Posted inଜାତୀୟ

୨୦୩୦ ପର୍ଯ୍ୟନ୍ତ ଆବୁ ସାଲେମଙ୍କୁ ମୁକ୍ତ କରିହେବ ନାହିଁ , ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୧।୭ : ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି ଯେ ଗ୍ୟାଙ୍ଗଷ୍ଟର ଆବୁ ସାଲେମଙ୍କୁ ୨୦୩୦ ପର୍ଯ୍ୟନ୍ତ ମୁକ୍ତ କରାଯାଇପାରିବ ନାହିଁ। କିନ୍ତୁ ତାଙ୍କର ୨୫ ବର୍ଷର ଜେଲ ଶେଷ ହେବା ପରେ କେନ୍ଦ୍ର ସରକାର ଭାରତ ଏବଂ ପର୍ତ୍ତୁଗାଲ ମଧ୍ୟରେ ହୋଇଥିବା ପ୍ରତ୍ୟର୍ପଣ ଚୁକ୍ତି ବିଷୟରେ ରାଷ୍ଟ୍ରପତିଙ୍କୁ ପରାମର୍ଶ ଦେଇପାରିବେ।

ବିଚାରପତି ସଞ୍ଜୟ କିଶନ କୌଲ ଏବଂ ଏମ୍‌. ଏମ୍‌.ଏମ୍‌. ସୁନ୍ଦରେଶଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏଭଳି ରାୟ ସୋମବାର ପ୍ରଦାନ କରିଛନ୍ତି।

୧୯୯୩ ମୁମ୍ବାଇ ବିସ୍ଫୋରଣର ଅପରାଧୀ ଆବୁ ସାଲେମ ସୁପ୍ରିମକୋର୍ଟରେ ଦୁଇଟି ମାମଲାରେ ତାଙ୍କୁ ଦିଆଯାଇଥିବା ଆଜୀବନ କାରାଦଣ୍ଡକୁ ଚ୍ୟାଲେଞ୍ଜ କରିଥିଲେ। ସେ ଦାବି କରିଛନ୍ତି ଯେ ପର୍ତ୍ତୁଗାଲରୁ ତାଙ୍କ ପ୍ରତ୍ୟର୍ପଣରେ ଦିଆଯାଇଥିବା ସର୍ତ୍ତ ଅନୁଯାୟୀ ତାଙ୍କ ଜେଲଦଣ୍ଡ ୨୫ ବର୍ଷରୁ ଅଧିକ ହୋଇପାରିବ ନାହିଁ। ତେଣୁ ତାଙ୍କୁ ୨୦୨୭ରେ ମୁକ୍ତ କରାଯିବା ଉଚିତ।

ଏହାର ଜବାବରେ କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ସାଲେମଙ୍କ ମୁକ୍ତିକୁ ବିଚାର କରିବାର ସମୟ ୨୦୨୭ ନୁହେଁ ୨୦୩୦ରେ ଆସିବ। କାରଣ ତାଙ୍କୁ ପର୍ତ୍ତୁଗାଲରୁ ପ୍ରତ୍ୟର୍ପଣ କରାଯାଇଥିଲା ଏବଂ ୨୦୦୫ ରେ ଭାରତକୁ ଅଣାଯାଇଥିଲା। ଏନେଇ ୨୦୩୦ରେ ସରକାର ଆବଶ୍ୟକ ନିଷ୍ପତ୍ତି ନେବେ।

୨୦୦୫ରେ ପର୍ତ୍ତୁଗାଲରୁ ଭାରତକୁ ଆବୁ ସାଲେମଙ୍କୁ ପ୍ରତ୍ୟର୍ପଣ କରାଯାଇଥିଲା। ସେ ତାଙ୍କ ଆବେଦନରେ ସୁପ୍ରିମକୋର୍ଟଙ୍କୁ କହିଥିଲେ ଯେ ଭାରତ ସରକାର୨୦୦୨ ରେ ପର୍ତ୍ତୁଗାଲ ସରକାରଙ୍କୁ ପ୍ରତିଶୃତି ଦେଇଛନ୍ତି ଯେ ତାଙ୍କୁ ମୃତ୍ୟୁଦଣ୍ଡ ଦିଆଯିବ ନାହିଁ କିମ୍ବା କୌଣସି ମାମଲାରେ ୨୫ ବର୍ଷରୁ ଅଧିକ ଜେଲଦଣ୍ଡାଦେଶ ହେବ ନାହିଁ। କିନ୍ତୁ ମୁମ୍ବାଇର ସ୍ବତନ୍ତ୍ର ଟାଡା କୋର୍ଟଙ୍କ ପକ୍ଷରୁ ତାଙ୍କୁ ୧୯୯୩ରେ ମୁମ୍ବାଇ ବୋମା ବିସ୍ଫୋରଣ ସମେତ ଦୁଇଟି ମାମଲାରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଥିଲା। ଗ୍ୟାଙ୍ଗଷ୍ଟର ସର୍ବୋଚ୍ଚ ନ୍ୟାୟାଳୟରେ ଦାବି କରିଥିଲେ ଯେ ତାଙ୍କ ମୁକ୍ତି ପାଇଁ ୨୦୦୨କୁ ତାରିଖ ଭାବେ ଗ୍ରହଣ କରାଯାଉ। କାରଣ ସେତେବେଳେ ତାଙ୍କୁ ପର୍ତ୍ତୁଗାଲରେ ଗିରଫ କରାଯାଇଥିଲା। ସେହି ଅନୁଯାୟୀ, ୨୫ ବର୍ଷର ସମୟ ସୀମା ୨୦୨୭ରେ ଶେଷ ହେଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri