Posted inଖେଳ

ରୋହିତ ଶର୍ମା ଦଳରୁ ବାଦ୍‌ ପଡ଼ିବାକୁ ନେଇ ଏମିତି କହିଦେଲେ ବୁମ୍‌ରା: ବଢୁଛି ଚର୍ଚ୍ଚା

ସିଡନୀ,୩।୧: ଭାରତ ବନାମ ଅଷ୍ଟ୍ରେଲିଆ ସିଡନୀ ଟେଷ୍ଟ ଆରମ୍ଭ ହୋଇଛି। ଭାରତୀୟ ଦଳରୁ ରୋହିତ ଶର୍ମା ବାଦ୍‌ ପଡ଼ିଛନ୍ତି। ତାଙ୍କ ସ୍ଥାନରେ ଜସପ୍ରୀତ ବୁମ୍‌ରା ସିଡନୀ ଟେଷ୍ଟରେ ଟିମ ଇଣ୍ଡିଆର ଅଧିନାୟକ ଅଛନ୍ତି। ତାଙ୍କ ଅଧୀନରେ ଭାରତ ବର୍ଡର-ଗାଭାସ୍କର ସିରିଜରେ ୨୯୫ ରନ୍‌ରେ ପର୍ଥ ଟେଷ୍ଟ ଜିତିଥିଲା। ରୋହିତଙ୍କୁ ବାଦ୍‌ ଦିଆଯିବା ପ୍ରସଙ୍ଗରେ ଜସପ୍ରୀତ ବୁମ୍‌ରା ଏହି ପ୍ରସଙ୍ଗରେ ଏକ ବିବୃତ୍ତି ଦେଇଛନ୍ତି। ସିଡନୀ ଟେଷ୍ଟରେ ଭାରତୀୟ ଦଳ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ସିଡନୀ କ୍ରିକେଟ ଗ୍ରାଉଣ୍ଡ (ଏସସିଜି)ର ଇତିହାସ ଦର୍ଶାଏ ଯେ, ଏଠାରେ ପ୍ରଥମେ ବ୍ୟାଟିଂ କରିବା ଭଲ।

ଟସ ସମୟରେ ଜସପ୍ରୀତ ବୁମ୍‌ରା ରୋହିତ ଶର୍ମାଙ୍କ ବିଷୟରେ କହିଛନ୍ତି,ପରାଜୟରୁ ଆମେ ଏକ ଶିକ୍ଷା ପାଇଛୁ, ଏହି ମ୍ୟାଚରେ ଆମେ ଭଲ କରିବାକୁ ଚାହୁଁଛୁ।ଆମର ଅଧିନାୟକ ରୋହିତ ଶର୍ମା ନେତୃତ୍ୱ ପ୍ରଦର୍ଶନ କରିଛନ୍ତି ଏବଂ ଏହି ମ୍ୟାଚରୁ ବିଶ୍ରାମ ନେଇଛନ୍ତି। ଦଳ ଭିତରେ କେତେ ଏକତା ଅଛି ତାହା ଏହା ଦର୍ଶାଏ। ଏଠାରେ ଅହଂକାର ଭଳି କୌଣସି ଜିନିଷ ନାହିଁ। ଯାହା ଦଳର ସ୍ବାର୍ଥରେ ଅଛି, ଆମେ ମଧ୍ୟ ତାହା କରିବାକୁ ଚେଷ୍ଟା କରିବୁ।
ରୋହିତ ଶର୍ମାଙ୍କ ଡ୍ରପ ଯୋଗୁ କେ.ଏଲ୍‌ ରାହୁଲ ସିଡନୀ ଟେଷ୍ଟରେ ଇନିଂସ ଓପନ୍‌ କରିଛନ୍ତି। ତୃତୀୟ ସ୍ଥାନରେ ବ୍ୟାଟିଂ କରିବାକୁ ଶୁଭମାନ ଗିଲ ଫେରିଛନ୍ତି। ରୋହିତ ଶର୍ମା ହିଁ ମୁଖ୍ୟ କୋଚ ଗୌତମ ଗମ୍ଭୀର ଏବଂ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କୁ କହିଥିଲେ, ସେ ସିଡନୀ ଟେଷ୍ଟରୁ ବିରତି ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri