ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର, ଥାନାରେ ଏତଲା

ହାଟଡ଼ିହୀ,୧୮l୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଶାଳନିଆ ପଞ୍ଚାୟତର ହରିଜନ ମହିଳା ସରପଞ୍ଚ ସୁମିତ୍ରା ଯେନାଙ୍କୁ ଦୁର୍ବ୍ୟବହାର କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ସରପଞ୍ଚ ନନ୍ଦିପଦା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା (ନଂ. ୧୧୮/୨୦୨୩, ସ୍ପେଶାଲ ନଂ. ୨୧/୨୦୨୩) ରୁଜୁ କରିଛି। ଅଭିଯୋଗ ଅନୁଯାୟୀ, ଗତ ୧୩ ତାରିଖରେ ସରପଞ୍ଚ ହାଟଡ଼ିହୀ ବ୍ଲକ୍‌କୁ ଯାଉଥିଲେ। ସେହି ସମୟରେ ଚଣ୍ଡିବିରଞ୍ଚତ୍ପୁର ନିକଟରେ ଛିଡ଼ାହୋଇଥିବା ସୋଲପଟା ଗ୍ରାମର ହିମାଂଶୁ ଶେଖର ନାୟକ ସରପଞ୍ଚଙ୍କୁ ଧମକାଇ ୧୦ ହଜାର ଟଙ୍କା ମାଗିଥିଲେ। ଟଙ୍କା ନ ଦେଲେ ପଞ୍ଚାୟତ ବିରୋଧରେ ଖବର ପ୍ରସାରଣ କରି କୌଣସି କାମ କରାଇ ଦେବେନି ବୋଲି କହିଥିଲେ। ଏଥିସହ ସରପଞ୍ଚଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରି ଜାତିଆଣ ଆକ୍ଷେପ କରିଥିବା ଅଭିଯୋଗରେ ଦର୍ଶାଯାଇଛି। ହିମାଂଶୁ ତାଙ୍କ ବିରୋଧରେ ହୋଇଥିବା ଅଭିଯୋଗକୁ ଅସ୍ବୀକାର କରିବା ସହ ଏହା ଏକ ମିଛ ଅଭିଯୋଗ ବୋଲି କହିଛନ୍ତି।
ପ୍ରକାଶ ଯୋଗ୍ୟ, ଶାଳନିଆ ପଞ୍ଚାୟତ ସୋଲପଟା ମୌଜାରେ ଖେଳପଡ଼ିଆ ଉନ୍ନତିକରଣ କାର୍ଯ୍ୟରେ ଅନିୟମିତତା ନେଇ ସୋଲାପଟା ଗ୍ରାମର ହିମାଂଶୁ ଶେଖର ନାୟକ ନନ୍ଦିପଦା ଥାନାରେ ପିଇଓ ରମେଶ ମାଝୀ, ଜିଆରଏସ ଜ୍ୟୋତିସ୍ମିତା ସେନାପତି, ଯନ୍ତ୍ରୀ ଶ୍ରଦ୍ଧାଞ୍ଜଳି ସାହୁ ଏବଂ ଧୀରେନ୍ଦ୍ର ମହାଳିକଙ୍କ ନାମରେ ଲିଖିତ ଅଭିଯୋଗ କରିଥିଲେ। ସୂଚନା ଅଧିକାର ବଳରେ ତଥ୍ୟ ପାଇବା ଆଳରେ ବିଭିନ୍ନ କର୍ମଚାରୀଙ୍କୁ ଚାନ୍ଦା ମାଗୁଥିବା କର୍ମଚାରୀମାନେ ବିଡିଓଙ୍କୁ ଅଭିଯୋଗ କରିଥିଲେ। ଏନେଇ ବିଡିଓ ବିନିତା ବିଜୟିନୀ ଚିଠି (ନଂ. ୧୫୩୭/୯ ମେ୨୦୨୩) ରେ ନନ୍ଦିପଦା ଥାନାରେ ଲିଖିତ ଭାବେ ଜଣାଇଥିଲେ। ଅଭିଯୋଗ ଆଧାରରେ ପୋଲିସ (ନଂ. ୧୧୯/୨୦୨୩ରେ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri