ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦୁର୍ବ୍ୟବହାର

ପଦ୍ମପୁର,୨୩।୯(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସୁଗୋ ପଞ୍ଚାୟତର ଗୋଷ୍ଠୀକେନ୍ଦ୍ରର ଚାବି ପକାଇବା ଘଟଣାକୁ ନେଇ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦୁର୍ବ୍ୟବହାର କରାଯାଇଛି। ଏନେଇ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ମହମ୍ମଦ ଉମର ଅଲ୍ଲୀ ବିଡିଓଙ୍କ ନିକଟରେ ଓ ବାସୁଦେବପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
ଅଭିଯୋଗ ଅନୁଯାୟୀ, ମହମ୍ମଦ ଗୁରୁବାର ପଞ୍ଚାୟତ କାର୍ଯ୍ୟାଳୟକୁ ଆସିଥିଲେ। ସୁଗୋ ଗ୍ରାମର କେତେଜଣ ଯୁବକ ସେଠାରେ ପହଞ୍ଚି ତାଙ୍କୁ ଗୋଷ୍ଠୀକେନ୍ଦ୍ରର ଚାବି ମାଗିଥିଲେ। ଚାବି ନ ଦେଲେ ତାଲା ଭାଙ୍ଗି ଦେବେ ବୋଲି ଧମକ ଦେଇଥିଲେ। ଏଥିସହ କାର୍ଯ୍ୟାଳୟର କିଛି କାଗଜପତ୍ର ଜୋରଜବରଦସ୍ତ ନେଇ କିଛି ଲେଖାକୁ କାଟି ଦେଇଥିଲେ। ତାଙ୍କୁ ଗାଳିଗୁଲଜ ସହ ଠେଲାପେଲା ମଧ୍ୟ କରିଥିଲେ। ପଞ୍ଚାୟତ କାର୍ଯ୍ୟାଳୟରୁ ସେମାନେ ୧୬ଟି ଚେୟାର ନେଇଯାଇଛନ୍ତି। ଏ ସମ୍ପର୍କରେ ବିଡିଓ ସତ୍ୟଜିତ ରାଉତ କହିଛନ୍ତି, ସେ ଘଟଣାର ତଦନ୍ତ କରିବା ସହ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଥାନାଧିକାରୀଙ୍କୁ ଜଣାଇଛନ୍ତି। ତେବେ ଗତ ପଞ୍ଚାୟତ ନିର୍ବାଚନ ପରେ ରାଜନୈତିକ ବିବାଦ କାରଣରୁ ଏଭଳି ଘଟଣା ଘଟୁଥିବା ସାଧାରଣରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri