Posted inUncategorized

ମହିଳା ଟ୍ରାଫିକ୍‌ କନଷ୍ଟେବଳଙ୍କୁ ଦୁର୍ବ୍ୟବହାର

ଭୁବନେଶ୍ୱର,୯।୨(ବ୍ୟୁରୋ): କାର୍ଯ୍ୟ ସମ୍ପାଦନ କରୁଥିବା ଦୁଇ ମହିଳା କନଷ୍ଟେବଳଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଚନ୍ଦ୍ରଶେଖରପୁର ଥାନା ପୋଲିସ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ସେ ହେଲେ ଶହୀଦନଗର ଥାନା ଅଧୀନ ଆଚାର୍ଯ୍ୟ ବିହାର ଅଞ୍ଚଳରେ ରହୁଥିବା କନ୍ଧମାଳ ଜିଲା ଟିକନବାଲି ଥାନା ଅନ୍ତର୍ଗତ ବସ୍ତିଙ୍ଗିଆ ଗ୍ରାମର ଆଶିଷ ଦିଗଲ (୨୪)।
ସୂଚନା ଅନୁଯାୟୀ, ସୋମବାର ଅପରାହ୍ନରେ ମହିଳା ଟ୍ରାଫିକ୍‌ କନଷ୍ଟେବଳ ସୁନିତା ଭୋଇ ଏବଂ ଚିନ୍ମୟୀ ପ୍ରଧାନ ଜାଭିୟର୍‌ ଛକରେ ଡିଉଟି କରୁଥିଲେ। ଏହି ସମୟରେ ଆଶିଷ ସେଠାକୁ ଆସି ପ୍ରାୟ ୧ ଘଣ୍ଟା କାଳ ତାଙ୍କୁ କମେଣ୍ଟ କରିଥିଲେ। ଉଭୟେ ଆଶିଷଙ୍କୁ ବିରୋଧ କରିବାରୁ ସେ ପଳାଇ ଯାଇଥିଲେ। ପୁଣି କିଛି ସମୟ ପରେ ଆଶିଷ ସେଠାକୁ ଆସି ସୁନିତା ଓ ଚିନ୍ମୟୀଙ୍କୁ ଦୁର୍ବ୍ୟବହାର କରିଥିଲେ। ଉଭୟେ ତାଙ୍କୁ କାବୁ କରିବାକୁ ଚେଷ୍ଟା କରିଥିଲେ। ଏହି ସମୟରେ ଟ୍ରାଫିକ୍‌ ଜାମ୍‌ ହୋଇଯିବାରୁ ଆଶିଷ ସେଠାରୁ ଖସି ଯାଇ ପାରି ନ ଥିଲେ। ଉଭୟେ ତାଙ୍କୁ କାବୁ କରି ପିସିଆର୍‌କୁ ଖବର ଦେଇଥିଲେ। ସୁନିତାଙ୍କ ଅଭିଯୋଗକ୍ରମେ ପୋଲିସ ଦଫା ୩୫୩, ୫୦୯, ୩୫୪ ଆଇପିସିରେ ଏକ ମାମଲା (ନଂ. ୬୨/୨୨) ରୁଜୁ କରି ତଦନ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri