ପ୍ରାୟ ୬ ମାସ ପରେ କମିଲା ଡିଜେଲ

 

ଭୁବନେଶ୍ୱର,୪।୯: ପ୍ରାୟ ୬ ମାସ ପରେ ପ୍ରଥମ ଥର ଲାଗି ଡିଜେଲ ଦର କମିଥିବା ନଜରକୁ ଆସିଛି। ଗୁରୁବାର ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୧୭ ପଇସା ହ୍ରାସ ପାଇ ୭୯.୮୬ ଟଙ୍କାକୁ ଖସିଛି। ଏଠାରେ ପେଟ୍ରୋଲ ଅପରିବର୍ତ୍ତିତ ୮୨.୬୪ ଟଙ୍କା ରହିଛି। ଦେଶର ମେଟ୍ରୋ ସହରଗୁଡିକରେ ଗୁରୁବାର ଡିଜେଲ ଦର ୧୫ରୁ ୧୭ ପଇସା ହ୍ରାସ ହୋଇଥିବା ଇଣ୍ଡିଆନ ଅଏଲ ପକ୍ଷରୁ ସୂଚନା ଦିଆଯାଇଛି। ନୂଆଦିଲ୍ଲୀରେ ଡିଜେଲ ଲିଟର ପିଛା ୧୬ ପଇସା କମି ୭୩.୪୦ ଟଙ୍କା ରହିଛି। ଏଠାରେ ପେଟ୍ରୋଲ ୮୨.୦୮ ଟଙ୍କା ରହିଛି। ସେହିଭଳି ଚେନ୍ନାଇରେ ଡିଜେଲ ୧୫ ପଇସା ହ୍ରାସ ହୋଇ ୭୮.୭୧ ଟଙ୍କା, କୋଲକାତାରେ ୧୬ ପଇସା ନିମ୍ନରେ ରହି ୭୬.୯୦ ଟଙ୍କା ଏବଂ ମୁମ୍ବାଇରେ ୧୭ ପଇସା କମି ୭୯.୯୪ ଟଙ୍କା ରହିଛି। ଏହି ସ୍ଥାନଗୁଡିକରେ ପେଟ୍ରୋଲ ଯଥାକ୍ରମେ ୮୫.୦୪ ଟଙ୍କା, ୮୩.୫୭ ଟଙ୍କା ଏବଂ ୮୮.୭୩ ଟଙ୍କା ରହିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଅଗଷ୍ଟ ମାସରେ ଲଗାତର ତେଲ ଦର ବୃଦ୍ଧି ଲୋକଙ୍କ ଚିନ୍ତା ବଢାଇଥିଲା। ସେପ୍ଟେମ୍ବର ପହିଲାରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୫ ପଇସା ବୃଦ୍ଧି ଘଟିଥିଲା। ଅଗଷ୍ଟ ମାସରେ ଶେଷ ୧୫ ଦିନ ମଧ୍ୟରେ ପେଟ୍ରୋଲ ୧୩ ଥର ବଢିଛି। ଅଗଷ୍ଟ ୧୬ ପରଠାରୁ ପେଟ୍ରୋଲ ମୋଟ ୧.୬୧ ଟଙ୍କା ବଢିଥିବା ଜଣାପଡିଛି। ଭୁବନେଶ୍ୱରର ପେଟ୍ରୋଲ ଓ ଡିଜେଲ ଦର ଦିଲ୍ଲୀଠାରୁ ଉଚ୍ଚରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri