ବିନା ଅନୁମତିରେ ଅନୁପସ୍ଥିତ: ୬ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ରଗଡ଼ି,୨୮ା୧୧(ଡି.ଏନ.ଏ.): ଯାଜପୁର ଜିଲା କୋରେଇ ବ୍ଲକ୍‌ ପଛିକୋଟ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିନା ଅନୁମତିରେ ଅନୁପସ୍ଥିତ ରହିଥିବା ୬ ଜଣ ଶିକ୍ଷକଙ୍କ ପାଇଁ ମହଙ୍ଗା ପଡିଛି। ଗତ ୨୪ ତାରିଖ ମଧ୍ୟାହ୍ନରେ ଅତିରିକ୍ତ ଜିଲା ଶିକ୍ଷାଧିକାରୀ(ସ୍କିମ୍‌) ଶଶଧର ସିଂ ପରିଦର୍ଶନରେ ଯାଇଥିବାବେଳେ ବିଦ୍ୟାଳୟର ଶିକ୍ଷକ ଅଜୟ କୁମାର ବେହେରା, ଚନ୍ଦନ କୁମାର ଜେନା, ଶିକ୍ଷୟିତ୍ରୀ ସତ୍ୟଭାମା ନାୟକ, ତୃପ୍ତିମୟୀ ନାୟକ, ଅର୍ଚ୍ଚନା କର ଓ ଲୀଳାବତୀ ନାୟକ ବିନା ଅନୁମତିରେ ଅନୁପସ୍ଥିତ ଥିଲେ। ଉପସ୍ଥିତ ଅନ୍ୟ ଶିକ୍ଷକମାନେ ଏହାର କାରଣ ଜଣାଇ ପାରିଲେ ନାହିଁ। ଫଳରେ ଅତିରିକ୍ତ ଶିକ୍ଷାଧିକାରୀ ତାଙ୍କ ପତ୍ର ସଂଖ୍ୟା ୧୧୮୧୪/୨୫ା୧୧ା୨୦୨୨ରେ ଉପରୋକ୍ତ ଶିକ୍ଷକମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ୫ ଦିନ ମଧ୍ୟରେ ଉପଯୁକ୍ତ କାରଣ ଦର୍ଶାଇ ନ ପାରିଲେ ସେମାନଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନୋଟିସରେ ଦର୍ଶାଯାଇଛି। ସୂଚନାଥାଉ କି ଏହି ବିଦ୍ୟାଳୟରେ ପୂର୍ବରୁ ଜଣେ ପ୍ରଧାନ ଶିକ୍ଷୟିତ୍ରୀ ପିଲାମାନକୁ କାର୍ଯ୍ୟ କରାଉଥିବାର ଭିଡିଓ ଭାଇରାଲ ହେବା ପରେ ତାଙ୍କୁ ଅନ୍ୟତ୍ର ବଦଳି କରାଯାଇଥିଲା। ଅନ୍ୟପକ୍ଷରେ ତରକୋଟ ରଘୁନାଥ ସରକାରୀ ଉଚ୍ଚ ବିଦ୍ୟାଳୟ ବନ୍ଦ ହୋଇଥିବାରୁ ସମ୍ପୃକ୍ତ ପ୍ରଧାନ ଶିକ୍ଷକଙ୍କୁ ମଧ୍ୟ କାରଣ ଦର୍ଶାଅ ନୋଟିସ (ପତ୍ରସଂଖ୍ୟା ୧୧୮୧୮/୨୫ା୧୧ା୨୦୨୨ରେ) ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri