ ଥିଲେ। ଫଳରେ ଏଭଳି ଅଘଟଣ ଘଟିଲା ବୋଲି ଅଭିଯୋଗ ହୋଇଛି। କମ୍ପାନୀର ଏଭଳି ଖାମଖିଆଲି ମନୋଭାବ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି। ଆନନ୍ଦପୁର ଥାନା ଏଏସ୍‌ଆଇ ନାରାୟଣ ପ୍ରସାଦ ମହାପାତ୍ର କହିଛନ୍ତି, ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ତଦନ୍ତ ଚାଲିଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri