କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର ରାତିରେ ଦୁର୍ବ୍ୟବହାରର ଶିକାର ହୋଇଛନ୍ତି। ଦୁଇ ଜଣ ଅସାମାଜିକ ଯୁବକ ରାସ୍ତାରେ ସେମାନଙ୍କ ସହ ଯୁକ୍ତିତର୍କ କରିବା ସହ ଅଶ୍ରାବ୍ୟ ଭାଷାରେ ଗାଲିଗୁଲଜ କରିଛନ୍ତି। ଏନେଇ ସତ୍ୟରଞ୍ଜନ ନୟାପଲ୍ଲୀ ଥାନାରେ ଏତଲା ଦେଇଛନ୍ତି। ଅଭିଯୋଗ ଅନୁଯାୟୀ, କୌଣସି କାମ ସାରି ରାତିରେ ଡିଆଇଜି ସତ୍ୟରଞ୍ଜନ ଓ ତାଙ୍କ ସ୍ତ୍ରୀ କାର୍‌ରେ ଘରକୁ ଫେରୁଥିଲେ। ରାତି ପ୍ରାୟ ୯ ଟା ୪୦ ବେଳେ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ଛକ ନିକଟରେ ୟୁ-ଟର୍ନ ନେବାକୁ ଗ୍ରିନ୍‌ ସିଗ୍‌ନାଲ ପାଇଁ ସତ୍ୟରଞ୍ଜନ ଅପେକ୍ଷା କରିଥିଲେ। ଏହି ସମୟରେ ଦୁଇ ଜଣ ଯୁବକ (ଓଡି୦୫ବିଏ୪୧୭୦) ନମ୍ବର ବିଶିଷ୍ଟ ଏକ ସ୍କୁଟିକୁ ଡିଆଇଜିଙ୍କ କାର୍‌ ଆଗରେ ଛିଡା କରିଦେଇଥିଲେ। ଟ୍ରାଫିକ୍‌ ସିଗନାଲ ପାଇ ସତ୍ୟରଞ୍ଜନ ତାଙ୍କ କାର୍‌କୁ ୟୁ-ଟର୍ନ କରିବାକୁ ଚାହୁଁଥିବା ବେଳେ ବଚସା ହୋଇଥିଲା। ଦୁଇ ଜଣ ଯୁବକ ତାଙ୍କ ସ୍କୁଟିକୁ ସତ୍ୟରଞ୍ଜନଙ୍କ କାର୍‌ ଆଗରୁ ହଟାଇ ନ ଥିଲେ। ଡିଆଇଜି ସତ୍ୟରଞ୍ଜନ ସ୍କୁଟି ହଟାଇବାକୁ କହିବାରୁ ଯୁବକଦ୍ୱୟ ଉତ୍‌କ୍ଷିପ୍ତ ହୋଇପଡ଼ି ଗାଳିଗୁଲଜ କରିଥିଲେ। ଏପରିକି ଉଭୟ ଯୁବକ କାର୍‌ ଡୋର୍‌ ନିକଟକୁ ଆସି ଶାରୀରିକ ଆକ୍ରମଣ କରିବାକୁ ଚାହିଁଥିଲେ। ଯୁବକଦ୍ୱୟ ନିଶାସକ୍ତ ଅବସ୍ଥାରେ ଏଭଳି ଆଚରଣ ଦେଖାଇଥିଲେ ବୋଲି ଡିଆଇଜି ତାଙ୍କ ଅଭିଯୋଗ ଫର୍ଦ୍ଦରେ ଦର୍ଶାଇଛନ୍ତି। ତେବେ ଘଟଣା ପରେ ସତ୍ୟରଞ୍ଜନ ପିସିଆର୍‌କୁ ଖବର ଦେଇଥିଲେ। ଏହାପରେ ପୋଲିସ କମିଶନର ଶୁରେସ ଦେବଦତ୍ତ ସିଂ ନୟାପଲ୍ଲୀ ଥାନାରେ ପହଞ୍ଚି ଡିଆଇଜିଙ୍କ ସହ କଥା ହେବା ସହ ଘଟଣା ବିଷୟରେ ଅନୁଧ୍ୟାନ କରିଛନ୍ତି। ତେବେ ଦୁର୍ବ୍ୟବହାର କରିଥିବା ଦୁଇ ଯୁବକଙ୍କୁ ପୋଲିସ ଉଠାଇ ଆଣି ଥାନାରେ ଅଟକ ରଖିବା ସହ ପଚରାଉଚରା କରୁଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri