ଗଣମାଧ୍ୟମ ପ୍ରତିନିଧିଙ୍କୁ ଦୁର୍ବ୍ୟବହାର: ମନ୍ତ୍ରୀଙ୍କ ସମ୍ମୁଖ ମଞ୍ଚ ତଳେ ଧାରଣାରେ ବସିଲେ, ଜିଲାପାଳ-ଏସ୍‌ପି କ୍ଷମା ମାଗିଲା ପରେ…

ନବରଙ୍ଗପୁର,୧୫ା୮(ସଦାଶିବ ପ୍ରହରାଜ): ଜିଲାସ୍ତରୀୟ ୭୮ ତମ ସ୍ବାଧୀନତା ଦିବସ ନବରଙ୍ଗପୁର ଷ୍ଟାଡିୟମଠାରେ ପାଳିତ ହୋଇଯାଇଛି। ସମାରୋହରେ ମୁଖ୍ୟ ଅତିଥି ଭାବେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତ, ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଯୋଗ ଦେଇ ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ କରି ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ତେବେ ମୁଖ୍ୟ ଅତିଥି ଆସିବା ଓ ପତାକା ଉତ୍ତୋଳନ ପୂର୍ବରୁ ଷ୍ଟାଡିୟମ ଭିତରକୁ ଛଡ଼ାଯିବା ପାଇଁ ରହିଥିବା ଫାଟକ ନିକଟରେ ଖବରଦାତାକୁ ଡିୟୁଟିରେ ଥିବା ପୋଲିସ କର୍ମଚାରୀ ଦୁର୍ବ୍ୟବହାର କରିଥିଲେ। ଅନେକ ସାଧାରଣ ଲୋକ, ତଳ କର୍ମଚାରୀ ଓ ଚିହ୍ନାଜଣା ଲୋକଙ୍କୁ ଭିଆଇପି ଗ୍ୟାଲେରୀ ରାସ୍ତା ଆଡ଼କୁ ଛାଡ଼ିଥିଲେ। କିନ୍ତୁ ଖବରଦାତାଙ୍କ ଉପରେ ଅନେକ କଟକଣା ଲଗାଇଥିଲେ ଜଗିଥିବା ପୋଲିସ କର୍ମଚାରୀ।

ଅତିରିକ୍ତ ଏସ୍‌ପି ବଟକୃଷ୍ଣ ମିଶ୍ର ଖବରଦାତାଙ୍କୁ ଭିତରକୁ ଛାଡ଼ିବା ପାଇଁ ଯାଞ୍ଚ ଫାଟକ ନିକଟରେ ଥିବା ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ତଥାପି ପରବର୍ତ୍ତୀ ସମୟରେ ଯାଞ୍ଚ ଫାଟକ ନିକଟରେ ଥିବା ପୋଲିସ ଅଧିକାରୀ ଗଣମାଧ୍ୟମ ପ୍ରତିନିଧିଙ୍କୁ ଦୁର୍ବ୍ୟବହାର କରିଥିଲେ। ଏହାକୁ ନେଇ ଗଣମାଧ୍ୟମ ପ୍ରତିନିଧିମାନେ ପ୍ରତିବାଦ କରିଥିଲେ।

ମୁଖ୍ୟ ଅତିଥି ଜାତୀୟ ପତାକା ଉତ୍ତୋଳନ କରିବା ଓ ପରେଡ୍‌ ପ୍ରଦର୍ଶନ ପରେ ଗଣମାଧ୍ୟମ ପ୍ରତିନିଧିମାନେ ଦୁର୍ବ୍ୟବହାର କରିଥିବା ପୋଲିସ କର୍ମଚାରୀଙ୍କ ବିରୋଧରେ ଧାରଣାରେ ବସିଥିଲେ। ମନ୍ତ୍ରୀ ପାତ୍ର ଏହି ଘଟଣାର ତଦନ୍ତ ହେବ ବୋଲି କହିଥିଲେ। ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝି କାର୍ଯ୍ୟକ୍ରମ ସରିବା ପରେ ଆଲୋଚନା କରିବା ଉଠିଯାଆନ୍ତୁ ବୋଲି ଅନୁରୋଧ କରିଥିଲେ ଜିଲାପାଳ ଡଃ ଶୁଭଙ୍କର ମହାପାତ୍ର, ଏସ୍‌ପି ରୋହିତ ବର୍ମା। ଏହି ଘଟଣାକୁ ନେଇ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ପି ବର୍ମା ଓ ଥାନା ଅଧିକାରୀ ସମ୍ବିତ ବେହେରା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?