Posted inଜାତୀୟ

Cvoter Exit Poll: ଦକ୍ଷିଣରେ ଖାତା ଖୋଲିପାରେ ଭାଜପା, ମାତ୍ର ୨ଟି ରାଜ୍ୟରେ ମିଳିଛି ୪୭ ସିଟ୍‌ର ବମ୍ପର ନମ୍ବର

ନୂଆଦିଲ୍ଲୀ,୧।୬: ଲୋକ ସଭା ନିର୍ବାଚନ ୨୦୨୪ର ଶେଷ ଏବଂ ସପ୍ତମ ପର୍ଯ୍ୟାୟ ପାଇଁ ମତଦାନ ଶନିବାର ଶେଷ ହୋଇଛି । ଭୋଟ ଶେଷ ହେବା ପରେ ଏକଜିଟ ପୋଲ ପ୍ରକାଶ ପାଇଛି। ଏକଜିଟ ପୋଲ ଅନୁଯାୟୀ ଭାରତୀୟ ଜନତା ପାର୍ଟି (ଭାଜପା) ଓ ଏନଡିଏ ଦକ୍ଷିଣରେ ବାଜି ପଲଟେଇ ପାରନ୍ତି ବୋଲି ବଡ଼ ଆକଳନ କରାଯାଉଛି। ଏକଜିଟ ପୋଲ ଅନୁସାରେ ଦଳ କର୍ନାଟକ ଓ ଆନ୍ଧ୍ରପ୍ରଦେଶରେ ବମ୍ପର ସିଟ ପାଇଥିବା ଜଣାପଡିଛି।

ସି-ଭୋଟର ଏକଜିଟ ପୋଲରେ ଏନଡିଏ କେବଳ ଦୁଇଟି ରାଜ୍ୟରେ ୪୭ଟି ସିଟ ଜିତିଥିବାର ଦେଖାଯାଉଛି। କର୍ନାଟକରେ ଭାଜପା ଏବଂ ଜନତା ଦଳ ଏକାଠି ଲଢିଥିବାବେଳେ ଆନ୍ଧ୍ରପ୍ରଦେଶରେ ଭାଜପାର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ତେଲୁଗୁ ଦେଶମ ପାର୍ଟି (ଟିଡିପି) ସହିତ ଭାଜପା ଏକାଠି ପ୍ରତିଦ୍ୱନ୍ଦ୍ୱିତା କରିଥିଲା। ତେବେ ଏହି ୨ରାଜ୍ୟରେ ଭାଜପା କମାଲ କରିଥିବା କୁହାଯାଉଛି।

ଗତ ବର୍ଷ କର୍ନାଟକର ବିଧାନସଭା ନିର୍ବାଚନରେ ଭାଜପା ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିବାବେଳେ କଂଗ୍ରେସ ବଡ଼ ବିଜୟ ସହ ସରକାର ଗଠନ କରିଥିଲା। େଏକଜିଟ ପୋଲ ଆକଳନ କରିଛି ଏନଡିଏ ରାଜ୍ୟରେ ୨୮ ଟି ସିଟ ମଧ୍ୟରୁ ୨୩-୨୫ ଜିତିପାରେ। ଏଥି ସହିତ INDIA ୩-୫ ଟି ସିଟ ଜିତିପାରେ ବୋଲି କୁହାଯାଉଛି।

ସେହିପରି ଆନ୍ଧ୍ରପ୍ରଦେଶରେ ଏନଡିଏ ୨୧-୨୫ ଆସନ ଜିତୁଥିବାବେଳେ ଇଣ୍ଡିଆ ଗୋଟିଏ ବି ଆସନ ହାତେଇ ପାରୁନାହିଁ। କିନ୍ତୁ ଅନ୍ୟ ଦଳମାନେ ୦-୪ରେ ଖାତା ଖୋଲି ପାରନ୍ତି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri