ବାଲିଘାଟରେ ଅତିରିକ୍ତ ତହସିଲଦାରଙ୍କୁ ଦୁର୍ବ୍ୟବହାର

ଯାଜପୁର ଟାଉନ,୨୬।୩(ଡି.ଏନ୍‌.ଏ.): ଯାଜପୁର ବ୍ଲକ୍‌ ଅନ୍ତର୍ଗତ ଶ୍ୟାମଦାସପୁର ପଞ୍ଚାୟତ କଳସପୁର ଗ୍ରାମର ଖରସ୍ରୋତା ନଦୀ ବାଲିଘାଟରୁ ବେଆଇନ ବାଲି ଚାଲାଣବେଳେ ଯାଜପୁର ଅତିରିକ୍ତ ତହସିଲଦାର ପ୍ରଗତିକା ଦାଶଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରାଯାଇଥିବା ଅଭିଯୋଗ ହୋଇଛି। ବେଆଇନ ବାଲି ଚାଲାଣ ହେଉଥିବା ଖବର ପାଇ ଅତିରିକ୍ତ ତହସିଲଦାର ସଦଳବଳ ଚଢ଼ାଉ କରିଥିଲେ। ଏହି ସମୟରେ ୨ଟି ହାଇୱା ଏବଂ ଗୋଟିଏ ଟ୍ରାକ୍ଟର ଆବଶ୍ୟକତାଠାରୁ ଅଧିକ ପରିମାଣର ବାଲି ଲୋଡ୍‌ କରିଥିବାରୁ ଅତିରିକ୍ତ ତହସିଲଦାର ଦାଶ ଗାଡ଼ିଗୁଡ଼ିକୁ କଳସପୁର ନଦୀ ବନ୍ଧରେ ଯାଞ୍ଚ କରିଥିଲେ। ଯାଞ୍ଚ ସମୟରେ ଗାଡ଼ି ଚାଳକ ୱାଇ ଫର୍ମ ସହ ଆବଶ୍ୟକୀୟ କାଗଜପତ୍ର ଦେଖାଇ ପାରି ନ ଥିଲେ। କିଛି ସମୟ ପରେ ବାଲିଘାଟ ଲିଜ୍‌ଧାରୀ ପହଞ୍ଚତ୍ ନିଜକୁ ବାଲିଘାଟ ମାଲିକ ପରିଚୟ ଦେଇ ଅତିରିକ୍ତ ତହସିଲଦାରଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ନାନାଦି ଧମକ ଦେଇଥିଲେ। ଏଥିସହିତ ଅତିରିକ୍ତ ତହସିଲଦାରଙ୍କ ଗାଡ଼ିକୁ ମଧ୍ୟ ଜୋରଜବରଦସ୍ତ ଅଟକ ରଖିଥିଲେ। ଅତିରିକ୍ତ ତହସିଲଦାର ଜଣେ ମହିଳା ହାଇଥିବାରୁ ଅନ୍ୟ ଉପାୟ ନ ପାଇ ଯାଜପୁର ସଦର ଥାନାକୁ ଯୋଗାଯୋଗ କରିଥିଲେ। ସଦର ଥାନା ପୋଲିସ ପହଞ୍ଚତ୍ ବେଆଇନ ଭାବେ ବାଲି ଚାଲାଣ କରୁଥିବା ଗାଡ଼ିଗୁଡ଼କୁ ଜବତ କରି ଥାନାକୁ ନେଇଥିଲା। ଏଥିସହିତ ଅତିରକ୍ତ ତହସିଲଦାରଙ୍କ ଗାଡ଼ିକୁ ଅଟକ ବ୍ୟକ୍ତିଙ୍କୁ କବଳରୁ ଉଦ୍ଧାର କରିଥିଲା। ଏଭଳି ବାଲି ମାଫିଆଙ୍କ ଦୌରାମତ୍‌ୟ ଦିନକୁ ଦିନ ବଢୁଥିବାବେଳେ ମାଫିଆଙ୍କ ପଛରେ ଏକ ଅଦୃଶ୍ୟ ଶକ୍ତିଥିବା ଜନସାଧାରଣ ଅଭିଯୋଗ କରିଛନ୍ତି। ତେଣୁ ତୁରନ୍ତ ଏହି ବାଲିଘାଟକୁ ସରକାରୀସ୍ତରରେ ବେଆଇନ ଘୋଷଣା କରିବାକୁ ସ୍ଥାନୀୟ ଜନାସାଧାରଣ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri