ବିଧାୟକଙ୍କୁ ଦୁର୍ବ୍ୟବହାର: ମହିଳା ସଭାପତି ନିଲମ୍ବିତ

ମୋରଡ଼ା,୭ା୧୦(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀର ବିଧାୟକ ରାଜକିଶୋର ଦାସଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ ବିଜୁ ମହିଳା ଜନତା ଦଳର ହଳଦୀପାଳ ପଞ୍ଚାୟତ ସଭାପତି ସୁକାନ୍ତି ସେଠୀଙ୍କୁ ନିଲମ୍ବନ କରାଯାଇଥିବାର ଜଣାପଡ଼ିଛି।

ସୂଚନା ଅନୁଯାୟୀ, ଅତୀତରେ ସୁକାନ୍ତି ବିଧାୟକ ରାଜକିଶୋର ଦାସଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବାର ଅଭିଯୋଗ ହୋଇଥିଲା। ସେହିପରି ଗତ ଦୁଇ ତାରିଖରେ ବ୍ଲକର ଚିତ୍ରଡ଼ା-ଶୀର୍ଷାପାଳ ଛକରୁ ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା। ଏଥିରେ ମୋରଡା ବିଧାୟକ ଶ୍ରୀ ଦାସ ମଧ୍ୟ ଯୋଗ ଦେଇଥିଲେ। କିନ୍ତୁ ଉକ୍ତ କାର୍ଯ୍ୟକ୍ରମରେ ସୁକାନ୍ତି ସହଯୋଗ କରି ନ ଥିବା ତଥା ମହିଳାମାନଙ୍କୁ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ନ ଦେବାକୁ ପ୍ରବର୍ତ୍ତାଇଥିଲେ। ଏହି ସବୁକୁ ନେଇ ସୁକାନ୍ତିଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ଏନେଇ ବିଜୁ ମହିଳା ଜନତା ଦଳର ମୟୂରଭଞ୍ଜ-୧ ସଭାପତି ଦୀପ୍ତିଲତା ମିଶ୍ର ବିଧିବଦ୍ଧ ଭାବେ ଚିଠି ନମ୍ବର ୦୪-ବିଏମଜେଡି/୨୩ ସଂଖ୍ୟାରେ ପ୍ରକାଶ କରିଛନ୍ତି।

ତେବେ ଗତ ସେପ୍ଟେମ୍ବର ୮ ତାରିଖରେ ହୋଇଥିବା ପଞ୍ଚାୟତ ସମିତି ବୈଠକରେ ବିଧାୟକ ଶ୍ରୀ ଦାସଙ୍କ ପ୍ରତି ଜନପ୍ରତିନିଧିଙ୍କ ସମର୍ଥନ କମୁଥିବାର ଦେଖିବାକୁ ମିଳିଥିଲା। ଏବେ ପୁଣି ଜଣେ ମହିଳା କର୍ମୀ ବିଧାୟକ ଶ୍ରୀ ଦାସଙ୍କ ପ୍ରତି ଦୁର୍ବ୍ୟବହାର କଣ ପାଇଁ ବା ଉକ୍ତ ଘଟଣା ପଛରେ ଅନ୍ୟ ଜଣେ ପ୍ରଭାବିଶାଳୀ ମହିଳାଙ୍କ ହାତ ଅଛି ବୋଲି ତାହା ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।
ତେବେ ମୋରଡ଼ା ନିର୍ବାଚନମଣ୍ଡଳୀରେ ବିଧାୟକ ଶ୍ରୀ ଦାସଙ୍କ ପ୍ରତି ଜନପ୍ରତିନିଧି, ଦଳୀୟକର୍ମୀ ତଥା ଜନସାଧାରଣଙ୍କ ସମର୍ଥନ ଧୀରେ ଧୀରେ କମୁଥିବାର ଦେଖିବାକୁ ମିଳୁଥିବା ବେଳେ ବିଜେଡି ଭିତରେ ଅସନ୍ତୋଷର ବାତାବରଣ ସୃଷ୍ଟି ହେଉଥିବାର ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri