ସରପଞ୍ଚଙ୍କୁ ଦୁର୍ବ୍ୟବହାର, ଥାନାରେ ମାମଲା

ହିଞ୍ଜିଳିକାଟୁ, ୯।୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ନନ୍ଦିକ ଗ୍ରାମ ପଞ୍ଚାୟତର ସରପଞ୍ଚ କୃଷ୍ଣଚନ୍ଦ୍ର ଭଉଳଙ୍କୁ ବୁଧବାର ରାତିରେ ଦୁର୍ବ୍ୟବହାର ସହ ଧମକ ହୋଇଥିବା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି। ବିଜେଡି ନେତା ତଥା ହିଞ୍ଜିଳିକାଟୁ ବ୍ଳକ ସରପଞ୍ଚ ସଂଘ ସଭାପତି ଭଉଳ ଘରେ ଥିବା ସମୟରେ ରାତି ପ୍ରାୟ ୧୦ରେ ଉକ୍ତ ଗ୍ରାମର ପପୁନ ପ୍ରଧାନ ନାମକ ଜଣେ ଯୁବକ ପୂର୍ବ ଶତୃତାକୁ କେନ୍ଦ୍ର କରି ଗାଳିଗୁଲଜ କରିଥିବା ଥାନାରେ ଅଭିଯୋଗ କରିଛନ୍ତି। ଏଥିନେଇ ହିଞ୍ଜିଳି ଥାନାରେ କେସ ନଂ – ୨୭/୨୫ରେ ଏକ ମାମଲା ରୁଜୁ ହୋଇଛି। ଅନ୍ୟପକ୍ଷରେ ଏକ ପାଲଟା ଅଭିଯୋଗ କ୍ରମେ ନନ୍ଦିକ ଗ୍ରାମର ପପୁ ପ୍ରଧାନ ସିକିରି ଗ୍ରାମରେ ଥିବା ସମୟରେ ସରପଞ୍ଚଙ୍କ ଜଣେ ସମ୍ପର୍କୀୟ ନନ୍ଦିକ ଗ୍ରାମକୁ ଡାକି ନେଇଥିଲେ। ସେଠାରେ ନନ୍ଦିକ ସରପଞ୍ଚ ଭଉଳ ପୂର୍ବ ରାଜନୈତିକ ଶତ୍ରୁତା ରଖି ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ମାରଣାସ୍ତ୍ରରେ ଆକ୍ରମଣ କରିଥିବା ନେଇ ଥାନାରେ ପପୁ ଅଭିଯୋଗ କରିଛନ୍ତି। ପପୁଙ୍କ ଅଭିଯୋଗ କ୍ରମେ ହିଞ୍ଜିଳି ଥାନାରେ କେସ ନଂ- ୨୬/୨୫ ରେ ଏକ ମାମଲା ରୁଜୁ ହୋଇଛି । ଏ ସଂକ୍ରାନ୍ତରେ ସରପଞ୍ଚ ଭଉଳଙ୍କ ଜଣେ ସମ୍ପର୍କୀୟଙ୍କୁ ଥାନାରେ ଅଟକ ରଖି ପୋଲିସ ଘଟଣାର ତଦନ୍ତ ଚଳାଇଛି। ଏହି ଘଟଣାକୁ ନେଇ ଭାଜପା ଓ ବିଜେଡି ନେତୃମଣ୍ଡଳୀ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri