ଭାରତରେ ପ୍ରାୟ ୩୬% ମୃତ୍ୟୁ ହୃଦ୍‌ରୋଗ ଜନିତ

ଭୁବନେଶ୍ୱର, ୩।୨ (ବ୍ୟୁରୋ):ଶ୍ରୀ ସତ୍ୟ ସାଇ ସେବା ଅର୍ଗାନାଇଜେଶନ ଓ ଶ୍ରୀ ଜଗନ୍ନାଥ ସର୍ଭିସ ଫାଉଣ୍ଡେଶନ ପକ୍ଷରୁ ଗୁରୁବାର କଳିଙ୍ଗ ଷ୍ଟାଡିୟମ୍‌ରେ ସିପିଆର୍‌ ଟ୍ରେନିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରି ଏହି ତାଲିମ କାର୍ଯ୍ୟକ୍ରମକୁ ଉଚ୍ଚ ପ୍ରଶଂସା କରିଥିଲେ। ହୃଦ୍‌ରୋଗ ସାରା ବିଶ୍ୱରେ ଘଟୁଥିବା ଅକାଳ ମୃତ୍ୟୁର ମୁଖ୍ୟ କାରଣ। ଭାରତରେ ପ୍ରାୟ ୩୬ ପ୍ରତିଶତ ମୃତ୍ୟୁ ହୃଦ୍‌ରୋଗ ଜନିତ ହୋଇଥିବାବେଳେ ତନ୍ମଧ୍ୟରୁ ୮୦ ପ୍ରତିଶତକୁ ପ୍ରତିରୋଧ କରାଯାଇପାରିବ। ଆକଳନ ଅନୁସାରେ ଭାରତରେ ପ୍ରତିବର୍ଷ ୧ ଲକ୍ଷରେ ୪୨ ଶହରୁ ଅଧିକ ଲୋକଙ୍କର ହୃଦ୍‌ଘାତ ହୋଇଥିବାବେଳେ ତନ୍ମଧ୍ୟରୁ ୧୦ ପ୍ରତିଶତରେ ବଞ୍ଚତ୍ବାର ଆଶା ଥାଏ। ଏମାନଙ୍କ କ୍ଷେତ୍ରରେ ସିପିଆର୍‌ ବେଶ୍‌ ଗୁରୁତ୍ୱ ବହନ କରେ। ସିପିଆର୍‌ ହେଉଛି ଏକ କୌଶଳ ବା ଉଚଜ ପଦ୍ଧତି ଯାହା ହୃଦ୍‌ଘାତ ଭଳି ଜରୁରିକାଳୀନ ସମୟରେ ଜଣେ ବ୍ୟକ୍ତିର ଜୀବନ ରକ୍ଷା କରିଥାଏ। ତେଣୁ ଏପରି ପ୍ରଶିକ୍ଷଣର ଜରୁରୀ ଆବଶ୍ୟକତା ରହଛି। ଓଡିଶାରେ ୨୦୨୫ ସୁଦ୍ଧା ୨ ଲକ୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଏହି ଉଚଜ ତାଲିମ ଦେଇ ଲକ୍ଷ ଲକ୍ଷ ଲୋକଙ୍କୁ ହୃଦ୍‌ଘାତ ଭଳି ଆକସ୍ମିକ ମୃତ୍ୟୁରୁ ରକ୍ଷା କରିବାର ସାମର୍ଥ୍ୟ ପ୍ରଦାନ କରାଯିବାର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏହାର ପ୍ରାଥମିକ ପଦକ୍ଷେପ ସ୍ବରୂପ ଏଭଳି ଏକ ଗଣ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ୨ହଜାର ସ୍ବେଚ୍ଛାସେବୀ ତାଲିମ୍‌ ଗ୍ରହଣ କରିଛନ୍ତି। ତନ୍ମଧ୍ୟରୁ ପ୍ରାୟ ୧୦୦୦ ପୋଲିସ୍‌ ଓ ୬୦୦ ଯୁବକ କଲେଜ ଛାତ୍ରୀ ରହିଛନ୍ତି। ଆୟକର ବିଭାଗର ପ୍ରମୁଖ ନିର୍ଦ୍ଦେଶକ (ତଦନ୍ତ) କୃଷ୍ଣ କିଶୋର ଯଷ୍ଟି କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଅନ୍ତର୍ଜାତୀୟ ଉଚଜ ବିଶେଷଜ୍ଞ ଡ. ଭେସୁରି ଏସ୍‌. ଏନ୍‌. ମୂର୍ତ୍ତି ଉଚଜ ପଦ୍ଧତିର ଏକ ନମୁନା ଉପସ୍ଥାପନା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇଥିଲେ। ଆମେରିକା ଓ ଭାରତରୁ ଆସିଥିବା ବିଶିଷ୍ଟ ଡାକ୍ତର ବିଶେଷଜ୍ଞମାନେ ଏହି ଅବସରରେ ସେମାନଙ୍କର ଉପସ୍ଥାପନା ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri