ଖବରଦାତାଙ୍କୁ ଯାଜପୁର ଥାନା ଅଧିକାରୀଙ୍କ ଦୁର୍ବ୍ୟବହାର

ଯାଜପୁର ଟାଉନ,୨୦ା୧(ଡି.ଏନ୍‌.ଏ.):ନବନିର୍ମାଣ କୃଷକ ସଂଗଠନ କର୍ମକର୍ତ୍ତା ଗୁରୁବାର ଯାଜପୁର ଜିଲାପାଳଙ୍କ ବାସଭବନକୁ ଧାନ ବିକ୍ରି ସମସ୍ୟା ନେଇ ଅଭିଯୋଗ କରିବାକୁ ଯିବାବେଳେ ଓଟିଭିର ଜଣେ ଖବରଦାତାଙ୍କୁ ଥାନା ଅଧିକାରୀ ଦୁର୍ବ୍ୟବହାର କରିଛନ୍ତି। ଖବରଦାତା ସଞ୍ଜୀବ କୁମାର ନାୟକ ସେଠାରେ ଖବର ସଂଗ୍ରହ କରିବା ସମୟରେ ହଠାତ୍‌ ଯାଜପୁର ଥାନା ଅଧିକାରୀ ଅଜୟ କୁମାର ଯେନା ଉତ୍‌କ୍ଷିପ୍ତ ହୋଇ ଖବରଦାତାଙ୍କ ବୁମ୍‌କୁ ଠେଲି ଦେଇଥିଲେ। ଏହି ଘଟଣା ନେଇ ସମ୍ପୃକ୍ତ ଖବରଦାତା ଯାଜପୁର ଏସ୍‌ପିଙ୍କୁ ଜଣାଇବା ପରେ ପୁନର୍ବାର ଥାନା ଅଧିକାରୀ ହଠାତ୍‌ ଉତ୍ତ୍ୟକ୍ତ ହୋଇପଡ଼ି କହିଥିଲେ ‘ତମେ ମୋ ବିରୋଧରେ ଏସ୍‌ପିଙ୍କୁ ମିଛ ଅଭିଯୋଗ କାହିଁକି କଲ। ତମେ କି ସାମ୍ବାଦିକ। ମତେ ଚିହ୍ନିନା। ମୁଁ ବାଡ଼େଇକି ଶୋଇଦେବି“। ଏହି ଧମକର ଭିଡିଓ ଭାଇରାଲ୍‌ ହେବା ପରେ ଖବରଦାତାଙ୍କ ମହଲରେ ଉତ୍ତେଜନା ପ୍ରକାଶ ପାଇଥିଲା। ବିଭିନ୍ନ ସଙ୍ଗଠନ ପକ୍ଷରୁ ଏହାକୁ ତୀବ୍ର ନିନ୍ଦା କରାଯିବା ସହ ସମ୍ପୃକ୍ତ ଥାନା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି କରାଯାଇଛି। ଥାନା ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ସହ ସମ୍ପୃକ୍ତ ଅଧିକାରୀ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିବାକୁ ଯାଜପୁର ପ୍ରେସ୍‌ କ୍ଲବ୍‌ ପକ୍ଷରୁ ଦାବି ହୋଇଛି। ଏନେଇ କ୍ଲବ୍‌ ସଭାପତି ରାଜୀବ ମହାନ୍ତିଙ୍କ ନେତୃତ୍ୱରେ ଏସ୍‌ପିଙ୍କ ଉଦ୍ଦେଶ୍ୟରେ ଏସ୍‌ଡିପିଓ ସରୋଜ କୁମାର ଉପାଧ୍ୟାୟଙ୍କୁ ଏକ ଲିଖିତ ଦାବିପତ୍ର ପ୍ରଦାନ କରାଯାଇଛି। ଦାବିପୂରଣ ନ ହେଲେ ଆନ୍ଦୋଳନ ତୀବ୍ର ହେବ ବୋଲି ଚେତାବନୀ ଦିଆଯାଇଛି। ଘଟଣା ସମ୍ପର୍କରେ ସମ୍ପୃକ୍ତ ଥାନା ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri