ବାହାଘରର ୩ ମାସରେ ନବବଧୂଙ୍କୁ ନିର୍ଯାତନା, ଥାନାରେ ପହଞ୍ଚିଲା ମାମଲା

ବ୍ରହ୍ମପୁର ଅଫିସ,୧୦ା୧୦: ଅଧିକ ଯୌତୁକ ଦାବି କରି ଜଣେ ନବବଧୂଙ୍କୁ ନିର୍ଯାତନା ଦିଆଯାଇଥିବା ନେଇ ବ୍ରହ୍ମପୁର ମହିଳା ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା(ନଂ.୧୮୩/୨୨) ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ସୂଚନାଯୋଗ୍ୟ, ଜୁଲାଇ ୩ରେ ବ୍ରହ୍ମପୁରର ସୌମ୍ୟାଶ୍ରୀ ପୃଷ୍ଟି(୨୫)ଙ୍କ ଆସ୍କା ଖମ୍ବେଶ୍ୱରୀ ପାଟଣାର ସିଏଚ୍‌.କୃଷ୍ଣେନ୍ଦୁ ସୁନ୍ଦର ପାତ୍ରଙ୍କ ସହ ବିବାହ ହୋଇଥିଲା। କିନ୍ତୁ ଶାଶୁଘରକୁ ଯିବାର ୨ଦିନ ପରେ ସୌମ୍ୟାଶ୍ରୀଙ୍କ ସମସ୍ତ ସୁନାଗହଣା ନେଇଥିବା ନଗଦ ଟଙ୍କା ଶାଶୁଘର ଲୋକେ ଛଡ଼େଇ ନେଇଥିଲେ। ଏପରି କି ସ୍ବାମୀଙ୍କ ସହ ୨ବର୍ଷ ପର୍ଯ୍ୟନ୍ତ ସମ୍ପର୍କ ନ ରଖିବାକୁ ଶାଶୁ ଓ ନଣନ୍ଦ ତାଗିଦ କରି ମାଡ଼ ମାରିଥିଲେ।

କୋଠମଡ଼ାଣରେ ବାପଘରକୁ ସ୍ବାମୀ ସହ ଆସିବା ବେଳେ ଏକ କାର୍‌ ଏବଂ ଅଢ଼େଇଲକ୍ଷ ଟଙ୍କା ଯୌତୁକ ନେଇ ଆସିବାକୁ ଶାଶୁ କହିଥିଲେ। ସ୍ବାମୀ ଫେରିଯିବା ପରେ ଏନେଇ ସେ ବାପା ମା’ଙ୍କୁ ଜଣାଇଥିଲେ। ବାପା, ମା’ ଓ ମାମୁ ଶାଶୁଘରକୁ ଯାଇ ବୁଝାଶୁଝା କରି ସୌମ୍ୟାଶ୍ରୀଙ୍କୁ ଛାଡ଼ି ଆସିଥିଲେ। କିନ୍ତୁ ପୁଣି ଥରେ ଶାଶୁଘର ଲୋକେ ତାଙ୍କୁ ନିର୍ଯାତନା ଦେଇଥିଲେ। ରାଖୀ ପୂର୍ଣ୍ଣିମା ବାହାନାରେ କୌଶଳ କ୍ରମେ ବାପଘରକୁ ଚାଲି ଆସି ଏହି ସମ୍ପର୍କରେ କହିଥିଲେ। ପରିବାର ଲୋକେ ସମାଧାନ ପାଇଁ ବାରମ୍ବାର ଚେଷ୍ଟା କରିଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ଓଲଟା ଆସ୍କା ଡକାଇ ସ୍ବାମୀ, ତାଙ୍କ ବଡ଼ବାପା, ଶ୍ୱଶୁର ମିଶି ସୌମ୍ୟାଶ୍ରୀ, ତାଙ୍କ ବାପା ଏବଂ ମାମୁଙ୍କୁ ନିଛାଟିଆ ସ୍ଥାନକୁ ନେଇ ମାନସିକ ଓ ଶାରୀରିକ ନିର୍ଯାତନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri