ଥାନା ଭିତରେ ନାବାଳିକାଙ୍କୁ ବଳାତ୍କାର ପରେ ଗର୍ଭପାତ ଘଟଣା: ଥାନା ଅଧିକାରୀ ନିଲମ୍ବିତ

ସୁନ୍ଦରଗଡ଼, ୨୬।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ରଖି ଜଣେ ନାବାଳିକାଙ୍କୁ କ୍ରମାଗତ ବଳାତ୍କାର କରିବା ଏବଂ ସମ୍ପୃକ୍ତ ନାବାଳିକାଙ୍କ ଗର୍ଭପାତ କରାଇବା ଘଟଣାରେ ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ଶୁକ୍ରବାର କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ତାଙ୍କୁ ନିଲମ୍ବିତ କରିଛନ୍ତି।
ପ୍ରକାଶ ଯେ, ଗତ ମାର୍ଚ୍ଚ ୨୫ରେ ମେଳା ଦେଖିବାକୁ ସମ୍ପୃକ୍ତ ନାବାଳିକା ବୀରମିତ୍ରପୁର ଯାଇଥିଲେ। ହେଲେ କରୋନା କଟକଣା ପାଇଁ ମେଳା ବନ୍ଦ ହୋଇଯାଇଥିଲା। ନାବାଳିକା ଜଣଙ୍କ କୌଣସସି କାରଣରୁ ଆଉ ଗାଁକୁ ଫେରି ପାରି ନ ଥିଲେ। ପାଟ୍ରୋଲିଂରେ ଥିବା ପୋଲିସ ଥାନାକୁ ଆଣି ଅଟକ ରଖିଥିଲେ। ପରେ ଥାନାବାକୁ ଝିଅଟିକୁ ଉପରେ ମହଲାରେ ନେଇ ରଖିଥିଲେ। ସେଦିନ ଥାନା ଅଧିକାରୀ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ପରଦିନ ଝିଯକୁ ତାଙ୍କ ଘରକୁ ନେଇ ଛାଡିଦିଆଯାଇଥିଲା। ଏହାପରେ ୩ ମାସ କାଳ ନିୟମିତ ସମ୍ପୃକ୍ତ ନାବାଳିକାଙ୍କୁ ଥାନାକୁ ଡକା ଯାଉଥିଲା। ତାଙ୍କୁ ଥାନାର ଉପର ମହଲାରେ ରହିବାକୁ ଦିଆଯାଉଥିଲା। ଥାନା ବାକୁ ସମେତ ଅନ୍ୟ ପୋଲିସ କର୍ମଚାରୀମାନେ ତାଙ୍କ ସହ ଶାରୀରିକ ସମ୍ପର୍କ ସ୍ଥାପନ କରୁଥିବା ଅଭିଯୋଗ ହୋଇଥିଲା। ଗତ ୧୬ ତାରିଖରେ ଝିଅଟି ନିଜର ଶାରୀରିକ ଅସୁସ୍ଥତା ନେଇ ବୀରମିତ୍ରପୁର ଡାକ୍ତରଖାନାକୁ ଯାଇଥିଲେ। ଏକଥା ଜଣାପଡ଼ିବା ପରେ ତରବରିଆଭାବେ ଥାନା ବାବୁ ଭୟଭୀତ ହୋଇ ତରବରିଆଭାବେ ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ରରେ ଗର୍ଭପାତ କରାଇଥିଲେ। ଏହି ଘଟଣା ଜଣାପଡ଼ିବା ପରେ ବିଭିନ୍ନ ମହଲରେ ଏହାକୁ ନିନ୍ଦା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?