Posted inଜାତୀୟ

ଅବିବାହିତାଙ୍କୁ ଗର୍ଭପାତ ଅନୁମତି

ନୂଆଦିଲ୍ଲୀ, ୨୨/୭:୨୪ ସପ୍ତାହର ଗର୍ଭବତୀ ଥିବା ଜଣେ ଅବିବାହିତା ଯୁବତୀଙ୍କୁ ଗର୍ଭପାତ କରାଇବାକୁ ସୁପ୍ରିମକୋର୍ଟ ଗୁରୁବାର ଅନୁମତି ଦେଇଛନ୍ତି। ଫଳରେ ୨୦ ସପ୍ତାହରୁ ଅଧିକ ସମୟ ଗର୍ଭବତୀ ହେବା ପରେ କୌଣସି ଯୁବତୀ ଗର୍ଭପାତ କରାଇପାରିବେ ନାହିଁ ବୋଲି ପୂର୍ବରୁ ଦିଲ୍ଲୀ ହାଇକୋର୍ଟ ଦେଇଥିବା ରାୟ ସୁପ୍ରିମକୋର୍ଟରେ ଖାରଜ ହୋଇଛି। ଏମ୍ସର ଏକ ମେଡିକାଲ ବୋର୍ଡ ଯୁବତୀଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରି ତାଙ୍କ ଜୀବନ ପ୍ରତି କୌଣସି ବିପଦ ନ ଆସିବା ଭଳି ଡାକ୍ତରୀ ପଦ୍ଧତିରେ ଗର୍ଭପାତ କରାଇବାକୁ ସର୍ବୋଚ୍ଚ ଅଦାଲତ ଅନୁମତି ଦେଇଛନ୍ତି।
ଜଷ୍ଟିସ୍‌ ଡି. ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ କହିଥିଲେ, ଜଣେ ଅବିବାହିତାଙ୍କୁ ଅବାଞ୍ଛିତ ଭାବେ ଗର୍ଭଧାରଣ କରିବାକୁ ଦେବା ମେଡିକାଲ ଟର୍ମିନେଶନ ଅଫ୍‌ ପ୍ରେଗ୍‌ନାନ୍ସି (ଏମ୍‌ଟିପି) ଆକ୍ଟର ଉଦ୍ଦେଶ୍ୟ ଓ ଚିନ୍ତାର ବିପରୀତ ହେବ। ଯୁବତୀ ଜଣକ ରୋଜଗାର କରୁ ନ ଥିବାରୁ ପିଲାର ଭରଣପୋଷଣ ତାଙ୍କ ପାଇଁ କଷ୍ଟକର ହେବ। ଏଥିସହ ସେ ମାନସିକ ସ୍ତରରେ ମଧ୍ୟ ପିଲାକୁ ପାଳିବାକୁ ପ୍ରସ୍ତୁତ ନାହାନ୍ତି। ତେଣୁ ଉକ୍ତ ଆଇନର ପ୍ରାବଧାନ ଅନୁସାରେ ଏକ ମେଡିକାଲ ବୋର୍ଡ ଗଠନ କରି ଯୁବତୀଙ୍କ ଗର୍ଭପାତ କରାଇବାକୁ ସର୍ବୋଚ୍ଚ ଅଦାଲତ ଏମ୍ସ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ…

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri