ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଶିକ୍ଷକ ଆସୁ ନ ଥିବା ଘଟଣା: ପ୍ରଧାନ ଶିକ୍ଷକ ନିଲମ୍ବିତ, ସହକାରୀ ଶିକ୍ଷକଙ୍କ ଦରମା ବନ୍ଦ

ଲାଞ୍ଜିଗଡ, ୫ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସୀମାନ୍ତ ଭବାନୀପାଟଣା ସଦର ବ୍ଲକ ଯୁଗସାଇ ପାଟଣା ପଞ୍ଚାୟତ କଟଲଙ୍ଗ ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଶିକ୍ଷକ ଆସୁ ନ ଥିବାବେଳେ ଡମି ଶିକ୍ଷକଙ୍କ ଭରସାରେ ସ୍କୁଲ ଚାଲିବା ଘଟଣାରେ ଉଚ୍ଚ କର୍ତ୍ତୃପକ୍ଷ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବ୍ଲକ ଶିକ୍ଷା ଅଧିକାରୀ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବିତ କରିଥିବା ବେଳେ ସହକାରୀ ଶିକ୍ଷକଙ୍କ ଦରମା ବନ୍ଦ କରାଯାଇଛି।

ସୂଚନାନୁସାରେ ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରାୟ ୪୩ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଦୁଇଜଣ ଶିକ୍ଷକ ନିୟୋଜିତ ରହି ମଧ୍ୟ ନିୟମିତ ସ୍କୁଲ ଆସୁ ନ ଥିବା ଅଭିଯୋଗ ହୋଇଥିଲା। ଏ ନେଇ ଗ୍ରାମବାସୀ କହିଥିଲେ ଯେ, ଦୁଇଜଣ ଶିକ୍ଷକ ନିୟୋଜିତ ଥିଲେ ମଧ୍ୟ ମାସକୁ ଦୁଇରୁ ତିନିଦିନ ସ୍କୁଲ ଆସୁଥିଲେ।
ଗାଁର ଦଶମ ଶ୍ରେଣୀ ପଢିଥିବା ଜଣେ ଝିଅଙ୍କୁ ପାଠ ପଢାଇବା ଦାୟିତ୍ୱ ଦେଇଥିଲେ।

ସମ୍ପୃକ୍ତ ଝିଅଙ୍କୁ ପଚାରିବାରୁ ମତେ ଦୁଇଜଣ ଶିକ୍ଷକ ପିଲାଙ୍କୁ ପାଠ ପଢାଇବା ଦାୟିତ୍ୱ ଦେଇଥିବା ବେଳେ ଦରମା ଭାବେ ମାସକୁ ୪ହଜାର ୫ଶହ ଟଙ୍କା ଦେଉଥିଲେ। ମତେ ଦାୟିତ୍ୱ ଦେଲା ଦିନଠୁ ଶିକ୍ଷକମାନେ ମାସକୁ ଦୁଇରୁ ତିନିଦିନ ଆସନ୍ତି ବୋଲି ପ୍ରକାଶ କରିଥିଲେ। ଏ ସମ୍ପର୍କରେ ସଦର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଚାରୀ ଶବରଙ୍କୁ ପଚାରିବାରୁ ଘଟଣା ସମ୍ପର୍କରେ ମୁଁ ଜାଣି ନ ଥୁଲି, ମୁ ନିଜେ ଏହାର ତଦନ୍ତ କରିବି, ତଦନ୍ତରେ ଯାହା ସତ୍ୟାସତ୍ୟ ଆସିବ ସେହି ଅନୁସାରେ ଶିକ୍ଷକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବି ବୋଲି କହିଥିଲେ।

ବୁଧବାର ଗୋଷ୍ଠୀ ଶିକ୍ଷା ଅଧିକାରୀ ଶବର ବିଦ୍ୟାଳୟକୁ ଯାଇ ତଦନ୍ତ କରି ଘଟଣାର ସତ୍ୟାସତ୍ୟ ଜାଣିପାରିଥିଲେ। ସେ ତାଙ୍କ ପ୍ରତିକ୍ରିୟାରେ କହିଥିଲେ, ଘଟଣାସ୍ଥଳକୁ ଯାଇ ତଦନ୍ତ କରି ଘଟଣାର ସତ୍ୟାସତ୍ୟ ଜାଣିବା ପରେ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବିତ କରାଯାଇଥିବା ବେଳେ ସହକାରୀ ଶିକ୍ଷକଙ୍କ ଦରମା ବନ୍ଦ କରାଯାଇଥିବା ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri