ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଶିକ୍ଷକ ଆସୁ ନ ଥିବା ଘଟଣା: ପ୍ରଧାନ ଶିକ୍ଷକ ନିଲମ୍ବିତ, ସହକାରୀ ଶିକ୍ଷକଙ୍କ ଦରମା ବନ୍ଦ

ଲାଞ୍ଜିଗଡ, ୫ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସୀମାନ୍ତ ଭବାନୀପାଟଣା ସଦର ବ୍ଲକ ଯୁଗସାଇ ପାଟଣା ପଞ୍ଚାୟତ କଟଲଙ୍ଗ ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଶିକ୍ଷକ ଆସୁ ନ ଥିବାବେଳେ ଡମି ଶିକ୍ଷକଙ୍କ ଭରସାରେ ସ୍କୁଲ ଚାଲିବା ଘଟଣାରେ ଉଚ୍ଚ କର୍ତ୍ତୃପକ୍ଷ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବ୍ଲକ ଶିକ୍ଷା ଅଧିକାରୀ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବିତ କରିଥିବା ବେଳେ ସହକାରୀ ଶିକ୍ଷକଙ୍କ ଦରମା ବନ୍ଦ କରାଯାଇଛି।

ସୂଚନାନୁସାରେ ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରାୟ ୪୩ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଦୁଇଜଣ ଶିକ୍ଷକ ନିୟୋଜିତ ରହି ମଧ୍ୟ ନିୟମିତ ସ୍କୁଲ ଆସୁ ନ ଥିବା ଅଭିଯୋଗ ହୋଇଥିଲା। ଏ ନେଇ ଗ୍ରାମବାସୀ କହିଥିଲେ ଯେ, ଦୁଇଜଣ ଶିକ୍ଷକ ନିୟୋଜିତ ଥିଲେ ମଧ୍ୟ ମାସକୁ ଦୁଇରୁ ତିନିଦିନ ସ୍କୁଲ ଆସୁଥିଲେ।
ଗାଁର ଦଶମ ଶ୍ରେଣୀ ପଢିଥିବା ଜଣେ ଝିଅଙ୍କୁ ପାଠ ପଢାଇବା ଦାୟିତ୍ୱ ଦେଇଥିଲେ।

ସମ୍ପୃକ୍ତ ଝିଅଙ୍କୁ ପଚାରିବାରୁ ମତେ ଦୁଇଜଣ ଶିକ୍ଷକ ପିଲାଙ୍କୁ ପାଠ ପଢାଇବା ଦାୟିତ୍ୱ ଦେଇଥିବା ବେଳେ ଦରମା ଭାବେ ମାସକୁ ୪ହଜାର ୫ଶହ ଟଙ୍କା ଦେଉଥିଲେ। ମତେ ଦାୟିତ୍ୱ ଦେଲା ଦିନଠୁ ଶିକ୍ଷକମାନେ ମାସକୁ ଦୁଇରୁ ତିନିଦିନ ଆସନ୍ତି ବୋଲି ପ୍ରକାଶ କରିଥିଲେ। ଏ ସମ୍ପର୍କରେ ସଦର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଚାରୀ ଶବରଙ୍କୁ ପଚାରିବାରୁ ଘଟଣା ସମ୍ପର୍କରେ ମୁଁ ଜାଣି ନ ଥୁଲି, ମୁ ନିଜେ ଏହାର ତଦନ୍ତ କରିବି, ତଦନ୍ତରେ ଯାହା ସତ୍ୟାସତ୍ୟ ଆସିବ ସେହି ଅନୁସାରେ ଶିକ୍ଷକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବି ବୋଲି କହିଥିଲେ।

ବୁଧବାର ଗୋଷ୍ଠୀ ଶିକ୍ଷା ଅଧିକାରୀ ଶବର ବିଦ୍ୟାଳୟକୁ ଯାଇ ତଦନ୍ତ କରି ଘଟଣାର ସତ୍ୟାସତ୍ୟ ଜାଣିପାରିଥିଲେ। ସେ ତାଙ୍କ ପ୍ରତିକ୍ରିୟାରେ କହିଥିଲେ, ଘଟଣାସ୍ଥଳକୁ ଯାଇ ତଦନ୍ତ କରି ଘଟଣାର ସତ୍ୟାସତ୍ୟ ଜାଣିବା ପରେ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବିତ କରାଯାଇଥିବା ବେଳେ ସହକାରୀ ଶିକ୍ଷକଙ୍କ ଦରମା ବନ୍ଦ କରାଯାଇଥିବା ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?